ପୂର୍ବତନ ବିଧାୟକ ଜର୍ଜ ତିର୍କୀଙ୍କ ପରଲୋକ

ସୁନ୍ଦରଗଡ଼ : ପୂର୍ବତନ ବିଧାୟକ ତଥା ବିଶିଷ୍ଟ ଆଦିବାସୀ ନେତା ଜର୍ଜ ତିର୍କୀଙ୍କ ପରଲୋକ । ଶୁକ୍ରବାର ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେରେ ତାନ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୭ବର୍ଷ ବୟସ ହୋଇଥିଲା। ପ୍ରାୟ ୩ମାସ ହେଲା ସେ ଅସୁସ୍ଥ ଥିଲେ । ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପରେ ସ୍ୱାସ୍ଥ୍ୟବସ୍ଥା ଅଧିକ ସଙ୍କଟାପନ୍ନ ହେବାରୁ ଭୁବନେଶ୍ୱରକୁ ସ୍ଥାନାନ୍ତର ହୋଇଥିଲେ ।

ଜର୍ଜ ତିର୍କୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ତାଙ୍କ ଗାଁ ସୁନ୍ଦରଗଡ ଜିଲା ବୀରମିତ୍ରପୁର ଥାନା ଝୁନମୁରଠାରେ ଶେଷକୃତ୍ୟ ସମ୍ପନ୍ନ ହେବ । ଜର୍ଜଙ୍କ ପରଲୋକରେ ସୁନ୍ଦରଗଡ ଜିଲା ତଥା ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି।

ଜର୍ଜ ତୀର୍କି ଓଡ଼ିଶା ରଜନୀତିରେ ସମତା କ୍ରାନ୍ତି ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ସୁନ୍ଦରଗଡ ଜିଲା ବୀରମିତ୍ରପୁର ବିଧାନସଭା ନିର୍ବାଚନମଣ୍ଡଳୀରୁ ୧୯୯୫,୨୦୦୦,୨୦୦୯ଓ୨୦୧୪ରେ ଓଡ଼ିଶା ବିଧାନସଭାକୁ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସୁନ୍ଦରଗଡ ଜିଲାର ଆଦିବାସୀ ମାନଙ୍କ ଜଳ,ଜମି ,ଜଙ୍ଗଲ ଅଧିକାର ପାଇଁ ସେ ଲଢ଼େଇ କରି ଆସୁଥିଲେ। ପୂର୍ବରୁ ସେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାରେ ସକ୍ରିୟ ଥିଲେ ।

Launching Ceremony of “AYUSHMAN BHARAT

Comments are closed.