ପାଣିପାଗ - Samaya Live

୩ ମାସ ମଧ୍ୟରେ ୧୦୦୦ମି.ମି. ଅତିକ୍ରମ କଲା ମୌସୁମୀ ବର୍ଷା
ଭୁବନେଶ୍ୱର : ଚଳିତବର୍ଷ ବର୍ଷା ପରିସ୍ଥିତି ଅତ୍ୟନ୍ତ ଅସ୍ୱାଭାବିକ ରହିଛି । ଜୁନ, ଜୁଲାଇ ଓ ଅଗଷ୍ଟ ମଧ୍ୟରେ ରାଜ୍ୟରେ ୧୦୦୦ ମି.ମିରୁ ଅଧକ ବର୍ଷା ହୋଇଛି । ଏହି ପରିମାଣ ସ୍ୱାଭାବିକ ବର୍ଷା ପରିମାଣରୁ ୩୪ ପ୍ରତିଶତ ଅଧିକ। ଗତ ୨୫ ବର୍ଷ ମଧ୍ୟରେ ଏଭଳି ସ୍ଥିତି କେବେ ବି ହୋଇ ନଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଭଦ୍ରକ ଓ ଯାଜପୁର ସହ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର ଓ କେନ୍ଦ୍ରାପଡ଼ା ଜିଲାରେ ମଧ୍ୟ ବନ୍ୟା ସ୍ଥିତି ଉପୁଜିଛି। ଏହି ଜିଲାଗୁଡ଼ିକର ୭୪ଟି ବ୍ଲକର ୧୩୮୧ଟି ଗାଁ’ର ୯.୪୦ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩.୭୦ ଲକ୍ଷରୁ ଅଧିକ ଲୋକଙ୍କୁ ସୁରକ୍ଷିତ ସ୍ଥାନରେ ରଖାଯାଇଛି। ୫୫୦ଟି ରିଲିଫ୍‌ କ୍ୟାମ୍ପ ଖୋଲାଯାଇ ପ୍ରଭାବିତ ଲୋକଙ୍କୁ ରନ୍ଧାଖାଦ୍ୟ ପ୍ରଦାନ କରାଯାଉଛି। ୬ ଜିଲାରେ ସମୁଦାୟ ୪୫ଟି ଓଡ୍ରାଫ୍‌, ୮ଟି ଏନ୍‌ଡିଆର୍‌ଏଫ୍‌ ଏବଂ ୬୫ଟି ଅଗ୍ନଶମ ସେବା ଦଳ ନିୟୋଜିତ ହୋଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଅନ୍ୟପଟେ, ଏହାରି ମଧ୍ୟରେ ଓଡ଼ିଶା ପାଇଁ ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୨ ଓ ୨୩ ତାରିଖ ଆଡ଼କୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ପ୍ରଭାବରେ ୨୨ ତାରିଖରୁ ରାଜ୍ୟରେ ପୁଣିଥରେ ବର୍ଷାର ପରିମାଣ ବଢ଼ିପାରେ ।

ଆସୁଛି ଆଉ ଏକ ଲଘୁଚାପ !
ଭୁବନେଶ୍ୱର : ରାଜ୍ୟକୁ ପିଛା ଛାଡୁନାହିଁ ଲଘୁଚାପ । ଧାଡି ଧାଡି ହୋଇ ପଛକୁ ପଛ ଆସୁଛି ଗୋଟିଏ ପରେ ଗୋଟିଏ ଲଘୁଚାପ । ଳଘୁଚାପ ଜନିତ ଲଗାଣ ବର୍ଷାରେ ରାଜ୍ୟରେ ହାଲ ବେହାଲ ହୋଇଥିବାବେଳେ ପୁଣି ଆସୁଛି ଆଉ ଏକ ଲଘୁଚାପ। ଉତ୍ତର ଓଡ଼ିଶା–ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି । ପ୍ରଭାବରେ ଆଗାମୀ ୩ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଓଡ଼ିଶା ଉପକୂଳରେ ବର୍ଷା ଲାଗି ରହିବ । ଏଥିପାଇଁ ୫ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଆଜି ପାଇଁ ୩ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି । ସୁନ୍ଦରଗଡ଼, ଭଦ୍ରକ ଓ ଯାଜପୁରରେ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ଏସବୁ ଜିଲ୍ଲାରେ ଆଜି ସବୁ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ।

