ଆସୁଛି ଆଉ ଏକ ଲଘୁଚାପ !

ଭୁବନେଶ୍ୱର : ଲଘୁଚାପ ଜନିତ ଲଗାଣ ବର୍ଷା ପରେ ବର୍ତ୍ତମାନ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଛି। ତେବେ ଆଜି ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଉପକୂଳ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏହା ସହ ପୁଣି ଏକ ଲଘୁଚାପ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ଯାହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉକ୍ତ ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶା ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି । ତେବେ ସମ୍ଭାବ୍ୟ ଲଘୁଚାପ ସମ୍ପର୍କରେ ପାଣିପାଗ ବିଭାଗ ପକ୍ଷରୁ କିଛି ସ୍ପଷ୍ଟ କରାଯାଇ ନାହିଁ।

ଅନ୍ୟପଟେ ମଙ୍ଗଳବାର ଅପରାହ୍ନରେ ଭୁବନେଶ୍ବରର କିଛି ଅଞ୍ଚଳରେ ଝିପିଝିପି ବର୍ଷା ହୋଇଥିବାବେଳେ ଯାଜପୁର ଏବଂ କେନ୍ଦ୍ରାପଡ଼ାରେ ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ଼ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଘଣ୍ଟା ପ୍ରତି ୩୦ରୁ ୪୦କି.ମି ବେଗରେ ପବନ ବହିପାରେ। ଉପକୂଳବର୍ତ୍ତୀ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି ଏବଂ କନ୍ଧମାଳ ଜିଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି।

Launching Ceremony of “AYUSHMAN BHARAT

Comments are closed.