ଦକ୍ଷିଣ-ପୂର୍ବ ବଙ୍ଗୋପ ସାଗରରେ ସୃଷ୍ଟି ହେଲା ବାତ୍ୟା ,ଓଡ଼ିଶାରେ କମିବ ଶୀତ

ଭୁବନେଶ୍ୱର : ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା । ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାଶ୍ୱର୍ବତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଆସନ୍ତାକାଲି ଡିପ୍ରେସନ୍‌ ର ରୂପ ନେବ । ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ଧାରଣ କରି ୮ ତାରିଖରେ ଉତ୍ତର ତାମିଲନାଡୁ-ପୁଡୁଚେରୀ ଉପକୂଳ ମୁହାଁ ହେବ।ଏନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି ।

ଅବପାତ ପରବର୍ତୀ ସମୟରେ ଆହୁରି ଘନିଭୂତ ହୋଇ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ବାତ୍ୟାର ରୂପ ନେବା ପରେ ଏହା ପଶ୍ଚିମ ଉତର-ପଶ୍ଚିମ ଦିଗରେ ଗତି କରି ୮ ତାରିଖ ବେଳକୁ ତାମିଲନାଡୁ ପୁଡୁଚେରୀ ତଥା ଦକ୍ଷିଣ ଆନ୍ଧ୍ର ଉପକୂଳ ଆଡକୁ ମୁହାଁଇବ । ଏହାର ପ୍ରଭାବରେ ତାମିଲନାଡୁ-ପୁଡ଼ୁଚେରୀ ତଥା ଦକ୍ଷିଣ ଆନ୍ଧ୍ର ଉପକୂଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ହେଲେ ଏହାର ପ୍ରଭାବ ଓଡିଶା ଉପରେ ପଡିବ ନାହିଁ ବୋଲି ପାଣିପାଗ ବିଭାଗ ତରଫରୁ ସୂଚନା ମିଳିଛି ।ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ବୈଜ୍ଞାନିକ ଡ. ଉମାଶଙ୍କର ଦାସ କହିଛନ୍ତି, ଓଡ଼ିଶା ଉପରେ ବାତ୍ୟାର ପ୍ରାୟତଃ ପ୍ରଭାବ ରହିବନି । କିନ୍ତୁ ଦକ୍ଷିଣ ଓଡ଼ିଶାରେ ପାଗ ମେଘୁଆ ରହିବ । କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ । ଉପକୂଳ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରା ବଢ଼ିଯିବ । ଏଥିପାଇଁ ଶୀତ କମିବ । ୮ ଓ ୯ ତାରିଖ ଅଧିକ ଶୀତ ଅନୁଭୂତ ହେବନି ।

ଆସନ୍ତା ୨୪ ଘଣ୍ଟା ଭିତରେ ରାଜ୍ୟର କିଛି ସ୍ଥାନରେ ରାତି ତାପମାତ୍ରା ପ୍ରାୟ ଦୁଇ ଡିଗ୍ରୀ କମିଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ବଲାଙ୍ଗୀରରେ କୁହୁଡ଼ି ପଡ଼ିବ ।

Comments are closed.