ଶ୍ରୀ ଅଲାରନାଥଙ୍କ ଚାଲିଛି ଅନବସର ଦର୍ଶନ

ବ୍ରହ୍ମଗିରି: ଜୁନ ୨୧: ସପ୍ତମ ଦିନରେ ମହାପ୍ରଭୁ ଶ୍ରୀ ଅଲାରନାଥଙ୍କ ଚାଲିଛି ଅନବସର ଦର୍ଶନ । ବ୍ରହ୍ମଗିରିର ଅଲାରନାଥ ପୀଠରେ ଶଙ୍ଖ, ଚକ୍ର, ଗଦା, ପଦ୍ମଧାରୀ ଚତୁର୍ଭୁଜ ନାରାୟଣଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କୁ ସୁସ୍ଥ କରିବା ପାଇଁ ଦଇତା ସେବାୟତମାନେ ଲାଗିପଡିଛନ୍ତି । ତେଣୁ ଭକ୍ତମାନେ ପଟିଦିଅଁ ରୂପରେ ଦର୍ଶନ କରୁଛନ୍ତି । ଜଗନ୍ନାଥଙ୍କ ଦର୍ଶନ ନପାଇ ଖିରି ଖିଆ ଠାକୁର ଅଲାରନାଥଙ୍କୁ ଦର୍ଶନ କରି ସମଫଳ ପାଇବାର ବିଶ୍ୱାସ ନେଇ ଭକ୍ତ ଛୁଟି ଆସୁଛନ୍ତି ବ୍ରହ୍ମଗିରିକୁ । ମଙ୍ଗଳବାର ଭୋର ୪ଟାରେ ମହାପ୍ରଭୁଙ୍କ ଦ୍ୱାରଫିଟା ଯାଇ ୪ଟା ୧୫ମିନିଟରେ ମଙ୍ଗଳ ଆଳତୀ ହୋଇଥିଲା । ତାପରେ ତଡପଲାଗି, ଅବକାଶ, ବେଶ ଏବଂ ଗୋପାଳବଲ୍ଲଭ ସରିବା ପରେ ସକାଳ ୬ଟାରୁ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଛି ।

Comments are closed.