ସମସ୍ତ ବ୍ଲକରେ ହେବ ନ୍ୟାୟାଳୟ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଏଣିକି ସମସ୍ତ ଲୋକଙ୍କ ପାଖରେ ପହଞ୍ଚିବ ନ୍ୟାୟାଳୟ । ରାଜ୍ୟର ସବୁ ବ୍ଲକରେ ହେବ ଗ୍ରାମ୍ୟ ନ୍ୟାୟାଳୟ। ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଭୁବନେଶ୍ଵରରେ ଆଇନ ବିଭାଗ ପକ୍ଷରୁ ଗୁରୁବାର ଆୟୋଜିତ ହୋଇଛି ଭାରତୀୟ ନ୍ୟାୟ ସଂହିତା(ବିଏନଏସ) ଏବଂ ଭାରତୀୟ ନାଗରିକ ସୁରକ୍ଷା ସଂହିତା(ବିଏନଏସଏସ) ଜାଗୃତିକରଣ କାର୍ଯ୍ୟକ୍ରମ । ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗଦେଇ କହିଥିଲେ, ଆଇନ ସମ୍ପର୍କରେ ରାଜ୍ୟ ସରକାର ରାଜ୍ୟବାସୀଙ୍କୁ ସଚେତନ କରାଇବେ । ନୂଆ ଆଇନ ବିଏନଏସ ଏବଂ ବିଏନଏସଏସ ସମ୍ପର୍କରେ ଜନସାଧାରଣ ଅବଗତ ନାହାନ୍ତି । ଏହି ନୂଆ ଆଇନ ବିଷୟରେ ସଚେତନତା ସୃଷ୍ଟି କରାଯିବ। ଲୋକଙ୍କ କିପରି ତ୍ଵରିତ ନ୍ୟାୟ ମିଳିବ ସେ ଦିଗରେ ପଦକ୍ଷେପ ନିଆଯିବ। ସେଥିଲାଗି ପ୍ରତି ବ୍ଲକରେ ନ୍ୟାୟାଳୟ ଆରମ୍ଭ ହେବ। ଏହାଦ୍ଵାରା ନ୍ୟାୟ ଲୋକଙ୍କ ନିକଟରେ ପହଞ୍ଚି ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ସେହିପରି ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ଲୋକଙ୍କ ଘର ପାଖରେ ନ୍ୟାୟାଳୟ ପହଞ୍ଚିବ । ସବୁ ବ୍ଲକରେ ନ୍ୟାୟାଳୟ ଖୋଲିଲେ ମାମଲା ସଂଖ୍ୟା କମିବ ଓ ଆଇନ ବ୍ୟବସ୍ଥା ଉପରେ ଚାପ କମିବ । ଯାହା ଦ୍ୱାରା ସାଧାରଣ ଲୋକ ସଙ୍ଗେସଙ୍ଗେ ନ୍ୟାୟ ପାଇପାରିବେ । ଏହାରି ଭିତରେ ୬ଟି ଗ୍ରାମ୍ୟ ନ୍ୟାୟାଳୟ ଆରମ୍ଭ ହେଲାଣି ବୋଲି ମନ୍ତ୍ରୀ ଶ୍ରୀ ଚନ୍ଦନ କହିଛନ୍ତି।

ଖୁଵଶୀଘ୍ର ରାଜ୍ୟ ସରକାର ‘ଲ’-ରିଭିଜନ କମିଶନ କରି ଏହି ବ୍ୟବସ୍ଥା କରିବେ ବୋଲି ଆଇନ ମନ୍ତ୍ରୀ ପୃଥ୍ଵୀରାଜ ସୂଚନା ଦେଇଛନ୍ତି । ଯେଉଁ ଅପ୍ରାସଙ୍ଗିକତା ଏବଂ ଅଦରକାରୀ ଆଇନ ରହିଛି ସେଗୁଡିକର ପରିବର୍ତ୍ତନ କରିବାର ଆବଶ୍ୟକତା ରହିଛି ବୋଲି ଆଇନ ମନ୍ତ୍ରୀ ଗୁରୁତ୍ବାରୋପ କରିଛନ୍ତି।

Launching Ceremony of “AYUSHMAN BHARAT

Comments are closed.