ସେପଟେ ଆଜି ପଶ୍ଚିମ ଓଡିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଉତ୍ତର ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି। କିଛି ଜିଲ୍ଲାକୁ ଅରେଞ୍ଜ ଓ ଅନ୍ୟ ସମସ୍ତ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବ ।

ରାଜ୍ୟରେ ବରଗଡ, ଝାରସୁଗୁଡା, ସୁନ୍ଦରଗଡରେ ୧୨ ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ ଓ କେନ୍ଦୁଝରରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ୩ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅନ୍ୟପଟେ, ଚତୁର୍ଥ ଥର ପାଇଁ ପୁଣି ବୈତରଣୀ ନଦୀରେ ଆସିଛି ବନ୍ୟା ଜଳ। ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ବୈତରଣୀ ନଦୀର ଜଳସ୍ତର। ବିପଦ ସଂକେତ ୧୮.୩୩ ଥିବା ବେଳେ ବର୍ତ୍ତମାନ୍ ସୁଦ୍ଧା ୧୯.୨୫ ମିଟରରେ ବନ୍ୟା ଜଳ ପ୍ରବାହିତ ହେଉଛି । ସେପଟରେ ଅନେକ ଗାଁ ଜଳବନ୍ଦୀ ଥିବା ବେଳେ ପୁଣି ବନ୍ୟା ପାଣି ଆସିବାରୁ ବନ୍ୟା ବିପନ୍ନଙ୍କ ଦୁଃଖ ବଢାଇ ଦେଇଛି।

ଅବପାତରେ ପରିଣତ ହେଲା ଲଘୁଚାପ,୩ଦିନ ଯାଏ ପ୍ରବଳ ବର୍ଷା
ଭୁବନେଶ୍ବର : ଅବପାତର ରୂପ ନେଇଛି ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ।  ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ଆଡ଼କୁ ମୁହାଁଇବ । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବାବେଳେ ଆଗକୁ ୩ଦିନ ଯାଏ ପ୍ରବଳ ବର୍ଷା ପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ,ଭୀଷଣ ବର୍ଷା ପାଇଁ ସୁନ୍ଦଗରଡ଼ ଓ କେନ୍ଦୁଝର ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଦେଇଛି । ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୧୧ଜିଲ୍ଲାକୁ ଅରେଞ୍ଜ ଓ ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି, ଆଜି ପାଇଁ ବାଲେଶ୍ବର, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା ଏବଂ ବଲାଙ୍ଗିର ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଏହି ସବୁ ଜିଲାଗୁଡ଼ିକର କେତେକ ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

ଅପରପକ୍ଷେ, ଲଘୁଚାପ ପ୍ରଭାବରେ ମୟୂରଭଞ୍ଜ ଏବଂ ବାଲେଶ୍ବର ଜିଲାର ବିଭିନ୍ନ ଅଞ୍ଚଳରେ ଅତି ପ୍ରବଳ ବର୍ଷା ହୋଇଛି । ଚଳିତ ବର୍ଷ ପ୍ରଥମ କରି  ୯୦୦ ମିମି ଅତିକ୍ରମ କଲା ମୌସୁମୀ ବର୍ଷା। ଜୁନ ୧ରୁ ୧୩ ଅଗଷ୍ଟ ସୁଦ୍ଧା ରାଜ୍ୟରେ ୯୦୧.୮ମିମି ବର୍ଷା ରେକର୍ଡ ହୋଇଛି ଯାହାକି ସ୍ୱାଭାବିକ ବୃଷ୍ଟିପାତ ୭୧୩.୩ ମିମି ତୁଳନାରେ ୨୬ ପ୍ରତିଶତ ଅଧିକ ରହିଛି।

