ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ଶ୍ରୀମନ୍ଦିରରେ ସ୍ଵତନ୍ତ୍ର ନୀତିକାନ୍ତି

ପୁରୀ: ଆଜି ପଣା ସଂକ୍ରାନ୍ତି ଅବସରରେ ପ୍ରତିଟି ଓଡ଼ିଆଙ୍କ ଘରେ ବିଭିନ୍ନ ପଣା ପ୍ରସ୍ତୁତ କରାଯାଇଥାଏ। ବୃନ୍ଦାବତୀ ମୂଳରେ ପଣା ପୂଜା କରାଯାଏ। ଆଜିର ଦିନକୁ ହନୁମାନ ଜୟନ୍ତୀ ଭାବେ ପାଳନ କରାଯାଇଥାଏ । ବୀର ବଜରଙ୍ଗ ବାଳୀଙ୍କ ଜନ୍ମୋତ୍ସବ ପାଇଁ ରାଜ୍ୟର ବିଭିନ୍ନ ଧର୍ମାନୁଷ୍ଠାନ ମାନଙ୍କରେ ସ୍ୱତନ୍ତ୍ର ଆୟୋଜନ କରାଯାଇଛି। ସେହିପରି ପ୍ରଭୁ ହନୁମାନଙ୍କ ଦର୍ଶନ ପାଇଁ ମନ୍ଦିର ମାନଙ୍କରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। ଶ୍ରୀହନୁମାନଙ୍କ ନାମ ଜପ, ଚାଳିଶା ପାଠ କଲେ ସକଳ ବ୍ୟାଧିରୁ ମୁକ୍ତି ମିଳେ ।

ମହାବିଷୁବ ସଂକ୍ରାନ୍ତି ତଥା ମହାବୀର ଜୟନ୍ତୀ ଅବସରରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ପାଳନ ହୋଇଛି। ଶ୍ରୀମନ୍ଦିରରେ ସକାଳଧୂପ ନୀତି ସରିବା ପରେ ଦକ୍ଷିଣ ଘରେ ଥିବା ଶ୍ରୀ ହନୁମାନଙ୍କୁ ରତ୍ନସିଂହାସନକୁ ଅଣାଯାଇ ପୂଜାପଣ୍ଡା ସେବାୟତଙ୍କ ଦ୍ୱାରା ଆଜ୍ଞାମାଳ ପ୍ରଦାନ କରାଯିବ। ପରେ ବିମାନରେ ଶ୍ରୀ ହନୁମାନ ଶ୍ରୀମନ୍ଦିରର ପୂର୍ବ ଦ୍ୱାରରେ ଥିବା ହନୁମାନଙ୍କ ନିକଟକୁ ବିଜେ କରିବା ପରେ ପୂଜାର୍ଚ୍ଚନା କରାଯିବ। ତା’ପରେ ଜଗନ୍ନାଥ ବଲ୍ଲଭ ମଠ ଓ ଦରିଆ ମହାବୀରଙ୍କ ନିକଟକୁ ବିଜେ କରିବାର ପରମ୍ପରା ରହିଛି ।

ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତିରୁ ନୂଆ ପାଞ୍ଜି ପ୍ରଚଳନ ହୁଏ । ଏହି ଅବସରରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ପାଳନ ହୁଏ । ସକାଳ ଧୂପ ନୀତି ପରେ ଦକ୍ଷିଣ ଘରେ ଥିବା ଶ୍ରୀହନୁମାନଙ୍କୁ ରତ୍ନ ସିଂହାସନକୁ ଅଣାଯାଇ ଆଜ୍ଞାମାଳ ପ୍ରଦାନ କରିଛନ୍ତି ସେବାୟତ । ପରେ ମୁକ୍ତିମଣ୍ଡପ ତଳେ ଥିବା ବିମାନରେ ବସାଇ ଶ୍ରୀହନୁମାନଙ୍କୁ ବିଜେ କରାଯିବ । ବିମାନ ବଡ଼ୁ ସେବକ ଜଗନ୍ନାଥ ବହ୍ଲବ ମଠକୁ ନିଅନ୍ତି । ସବୁ ନୀତିକାନ୍ତି ସରିବା ପରେ ଶ୍ରୀହନୁମାନଙ୍କ ବାହୁଡ଼ା ବିଜେ କରି ଦେଉଳକୁ ଅଣାଯାଏ ।

Launching Ceremony of “AYUSHMAN BHARAT

Comments are closed.