ଭୁବନେଶ୍ୱର : ବିଶିଷ୍ଟ ସଙ୍ଗୀତକାର ଅଭିଜିତ୍ ମଜୁମଦାରଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର । ଚିକିତ୍ସିତ ଅବସ୍ଥାରେ କଟକର ଏକ ଘରୋଇ ହସ୍ପିଟାଲରୁ ଅଭିଜିତଙ୍କୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ପ୍ରାରମ୍ଭିକ ଭାବେ ଏମ୍ସ ଟ୍ରମା କେୟାରରେ ଚିକିତ୍ସିତ ହେଉଛନ୍ତି । ପରେ ତାଙ୍କୁ କ୍ରିଟିକାଲ ଆଇସିୟୁକୁ ସ୍ଥାନାନ୍ତର କରାଯିବ । ତାଙ୍କ ବ୍ରେନ୍ ରେ ସୋଡ଼ିଅମ୍ କମୁଛି । ନିଃଶ୍ୱାସ ନେବାରେ ତାଙ୍କର ସମସ୍ୟା ହେଉଛି । କିଡନୀରେ ମଧ୍ୟ ସମସ୍ୟା ମଧ୍ୟ ରହିଛି ବୋଲି ସୂଚନା ମିଳିଛି । ବର୍ତ୍ତମାନ ସେ ଭେଣ୍ଟିଲେଟର ସପୋର୍ଟରେ ଅଛନ୍ତି । ତେବେ ତାଙ୍କ ସ୍ୱାସ୍ଥ୍ୟବସ୍ଥାକୁ ନେଇ ଏମ୍ସ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ଦିଆଯାଇନାହିଁ ।
ସୂଚନା ଅନୁସାରେ ଅଭିଜିତ ମଜୁମଦାର ଦୀର୍ଘ ଦିନ ହେବ ଲିଭର୍ ଜନିତ ରୋଗରେ ପୀଡିତ ଥିବା ସୂଚନା ମିଳିଛି । ଗଣେଶପୂଜା ଦିନ ସେ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ତୁରନ୍ତ କଟକର ସିଡିଏରେ ଥିବା ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଦୀର୍ଘ ଚାରି ଦିନ ସେଠାରେ ଚିକିତ୍ସିତ ହେବା ପରେ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ କଟକର ଅନ୍ୟ ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା । ମାତ୍ର ସେଠାରେ ସ୍ବାସ୍ଥ୍ୟରେ କୌଣସି ଉନ୍ନତି ନଆସିବାରୁ ପୁନଶ୍ଚ ତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଛି ।
ଏମ୍ସ ସୂଚନାନୁସାରେ,ବର୍ତ୍ତମାନ କୋମାରେ ଅଛନ୍ତି ଅଭିଜିତ ମଜୁମଦାର । ଚିକିତ୍ସାଧୀନ ଅବସ୍ଥାରେ କଟକରୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହେବ ପୂର୍ବରୁ ସେ କୋମାରେ ଅଛନ୍ତି । ପ୍ରାୟ ଗୋଟିଏ ସପ୍ତାହ ହେବ ଲିଭର ସିରୋସିସ ରୋଗରେ ପୀଡିତ ହୋଇ କଟକରେ ଏକ ଘରୋଇ ମେଡିକାଲରେ ଚି଼ତ୍ସିତ ହେଉଥିଲେ । ମାତ୍ର ସ୍ବାସ୍ଥ୍ଯରେ ଉନ୍ନତି ନହେବାରୁ ଆଜି ସକାଳେ ତାଙ୍କୁ ଗୁରୁତର ଅବସ୍ଥାରେ ଏମ୍ସ ସ୍ଥାନାନ୍ତର କରି ଭର୍ତ୍ତି କରାଯାଇଛି । ତେବେ ଏମ୍ସରେ ଭର୍ତ୍ତି ହେବା ପରେ ଅଭିଜିତଙ୍କ ବ୍ରେନରେ ସୋଡିୟମ କମିଥିବା ଏବଂ ନିଶ୍ବାସ ନେବାରେ ସମସ୍ୟା ହେଉଥିବା କୁହାଯାଉଥିଲା । ଟ୍ରମା ସେଣ୍ଟରରେ ପ୍ରାଥମିକ ଚିକିତ୍ସା ପରେ ସେଣ୍ଟ୍ରାଲ ଆଇସିୟୁରେ ଭର୍ତ୍ତି କରାଯିବ ବୋଲି ସୂଚନା ମିଳିଥିଲା ।

Comments are closed.