ଅନ୍ୟପଟେ , ପାଣିପାଗ ବିଶେଷଜ୍ଞ ବିଶ୍ବଜିତ ସାହୁ କହିଛନ୍ତି, ୨୦ ତାରିଖ ବେଳକୁ ପୁଣି ଉତ୍ତର ଓଡ଼ିଶା ଏବଂ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋବର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଭଲ ବର୍ଷା ହେବାର ସମ୍ଭାବନା ରହିଛି ।

ପ୍ରବଳ ବର୍ଷା ନେଇ ଓଡିଶାକୁ ରେଡ ୱାର୍ଣ୍ଣିଂ
ଭୁବନେଶ୍ୱର : ଉତ୍ତର  ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଆହୁରି ବଳୁଆ ହେବ । ଗୁରୁବାର  ଏହା ଅବପାତର ରୂପ ନେବ । ଏହା ପ୍ରଭାବରେ  ରାଜ୍ୟରେ ପ୍ରବଳ ବର୍ଷା ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ  ।

ସମ୍ଭାବ୍ୟ ଅବପାତ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳ ମୁହାଁଇବ  ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାର ବାଲେଶ୍ବର, ଭଦ୍ରକ, କେନ୍ଦୁଝର ଜିଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।  ସେହିପରି ଯାଜପୁର, କଟକ,  ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ,  ଢେଙ୍କାନାଳ ଓ ମୟୂରଭଞ୍ଜରେ ମଧ୍ୟ ପ୍ରବଳ ବର୍ଷାରୁ ତ୍ରାହି ପାଇବ ନାହିଁ । ଉତ୍ତର ଓଡ଼ିଶା,  ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ବହୁ ସ୍ଥାନରେ ବର୍ଷା  ହୋଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

​​​​ଅନ୍ୟପଟେ, ଆଗାମୀ ୨୪ଘଣ୍ଟା ଯାଏଁ ବର୍ଷାରୁ ନିସ୍ତାର ମିଳିବ ନାହିଁ । ପ୍ରବଳ ବର୍ଷାରେ ଷ୍ଟିଲସିଟି ରାଉରକେଲାରେ ସ୍ଥିତି ବେହାଲ ହୋଇଛି । ସହରର ତଳି ଅଞ୍ଚଳ ସମ୍ପୂର୍ଣ୍ଣ ଜଳବନ୍ଦୀ ଘେରରେ ରହିଥିବାବେଳେ ପାହାଡ଼ରୁ ନାଲିପାଣି ବୋହି ଆସୁଛି  । ଶୁକ୍ରବାର ସୁନ୍ଦରଗଡ଼, ଝାରସୁଗୁଡ଼ା,  ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ  ମୟୂରଭଞ୍ଜରେ ପ୍ରବଳ ବର୍ଷା ହୋଇପାରେ । ୧୫  ଓ ୧୬ ତାରିଖରେ ତାରିଖରେ ଉତ୍ତର ଓଡ଼ିଶାରେ  ପ୍ରବଳ ବର୍ଷା ଆଶଙ୍କା ଅଛି । ଗତ ୨୪ ଘଣ୍ଟାରେ  ପାରଳାଖେମୁଣ୍ଡିରେ ୨୯.୪, ଫୁଲବାଣୀରେ ୨୬.୮,  ମାଲକାନଗିରିରେ ୨୬.୬, ନବରଙ୍ଗପୁରରେ ୨୧.୨  ମିମି ବର୍ଷା ରେକର୍ଡ ହୋଇଛି ।

ଆସନ୍ତା କାଲି ପୁଣି ଏକ ଲଘୁଚାପ ... ୧୨ ରୁ ୧୫ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର : ରାଜ୍ୟକୁ ପିଛା ଛାଡୁନାହିଁ ଲଘୁଚାପ । ପଛକୁ ପଛ ଲଘୁଚାପ ଫଳରେ ଜାରି ରହିଛି ଲଗାଣ ବର୍ଷା । ୧୨ ତାରିଖ ବେଳକୁ ପୁଣି ଏକ ଲଘୁଚାପ । ବଙ୍ଗୋପସାଗରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲି ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ବିଶେଷକରି ଉତ୍ତର, ଉପକୂଳ ଏବଂ ଏହାର ସଂଲଗ୍ନ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିପାରେ । ୧୨ରୁ ୧୫ ଅଗଷ୍ଟ ମଧ୍ୟରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୪ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନକୁ ପ୍ରବଳ ବର୍ଷା ଜନିତ ଚେତାବନୀ ମଧ୍ୟ ଜାରି ହୋଇଛି ।

