ଶ୍ରୀ ମନ୍ଦିର ପରିସରରେ ହେବ ସ୍ତନ୍ୟପାନ ଗୃହ

0

ଭୁବନେଶ୍ଵର : ମହିଳା ଭକ୍ତମାନଙ୍କ ପାଇଁ ବଡ଼ ପଦକ୍ଷେପ। ଶ୍ରୀମନ୍ଦିର ପରିସରରେ ଶିଶୁମାନଙ୍କ ପାଇଁ ହେବ ସ୍ତନ୍ୟପାନ ଗୃହ। ବିଶେଷକରି ସ୍ତନ୍ୟପାନ ଉପରେ ନିର୍ଭରଶୀଳ ଶିଶୁ ଓ ମା’ମାନଙ୍କ ପାଇଁ ବ୍ୟବସ୍ଥା କରାଯିବାକୁ ହୋଇଛି ନିଷ୍ପତି। ଏନେଇ ସ୍ୱତନ୍ତ୍ର ଗୃହ ସ୍ଥାପନ ପାଇଁ ସ୍ଥାନ ନିରୂପଣ କରାଯାଇଥିବା ସୂଚନା ଦିଆଯାଇଛି।

ଶ୍ରୀମନ୍ଦିର ପରିସରରେ ପ୍ରଶାସନର ଶାଖା କାର୍ଯ୍ୟାଳୟ ନିକଟରେ ଏହା କାର୍ଯ୍ୟକ୍ଷମ ହେବାକୁ ନିଷ୍ପତ୍ତି ହୋଇଛି । ସମ୍ପୃକ୍ତ ଗୃହରେ ଗୋପନୀୟତା, ପରିମଳ ଏବଂ ମା’ ତଥା ଶିଶୁଙ୍କ ସ୍ବାଛନ୍ଦ୍ୟ ଉପରେ ଦୃଷ୍ଟି ଦିଆଯିବ । ଏହି ଗୃହ ସକାଶେ ଜଣେ ସ୍ୱତନ୍ତ୍ର ମହିଳା ସହାୟିକା ମଧ୍ୟ ରହିବେ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

ଶ୍ରୀମନ୍ଦିରକୁ ପ୍ରତିଦିନ ବହୁ ସଂଖ୍ୟକ ଭକ୍ତ ଓ ଶ୍ରଦ୍ଧାଳୁ ଆସୁଥିବା ବେଳେ ଅନେକ ମା’ ନିଜ ଛୋଟ ଶିଶୁଙ୍କୁ ନେଇ ଆସିଥାନ୍ତି । ବିଶେଷ କରି ସ୍ତନ୍ୟପାନ ଉପରେ ନିର୍ଭରଶୀଳ ଶିଶୁ ଏବଂ ମା’ ମାନଙ୍କ ଆବଶ୍ୟକତାକୁ ନଜରରେ ରଖି ଶ୍ରୀମନ୍ଦିର ପରିସରରେ ଏକ ସ୍ବତନ୍ତ୍ର ସ୍ତନ୍ୟପାନ ଗୃହ କରାଯିବାକୁ ଯୋଜନା ହୋଇଛି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ, ବିଦାୟୀ ଆରକ୍ଷୀ ଅଧୀକ୍ଷକ ପିନାକ ମିଶ୍ର, ନୀତି ପ୍ରଶାସକ ଜିତେନ୍ଦ୍ର ସାହୁ, ବରିଷ୍ଠ ସୁପରଭାଇଜର ବକ୍ସି ପ୍ରତିହାରୀ, ସହକାରୀ ପ୍ରଶାସିକା ଶୁଭଶ୍ରୀ ସୁଚିସ୍ମିତା ଏବଂ ଅନ୍ୟ ଅଧିକାରୀ ଏ ସମ୍ବନ୍ଧରେ ଆଲୋଚନା କରି ଏହି ସ୍ବତନ୍ତ୍ର ଗୃହ ସ୍ଥାପନା ପାଇଁ ସ୍ଥାନ ନିରୂପଣ କରିଛନ୍ତି ।

Govt
Leave A Reply

Your email address will not be published.