ଅନୁଗୁଳ : ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ । ଆୟବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଆଜି ସକାଳେ ଅନୁଗୁଳ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ । ସୁରେନ୍ଦ୍ର ବେହେରାଙ୍କ ଏକକାଳୀନ ୮ଟି ସ୍ଥାନରେ ଭିଜିଲାନ୍ସ ଚଢାଉ ଜାରି ରହିଛି । ଏହି ଚଢ଼ାଉ ରେ ୩ ଜଣ ଡିଏସପି, ୧୦ ଜଣ ଇନ୍ସପେକ୍ଟର, ୪ ଜଣ ଏଏସ୍ଆଇ ଏବଂ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି। ଭୁବନେଶ୍ୱର, ରାଉରକେଲା ସୁନ୍ଦରଗଡ଼, ଅନୁଗୁଳ, ଗଞ୍ଜାମର ବିଭିନ୍ନ ସ୍ଥାନରେ ଚଢାଉ ଚାଲିଛି ।
ସୁରେନ୍ଦ୍ର ବେହେରାଙ୍କ ଗଞ୍ଜାମରେ ଥିବା ତାଙ୍କ ପୈତୃକ ଘର ସମେତ ଗଞ୍ଜାମ ପୁରଷୋତ୍ତମପୁର ବେହେରା ସାହିରେ ଥିବା ଶ୍ୱଶୁର ଘର, ଅନୁଗୁଳ ସ୍ଥିତ ସରକାରୀ କ୍ବାର୍ଟର ଏବଂ ଜଳସେଚନ ଡିଭିଜନ୍ କାର୍ଯ୍ୟାଳୟରେ ଚଢ଼ାଉ ଚାଲିଛି। ସେହିପରି ଭୁବନେଶ୍ୱର, ରାଉରକେଲା ସୁନ୍ଦରଗଡ଼, ଅନୁଗୁଳ ଓ ଗଞ୍ଜାମର ୮ ଟି ସ୍ଥାନରେ ମଧ୍ୟ ଚଢ଼ାଉ ଜାରି ରହିଛି । ସୁନ୍ଦରଗଡ଼ରେ ଅବସ୍ଥିତ ତିନି ମହଲା କୋଠା, ରାଉରକେଲା ଗୋପବନ୍ଧୁ ନଗର ଛେଣ୍ଡରେ ଥିବା ଦୁଇ ମହଲା କୋଠା, ଭୁବନେଶ୍ୱରର ଘାଟିକିଆରେ ଥିବା ଦୁଇ ଫ୍ଲାଟ୍ ରହିଥିବା ସୂଚନା ମିଳିଛି । ବର୍ତ୍ତମାନ ସୁଦ୍ଧା ଚଢ଼ାଉ ଜାରି ରହିଥିବାବେଳେ ସମସ୍ତ ସମ୍ପତ୍ତିର ଆକଳନ କରାଯାଇପାରି ନାହିଁ ।
