ଭୁବନେଶ୍ୱର : ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୨୩ ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ସେହି ସବୁ ଜିଲ୍ଲାମାନଙ୍କୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି I ଏ ନେଇ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପୂର୍ବାନୁମାନ କରିଛି।
ସେହିପରି ଅନେକ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ହେବା ନେଇ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। କେତେକ ସ୍ଥାନରେ ବଜ୍ରପାତ ସହ ବର୍ଷା ହେବ ବୋଲି ଆକଳନ କରାଯାଇଛି। ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର,କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ସୋନପୁର, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ ବାଲେଶ୍ୱର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହୋଇପାରେ।
ସୂଚନାନୁସାରେ,ରାଜ୍ୟରେ ବର୍ତ୍ତମାନ ମୌସୁମୀ ଉଭାନ ହୋଇ ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି ଗରମ ଅନୁଭୂତ ହେଉଛି । ତେବେ ପାଣିପାଗ ର ପୂର୍ବାନୁମାନ ଅନୁସାରେ ଆସନ୍ତା ୭ ତାରିଖ ଆଡ଼କୁ ପଶ୍ଚିମ-କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ କିଛି ଦିନ ବର୍ଷା ଲାଗି ରହିବା ସହ ମୌସୁମୀ ମଧ୍ୟ ସକ୍ରିୟ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.