ଆଜି ପାଇଁ ମଧ୍ୟ ରାଜ୍ୟରେ ପ୍ରବଳ ବର୍ଷା ସହ ବଜ୍ରପାତ ଓ ଝଡ଼ବର୍ଷା ନେଇ ସତର୍କତା ଜାରି କରିଛି IMD । ଆଜି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ନୟାଗଡ଼, ଯାଜପୁର, ଢେଙ୍କାନାଳ, ଗଞ୍ଜାମ, ଅନୁଗୁଳ, ଦେବଗଡ଼ ଓ ସୁନ୍ଦରଗଡ଼ର ବିଭିନ୍ନ ସ୍ଥାନରେ ହାଲୁକାରୁ ପ୍ରବଳ ବର୍ଷା ହୋଇପାରେ । ଅନ୍ୟ ଜିଲ୍ଲାରେ ମଧ୍ୟ ବର୍ଷା ଓ ଘଡ଼ଘଡ଼ିର ସମ୍ଭାବନା ରହିଛି ।

ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି, ଶନିବାର ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର  ଏବେ ଦକ୍ଷିଣ ପୂର୍ବ ମଧ୍ୟପ୍ରଦେଶ ସଂଲଗ୍ନ ଛତିଶଗଡ଼ରେ ସକ୍ରିୟ ରହିଛି। ବର୍ତ୍ତମାନ ଏହାର ପ୍ରଭାବ ରାଜ୍ୟ ଉପରେ ନାହିଁ। ବର୍ତ୍ତମାନ ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବା ବେଳେ ଅନେକ ସ୍ଥାନରେ ବର୍ଷା ହେଉଛି। ଆଗକୁ ଲଘୁଚାପ ସହ ସକ୍ରିୟ ମୌସୁମୀ ପ୍ରଭାବରେ ପୁଣି ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଗତ ୨୪ ଘଣ୍ଟାରେ ଗଞ୍ଜାମର ପାତ୍ରପୁରରେ ୮୦.୪ ମିମି, ଖୋର୍ଦ୍ଧାର ଚିଲିକାରେ ୭୭ ମିମି ଏବଂ ବେଲଗୁଣ୍ଠାରେ ୭୬ ମିମି ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱରରେ ୮.୩ ମିମି ଏବଂ କଟକରେ ୪.୬ ମିମି ବର୍ଷା ହୋଇଛି । ୧୪ ଅଗଷ୍ଟ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳ ଓ ସଂଲଗ୍ନ ସମୁଦ୍ରରେ ୩୫ରୁ ୪୫ କିମି ବେଗରେ ପବନ ବହିବା ସହ ଝଟକା ପବନର ବେଗ ୫୫ କିମି ପର୍ଯ୍ୟନ୍ତ ଯାଇପାରେ । ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।

୧୩ ରେ ପୁଣି ଏକ ଲଘୁଚାପ !
ଭୁବନେଶ୍ୱର : ରାଜ୍ୟକୁ ପୁଣି ଏକ ଲଘୁଚାପ ସମ୍ଭାବନା । ଆସନ୍ତା ୧୩ ତାରିଖ ବେଳକୁ ଆଉ ଏକ ଲଘୁଚାପ ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ତଥା ସଂଲଗ୍ନ ବାଂଲାଦେଶ-ପଶ୍ଚିମବଙ୍ଗ ନିକଟବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ସମାନ ଅଞ୍ଚଳରେ ୧୩ ତାରିଖରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଏହା ପ୍ରଭାବରେ ଉତ୍ତର ଓଡିଶା ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଜିଲ୍ଲାମାନଙ୍କରେ ଆଜି ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି ।  ପାଣିପାଗ ବିଭାଗର ଆକଳନ ଅନୁସାରେ ମୟୂରଭଞ୍ଜ, କେନ୍ଦୁଝର, କଟକ, ଖୋର୍ଦ୍ଧା, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ନୟାଗଡ଼, ଯାଜପୁର, ଢେଙ୍କାନାଳ, ଗଞ୍ଜାମ, ଅନୁଗୋଳ, ଦେବଗଡ଼ ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ବର୍ଷାର ପ୍ରଭାବ ରହିପାରେ । ଉତ୍ତର ଓଡ଼ିଶାରେ ବର୍ଷା ସହ ଅନ୍ୟ କିଛି ଜିଲ୍ଲାରେ ମଧ୍ୟ ମଧ୍ୟମରୁ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।

