ବାତ୍ୟା ଆଶ୍ରୟସ୍ଥଳୀ କର୍ମଚାରୀଙ୍କ ଆକସ୍ମିକ ମୃତ୍ୟୁ

0

ଗଜପତି : ବାତ୍ୟା ଆଶ୍ରୟସ୍ଥଳୀରେ କାର୍ଯ୍ୟରତ ଥିବା ଜଣେ ସରକାରୀ କର୍ମଚାରୀଙ୍କ ଆକସ୍ମିକ ମୃତ୍ୟୁ ଘଟିଛି । ଗଜପତି ଜିଲ୍ଲା ରାୟଗଡ ବ୍ଲକ ପୋତାର ପଞ୍ଚାୟତରେ ଏହି ଘଟଣା ଘଟିଛି। ମୃତକ ହେଲେ ଯୋଗାଣ ସହାୟକ ସୁରେନ୍ଦ୍ର ଗମାଙ୍ଗ। ତାଙ୍କ ମୃତ୍ୟୁକୁ ନେଇ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ଗତ ୨୬ତାରିଖ ଠାରୁ ସେ ବାତ୍ୟା ମୁକାବିଲା ପାଇଁ କାର୍ଯ୍ୟ କରିଆସୁଥିଲେ । ଗତକାଲି ରାତିରେ ହଠାତ୍ ତାଙ୍କ ଦେହ ଅସୁସ୍ଥ ହୋଇପଡ଼ିଥିଲା । ତାଙ୍କୁ ତୁରନ୍ତ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

Launching Ceremony of “AYUSHMAN BHARAT
Leave A Reply

Your email address will not be published.