୩ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର

0

ଭୁବନେଶ୍ୱର : ସରକାରୀ କର୍ମଚାରୀଙ୍କୁ ଦୀପାବଳି ଉପହାର ଦେଲେ ରାଜ୍ୟ ସରକାର । ସରକାରୀ କର୍ମଚାରୀଙ୍କ ୩ ପ୍ରତିଶତ ମାହାଙ୍ଗା ଭତ୍ତା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତକୁ ବୃଦ୍ଧି ହୋଇଛି । ଏହା ଜୁଲାଇ ପହିଲା ୨୦୨୫ରୁ ପିଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ ।

ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ । ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ। ପୂର୍ବରୁ ଦୁର୍ଗାପୂଜାରେ ମଧ୍ୟ ୨ ପ୍ରତିଶତ ଭତ୍ତା ବଢାଇଥିଲେ ସରକାର ।

Launching Ceremony of “AYUSHMAN BHARAT
Leave A Reply

Your email address will not be published.