ଭୁବନେଶ୍ୱର: ଲୋକସଭା ଭବନରେ ଆଜି ବାତ୍ୟା ‘ମନ୍ଥା’ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ସ୍ୱତନ୍ତ୍ର ରିଲିଫ କମିଶନର, ପୁଲିସ ଡିଜି ଶ୍ରୀ ଯୋଗେଶ ବାହାଦୂର ଖୁରାନିଆ, ଅଗ୍ନିଶମ ଡିଜି ସୁଧାଂଶୁ ଷଡଙ୍ଗୀଙ୍କ ସହ ଅନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିଛନ୍ତି । ପ୍ରଭାବିତ ହେବାକୁ ଥିବା ଜିଲା ଗୁଡିକର ଜିଲ୍ଲାପାଳ ମାନେ ଭିଡ଼ିଓ କନଫରେନସିକ ଜରିଆରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀଙ୍କୁ ବାତ୍ୟାର ପ୍ରସ୍ତୁତି ଓ ମୁକାବିଲା ନେଇ ସୂଚନା ଦେଇଥିଲେ । ବାତ୍ୟା ସମୟରେ ଏବଂ ବାତ୍ୟା ଛାଡିବା ପରେ ଜିରୋ କାଜୁଆଲିଟି ଲକ୍ଷ୍ୟ ରହିଛି ।
ବାତ୍ୟାରେ କିଭଳି ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇଛି, ଲୋକଙ୍କୁ ବାତ୍ୟା ଆଶ୍ରୟ ସ୍ଥଳୀରେ ଖାଦ୍ୟ ଯୋଗାଇବା ସହ ସବୁ ବିଭାଗ ଆଲର୍ଟ ଥିବା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଛି । ବାତ୍ୟାର ମୁକାବିଲା କରିବା ପାଇଁ ବିଭିନ୍ନ ଜିଲ୍ଲାରେ ଖୋଲିଛି ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ । ପ୍ରତି ବ୍ଲକରେ ହେଲ୍ପ ଡେସ୍କ ଖୋଲିଛି । ଏହା ସହିତ ପ୍ରଶାସନ ପକ୍ଷରୁ ଟୋଲ୍ ଫ୍ରି ନମ୍ବର ଜାରି କରାଯାଇଛି । ମୁକାବିଲା ପାଇଁ ସରକାର ସବୁ ପ୍ରକାର ବ୍ଯବସ୍ଥା କରିଛନ୍ତି। ରାଜ୍ୟର ବିଭିନ୍ନ ସ୍ଥାନରେ ବାତ୍ୟା ପ୍ରଭାବରେ ବର୍ଷା ଆରମ୍ଭ ହୋଇଯାଇଛି। ବିଶେଷକରି ଆଜି ୮ଟି ଜିଲ୍ଲା ଓ କାଲି ୫ ଟି ଜିଲ୍ଲା ପ୍ରଭାବିତ ହେବ । ବିଦ୍ୟୁତ ଓ ପାଣି ପାଇଁ ୩୯ ଟି ଓଡ୍ରାଫ, ୧୨୩ ଟି ଅଗ୍ନିଶମ, ୫ ଟି NDRF ମୁତୟନ । ପର୍ଯ୍ୟଟକଙ୍କୁ ଗୋପାଳପୁର, ମହେନ୍ଦ୍ରଗିରି,ଦେଓମାଳୀକୁ ନ ଯିବା ପାଇଁ ସୂଚନା ଦିଆଯାଇଛି । ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଓ ପାହାଡିଆ ଅଞ୍ଚଳରେ ଭ୍ରମଣ ପାଇଁ ପର୍ଯ୍ୟଟକ ମାନଙ୍କୁ ନିଷେଧ କରାଯାଇଛି। ୮ଟି ଜିଲ୍ଲାରେ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଗୁଡିକୁ ୩୦ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି,ଆବଶ୍ୟକ ହେଲେ ଛୁଟି ବଢ଼ାଇବାକୁ ସରକାରଙ୍କ ଯୋଜନା ରହିଛି ।
ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ଯମନ୍ତ୍ରୀ ଆହୁରି କହିଛନ୍ତି ଯେ ବର୍ତ୍ତମାନ ସୁଦ୍ଧା ୧୧ ହଜାର ୩୯୬ ଜଣଙ୍କୁ ସ୍ଥାନାନ୍ତର ସରିଛି। ୩୦ ହଜାର ୫୯୪ ଜଣଙ୍କୁ ସ୍ଥାନାନ୍ତର କରିବା ଲକ୍ଷ୍ୟ ରହିଛି। ଆବଶ୍ୟକ ପଡ଼ିଲେ ସେମାନଙ୍କୁ ସ୍ଥାନାନ୍ତର କରାଯିବ। ୧୮୭୧ ଗର୍ଭବତୀ ମହିଳାଙ୍କୁ ମେଡିକାଲ୍ ନିଆଯାଇଛି। ଆଉ ୮୨୨ ଗର୍ଭବତୀଙ୍କୁ ମଧ୍ୟ ସ୍ଥାନାନ୍ତର କରିବାକୁ ଲକ୍ଷ୍ୟ ରହିଛି।ଦକ୍ଷିଣ ଓଡ଼ିଶା ଜିଲ୍ଲାର ପର୍ଯ୍ୟଟନସ୍ଥଳୀକୁ ବାରଣ କରାଯାଇଛି। ଯେପରି କୌଣସି ଧନଜୀବନ ନଷ୍ଟ ନେବ ସେନେଇ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ସରକାର।
ସେପଟେ କ୍ଷିଣ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇ ସାରିଛି। ରାୟଗଡ଼ା କାଶୀନଗରରେ ପ୍ରବଳ ବର୍ଷା ଯୋଗୁଁ ଏକ ପାହାଡ଼ ଧସି ଯାଇଛି । ଗରବା ଓ ଲିଙ୍ଗା ମଝି ରାସ୍ତାରେ ହୋଇଛି ଭୂସ୍ଖଳନ ହୋଇଛି ।ଗୁମ୍ମା-କାଶୀନଗରକୁ ସଂଯୋଗ କରୁଥିଲା ଏହି ରାସ୍ତା । ପାହାଡ଼ ଧସିବା ଯୋଗୁଁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।
