ଶ୍ରୀମନ୍ଦିର ପରିସରରେ ଖୋଲିଲା ସ୍ତନ୍ୟପାନ କକ୍ଷ

0

ପୁରୀ : ଶ୍ରୀମନ୍ଦିର ପରିସରରେ ଆଜି ଠାରୁ ଖୋଲିଲା ମାତୃ ଶିଶୁ ସ୍ତନ୍ୟପାନ କକ୍ଷ। ଶ୍ରୀମନ୍ଦିର ପ୍ରଶାସନ ପ୍ରୟାସରେ ଶ୍ରଦ୍ଧାଳୁ ମାଆ ଓ ଶିଶୁ ମାନଙ୍କ ଉଦ୍ଦେଶ୍ୟରେ ଏହା ଆରମ୍ଭ ହୋଇଛି। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପୂର୍ବରୁ ସୂଚନା ଦିଆଯାଇଥିବା ବେଳେ ଆଜିଠାରୁ ଆରମ୍ଭ ହୋଇଛି ।

ଶ୍ରୀମନ୍ଦିର ଭିତରେ ଶାଖା କାର୍ଯ୍ୟାଳୟ ନିକଟସ୍ଥ ଏକ ଶୀତତାପ ନିୟନ୍ତ୍ରିତ ଗୃହରେ ଏକକାଳୀନ ୪ ଜଣ ମହିଳା ଶିଶୁଙ୍କୁ ସ୍ତନ୍ୟପାନ କରାଇପାରିବେ। ଦୁଇ ଜଣ ଲେଖାଏଁ ମହିଳା ଜେଟିପିଙ୍କୁ ଏଥିପାଇଁ ନିୟୋଜିତ କରାଯାଇଛି। ସ୍ତନ୍ୟପାନ କକ୍ଷରେ ମେଡିକାଲ ଟିମ୍ ମଧ୍ୟ ମୁତୟନ ହୋଇଥିବା ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ କହିଛନ୍ତି। ଏହି ନିଷ୍ପତ୍ତିକୁ ଶ୍ରଦ୍ଧାଳୁ ମାନେ ସ୍ବାଗତ କରିଛନ୍ତି ।

Govt
Leave A Reply

Your email address will not be published.