ସେପଟେ ଅଗଷ୍ଟ ୨୧ ବେଳକୁ ଆଉ ଏକ ସିଷ୍ଟମ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ବୋଲି ବିଭିନ୍ନ ପାଣିପାଗ ବିଭାଗ ମଡେଲ ସୂଚନା ଦେଇଛି । ତେବେ ୧୫ ଦିନ ଭିତରେ ପଛକୁ ପଛ ୩ଟି ଲଘୁଚାପ ଚିନ୍ତା ବଢାଇଛି । ମହାନଦୀ ସମେତ ରାଜ୍ଯରେ ବିଭିନ୍ନ ବଡ଼ ବଡ଼ ନଦୀରେ ବନ୍ୟା ଆଶଙ୍କା ଦେଖାଦେଇପାରେ । ଅନ୍ୟପଟେ, ଲଗାଣ ବର୍ଷା ଯୋଗୁଁ ଉତ୍ତର ଓଡ଼ିଶାରେ ପୁଣି ଥରେ ବନ୍ୟା ଆଶଙ୍କା ଦେଖାଦେଇଛି  । ବୈତରଣୀ , କାଣୀ ,ସାଳନ୍ଦୀ ନଦୀରେ ଜଳସ୍ତର ବୃଦ୍ଧି ପାଇ ବନ୍ୟା ଜଳ ମାଡୁଛି ।

ସେହିପରି ଦ୍ୱୈତ ସହର ଭୁବନେଶ୍ୱର ଓ କଟକ ପାଇଁ ମଧ୍ୟ ରହିଛି ବର୍ଷାର ସତର୍କତା । ଆଜି ଅପରାହ୍ନ ୧୨ଟାରୁ ସନ୍ଧ୍ୟା ୭ଟା ମଧ୍ୟରେ ଉଭୟ ସହରରେ ତୀବ୍ର ବୃଷ୍ଟିପାତର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ଆଗୁଆ ସୂଚନା ଦେଇଛି ।

ଅତିପ୍ରବଳ ବର୍ଷା ନେଇ ଓଡିଶାକୁ ରେଡ୍ ୱାର୍ଣ୍ଣିଂ ଜାରି
ବାରିପଦା : ଓଡିଶାକୁ ଭାରି ବର୍ଷା । ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ କେନ୍ଦ୍ରୀଭୂତ ରହିଛି। ପରବର୍ତ୍ତୀ ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ବିଶେଷକରି ଉତ୍ତର ଓଡ଼ିଶା ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମୟୂରଭଞ୍ଜ ଜିଲ୍ଲା ପାଇଁ 'ରେଡ୍ ୱାର୍ଣ୍ଣିଂ' ଜାରି କରାଯାଇଛି । ସମ୍ଭାବ୍ୟ ଭାରି ବର୍ଷା ଏବଂ କୋମଳମତି ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଆଖିଆଗରେ ରଖି ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସଏଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଶିକ୍ଷାଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀ ଆଜି ମଧ୍ୟାହ୍ନ ଭୋଜନ ପରେ ଜିଲ୍ଲାର ସମସ୍ତ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ ଜିଲ୍ଲାରେ ଭୀଷଣ ବର୍ଷା ସହ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହେବାର ଆଶଙ୍କା ରହିଛି । ଏହାସହ ଜିଲ୍ଲାବ୍ୟାପୀ ଘଡ଼ଘଡ଼ି, ବିଜୁଳି ଏବଂ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏହି ଘୂର୍ଣ୍ଣିବଳୟ ଆସନ୍ତା ୨୪ ରୁ ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବାକୁ ଥିବାରୁ ଅଗଷ୍ଟ ୧୦ ରୁ ୧୭ ତାରିଖ ପର୍ଯ୍ୟନ୍ତ ଜିଲ୍ଲାରେ ବର୍ଷାର ପ୍ରଭାବ ବଜାୟ ରହିବ । ବର୍ଷାଜନିତ ସମ୍ଭାବ୍ୟ ଜରୁରୀ ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି । ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୧୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ବର, ଭଦ୍ରକ, କଟକ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି । ଅନ୍ୟ ୧୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଶୁକ୍ରବାର ଦିନ ଦେଶର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସତର୍କତା ଜାରି କରିଛି, ଆଗାମୀ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ଓଡ଼ିଶାରେ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି । ଏହି ସତର୍କତା ଅଗଷ୍ଟ ୮ ତାରିଖ ସକାଳ ୮:୩୦ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ। ତୀବ୍ର ମୌସୁମୀ କାର୍ଯ୍ୟକଳାପ ଜାରି ରହିବା ଆଶା କରାଯାଉଥିବାରୁ ପ୍ରଭାବିତ ଅଞ୍ଚଳର ବାସିନ୍ଦା ଏବଂ ସ୍ଥାନୀୟ କର୍ତ୍ତୃପକ୍ଷଙ୍କୁ ସତର୍କ ରହିବାକୁ ବିଭାଗ ପରାମର୍ଶ ଦେଇଛି।

