ଆଜି ଜନ୍ମଦିନ, ବାଜି ରାଉତ

0

୧୯୨୬ ମସିହା ଅକ୍ଟୋବର ୫ ତାରିଖ ଦିନ ବାଜି ରାଉତ ଢେଙ୍କାନାଳ ଜିଲ୍ଲାର ନିଳକଣ୍ଠପୁର ଗ୍ରାମରେ ଏକ ଗରିବ ଖଣ୍ଡାୟତ ପରିବାରରେ ଜନ୍ମଗ୍ରହଣ କରିଥିଲେ । ସେ ପିଲାବେଳୁ ବାପାଙ୍କୁ ହରାଇ ମା’ଙ୍କଦ୍ୱାରା ପ୍ରତିପାଳିତ ହୋଇଥିଲେ । ମା’ ଅନ୍ୟଘରେ ପାଇଟିକରି ତାଙ୍କୁ ପାଳୁଥିଲେ । ହେତୁ ପାଇଲା ପରେ ସେତେବେଳର ଢେଙ୍କାନାଳର ରାଜା ଶଙ୍କର ପ୍ରତାପ ସିଂହଦେଓ ଗରିବମାନଙ୍କ ଉପରେ ଅତ୍ୟାଚାର କରୁଥିବାର ସେ ଅନୁଭବ କରିଥିଲେ । ପରେ ଢେଙ୍କାନାଳର ବୈଷ୍ଣବ ଚରଣ ପଟ୍ଟନାୟକ (ବୀର ବୈଷ୍ଣବ ନାମରେ ଜଣା) ଯେତେବେଳେ ରାଜାଙ୍କ ବିରୋଧରେ ପ୍ରଜାମଣ୍ଡଳ ଆରମ୍ଭ କରିଥିଲେ, ସେତେବେଳେ ବାଜି ସେହି କୋମଳ ବୟସରେ ସେଥିରେ ଯୋଗ ଦେଇଥିଲେ । ଇଂରେଜ ସରକାରଙ୍କ ରାଜତ୍ୱ କାଳରେ ଭାରତବର୍ଷରେ ଅନ୍ୟାନ୍ୟ ରାଜ୍ୟ ଭଳି ଓଡ଼ିଶାରେ ସାଧାରଣ ପ୍ରଜାମାନେ ବିଭିନ୍ନ ଭାବରେ ଶୋଷଣ ଓ ଅତ୍ୟାଚାରିତରେ ଜର୍ଜରିତ ହେଉଥିଲେ । ସେତେବେଳେ ଇଂରେଜ ସରକାର ତାଙ୍କର ଶାସନ ପ୍ରଣାଳୀକୁ ସରଳ କରିବା ଉଦ୍ଦେଶ୍ୟରେ ସମଗ୍ର ଓଡ଼ିଶାକୁ ଦୁଇ ଭାଗରେ ବିଭକ୍ତ କରି ମୋଗଲବନ୍ଦୀ ଏବଂ ଗଡ଼ଜାତ ଅଞ୍ଚଳ ଭାବରେ ନାମିତ କରିଥିଲେ । ଏହି ଦୁଇଭାଗ ମଧ୍ୟରୁ ଗଡଜାତ ଅଞ୍ଚଳର ପ୍ରଜାମାନଙ୍କ ଅବସ୍ଥା ଅତ୍ୟନ୍ତ ଶୋଚନୀୟ ହୋଇପଡୁଥିଲା । ସେହିସମୟରେ ମୁଣ୍ଡ ଟେକିଥିଲା ଗଡଜାତ ଆନ୍ଦୋଳନ । ୧୯୩୮ ମସିହା ଅକ୍ଟୋବର ମାସ ୧୧ ତାରିଖ ଅନ୍ଧାରିଆ ରାତିରେ ପ୍ରଜାମଣ୍ଡଳର କେତେଜଣ ସେ୍ୱଚ୍ଛାସେବୀଙ୍କ ସହ ବ୍ରାହ୍ମଣୀ ନଦୀ ଘାଟରେ ଡଙ୍ଗା ଜଗି ରହିଥିଲେ ବାଳକ ବାଜି ରାଉତ, ସେ ପ୍ରଜାମଣ୍ଡଳର ସିପାହୀ ସାଜିଥିଲେ । ଘାଟ ଡଙ୍ଗା ଜଗିବା ସେଦିନ ତାଙ୍କର ପାଳିଥିଲା । କାରଣ ପ୍ରଜାମଣ୍ଡଳର ହୁକୁମ ଥିଲା, ନଦୀଘାଟରୁ ଦୂରରେ ଡଙ୍ଗା ଲୁଚେଇ ରଖିବ, ଗୋରା ଫଉଜମାନେ ଯେପରି ନଦୀ ପାର ନହୁଅନ୍ତି, ସେମାନଙ୍କ ଗତିବିଧି ଉପରେ ନଜର ରଖି କ୍ୟାମ୍ପକୁ ଖବର ଦେବ । ଏଥିସହିତ ପ୍ରଜାମଣ୍ଡଳର ସାଥୀଙ୍କୁ ନିରାପଦରେ ପାରି କରାଇବ । ଆଶଙ୍କାକୁ ସତ କରି ପୋଲିସମାନେ ପ୍ରଜା ମଣ୍ଡଳ ଆନ୍ଦୋଳନ ଦମନ କରିବାକୁ ଆସିଲେ । ମାତ୍ର ସେମାନଙ୍କ ଆଦେଶ ସେ‰ ବାଜି ରାଉତ ଘାଟରୁ ଡ଼ଙ୍ଗା ଫିଟାଇଲେ ନାହିଁ । ପୋଲିସର ଧମକ ଚମକ ସେ‰ କିଛି ଲାଭ ନହେବାରୁ, ସେମାନେ ତାଙ୍କୁ ସେଇଠି ଗୁଳି କରି ହତ୍ୟା କରିଥିଲେ । ବାଜି ରାଉତଙ୍କ ସହିତ ଆହୁରି ଅନେକ ଲୋକ ସେଠାରେ ସହିଦ ହୋଇଥିଲେ । ତେବେ ଏତେ କମ ବୟସରେ ଦେଶପାଇଁ ଜୀବନ ବଳି ଦେଇଥିବାରୁ ସମସ୍ତେ ତାଙ୍କୁ ଆଜି ବି ମନେ ପକାଇଥାଆନ୍ତି ।

Launching Ceremony of “AYUSHMAN BHARAT
Leave A Reply

Your email address will not be published.