ଭୁବନେଶ୍ଵର : ବର୍ଷାରେ ଭିଜିବ ଦୁର୍ଗାପୂଜା। ଆଗ ପଛ ହୋଇ ଆସୁଛି ଦୁଇଟି ଲଘୁଚାପ । ମିଆଁମାର ଉପକୂଳ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଉତ୍ତର ପୂର୍ବ-ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୫ ତାରିଖ ପାଖାପାଖି ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୬ ତାରିଖ ବେଳକୁ ଏହା ଅବପାତରେ ପରିଣତ ହେବ। ୨୭ ପାଖାପାଖି ଏହା ଓଡିଶା-ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବା ନେଇ ସୂଚନା ରହିଛି। ପଛକୁ ପଛ ଦୁଇଟି ଲଘୁଚାପ ଫଳରେ ଆସନ୍ତା ୨୯ ଯାଏଁ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଅନ୍ୟପଟେ ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ସେହିପରି ଆସନ୍ତାକାଲି ୧୨ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । ଅକ୍ଟୋବର ୧ ଓ ୨ ତାରିଖରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି। ବର୍ଷା ସମୟରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ମଧ୍ୟ ବହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Comments are closed.