ଆହୁରି ୨ ଦିନ ଯାଏଁ ପ୍ରବଳ ବର୍ଷା,ଆଜି ପାଇଁ ମୟୁରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ବର: ରାଜ୍ୟରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଫଳରେ ରାଜଧାନୀ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିଛି ବର୍ଷା । ଟ୍ବିନ ସିଟିରେ ଗତକାଲିଠାରୁ ବର୍ଷା ଲାଗି ରହିଛି । ଆହୁରି ୨ ଦିନ ଲାଗି ରହିବ ପ୍ରବଳ ବର୍ଷା । ଘଡଘଡି ସହ ପ୍ରବଳ ବର୍ଷା ପାଇଁ ଆଜି ମୟୁରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୭ ତାରିଖ ଯାଏଁ ସାରା ରାଜ୍ୟରେ ବିକ୍ଷିପ୍ତ ବର୍ଷ ଲାଗି ରହିବ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି ।

ଅନ୍ୟପଟେ, ୧୨ ତାରିଖ ବେଳକୁ ପୁଣି ଏକ ଲଘୁଚାପ ସୃଷ୍ଟି ହବା ସମ୍ଭାବନା ରହିଛି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ଵବର୍ତ୍ତୀ ଉତ୍ତରଗ ଗାଙ୍ଗେୟ ଉପକୂଳ ପଶ୍ଚିମବଙ୍ଗ ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ସର୍ରକ ସୂଚନା ଜାରି କରାଯାଇଛି।

ପ୍ରଭାବରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ତେବେ ଅଗଷ୍ଟ ତୃତୀୟ ସପ୍ତାହରେ ଏହାର ପ୍ରଭାବ ସାରା ରାଜ୍ୟରେ ଅନୁଭୂତ ହେବ। ଆସନ୍ତା ଗୋଟିଏ ସପ୍ତାହ ମଧ୍ୟରେ ଦୁଇଟି ଲଘୁଚାପ ସୃଷ୍ଟି ହେବାର ଆଶଙ୍କା ଥିବାରୁ ଓଡ଼ିଶା ଉପରେ ବର୍ଷାର ପ୍ରଭାବ ଲାଗିରହିବ। ଅଗଷ୍ଟ ମାସର ସର୍ବାଧିକ ବର୍ଷା ଏହି ସମୟ ମଧ୍ୟରେ ହୋଇପାରେ ।

