ଭୁବନେଶ୍ୱର : ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର । ଏଣିକି କାର୍ଡ ପିଛା ଅଧିକ ୫ କେଜି ଅଧିକ ଚାଉଳ ଦେବେ ରାଜ୍ୟ ସରକାର । ଏନେଇ ସବୁ ଜିଲ୍ଲାପାଳମାନଙ୍କୁ ଯୋଗାଣ ବିଭାଗ ପକ୍ଷରୁ ଚିଠି ଲେଖି ଅବଗତ କରାଯାଇଛି । ସେପ୍ଟେମ୍ବର, ଅକ୍ଟୋବର ଓ ନଭେମ୍ବର ମାସ ପାଇଁ ଚାଉଳ ମିଳିବ । ଏଥିରେ ୧୯ ଜିଲ୍ଲାରେ ଉପକୃତ ହେବେ ୨କୋଟି ୪୦ ଲକ୍ଷ ହିତାଧିକାରୀ ।
ଅଧିକ ୫କେଜି ଚାଉଳ ମିଳିବା ନେଇ ଅନୁଗୁଳ, ବାଲେଶ୍ୱର, ବରଗଡ, ଭଦ୍ରକ, କଟକ, ଦେଓଗଡ, ଢେଙ୍କାନାଳ, ଗଞ୍ଜାମ, ଜଗତସିଂହପୁର, ଯାଜପୁର, ଝାରସୁଗୁଡା, କେନ୍ଦ୍ରାପଡା, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ, ପୁରୀ, ସମ୍ବଲପୁର ଓ ସୁନ୍ଦରଗଡ ଜିଲାପାଳଙ୍କୁ ଚିଠି ଲେଖିଛି ଯୋଗାଣ ବିଭାଗ । ଏହି ଅତିରିକ୍ତ ଚାଉଳ ପୂର୍ବ ଭଳି ଆଧାର ସଂଯୁକ୍ତ ହିତାଧିକାରୀଙ୍କୁ ହିଁ ମିଳିବ । ଏହି ଯୋଜନା ଦ୍ଵାରା ୧୯ ଟି ଜିଲ୍ଲାର ୭୦.୪୭ ଲକ୍ଷରୁ ଅଧିକ ପରିବାର ଉପକୃତ ହେବେ । ନଭେମ୍ବର ୧୦ ତାରିଖ ସୁଦ୍ଧା ବଣ୍ଟନ ସାରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଜାତୀୟ ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ହିତାଧିକାରୀଙ୍କୁ ମିଳିବ ଏହି ଲାଭ ।