ନିର୍ଘାତ ବର୍ଷାରେ ରାଜଧାନୀର ସ୍ଥିତି ବେହାଲ
ଭୁବନେଶ୍ବର : ରାଜଧାନୀରୁ ପ୍ରବଳ ବର୍ଷା । ବୁଧୁବାର ରାତିରୁ ନିର୍ଘାତ ବର୍ଷାରେ ରାଜଧାନୀର ସ୍ଥିତି ବେହାଲ । ଫଳରେ ରାଜଧାନୀର ଚାରିଆଡ଼େ ପାଣି ଭର୍ତ୍ତି ହୋଇ ଯାଇଛି । ବିଶେଷକରି ଭୁବନେଶ୍ୱରର ପୋଖରୀପୁଟ,ଚନ୍ଦ୍ରଶେଖରପୁର ଏବଂ ମଧୁସୂଦନ ନଗର ଅଞ୍ଚଳରେ ପାଣି ଭର୍ତ୍ତି ହୋଇ ରହିଛି । ଗୁରୁବାର ସକାଳ ସୁଦ୍ଧା ମଧୁସୂଦନ ନଗରରେ ସର୍ବାଧିକ ୧୦୭.୯ ମି.ମି. ବର୍ଷା ରେକର୍ଡ କରାଯାଇଛି । ସେହିପରି ସମଗ୍ର ରାଜଧାନୀରେ ସକାଳ ସାଢେ ୫ଟା ସୁଦ୍ଧା ୯୭.୨ ମିଲିମିଟର ବର୍ଷା ରେକର୍ଡ ହୋଇଛି । ତେବେ ଆସନ୍ତା ୧୨ ତାରିଖ ଯାଏ ସାରା ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଆକଳନ କରାଯାଉଛି ।

ଆସନ୍ତା ଦୁଇ ଦିନ ମଧ୍ୟ ପ୍ରବଳ ବର୍ଷା ନେଇ ଆକଳନ କରା ଯାଇଛି । ଆଜି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଅଛି। କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇ ପାରେ । ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରା ଯାଇଛି । କେତେକ ସ୍ଥାନରେ ବିଜୁଳି, ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି । ବିଶେଷକରି କେନ୍ଦୁଝର ଓ ମୟୂରଭଞ୍ଜଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ ୧୬ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ, ଘଡ଼ଘଡ଼ି ସହ ବିଜୁଳି ଏବଂ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ଏହାକୁ ଦୃଷ୍ଟିରେ ରଖି ଲୋକମାନଙ୍କୁ ଆବଶ୍ୟକ ନଥିଲେ ଘରୁ ବାହାରକୁ ନଯିବା, ବଜ୍ରପାତ ସମୟରେ ଗଛ ତଳେ ଆଶ୍ରୟ ନ ନେବା ଏବଂ ପାଣିପାଗ ବିଭାଗର ସତର୍କବାଣୀକୁ ମାନିବା ପାଇଁ ପରାମର୍ଶ ଦିଆଯାଇଛି । ଏହାସହ ରାଜ୍ୟର ୨୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରା ଯାଇଛି ।

ଆସନ୍ତାକାଲି ବାଲେଶ୍ବର, ଭଦ୍ରକ, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହୋଇପାରେ । ୮, ୯ ଓ ୧୦ ତାରିଖରେ ବି ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ବୋଲି ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ବର୍ଷାରୁ ମିଳିବ ଆଶ୍ବସ୍ତି ,୨ ଦିନ ଯାଏ ନାହିଁ ବଡ଼ ବର୍ଷା
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତର ପ୍ରଭାବ ଧୀରେ ଧୀରେ କମିଛି । ଫଳରେ ଆସନ୍ତା ୨ ଦିନ ଯାଏଁ ରାଜ୍ୟରେ ବର୍ଷାର ପରିମାଣ ହ୍ରାସ ପାଇବ ଇ କିନ୍ତୁ ପୁଣି ଥରେ ଅଗଷ୍ଟ ୨ ତାରିଖ ଠାରୁ ରାଜ୍ୟରେ ବଢିବ ବର୍ଷାର ପ୍ରକୋପ ବଢ଼ିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ଆଇଏମଡିର ସୂଚନା ଅନୁଯାୟୀ, ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ବର୍ତ୍ତମାନ କେନ୍ଦ୍ରୀୟ ଛତିଶଗଡ଼ ଏବଂ ଆଭ୍ୟନ୍ତରୀଣ ଉତ୍ତର ଓଡ଼ିଶା ଉପରେ କେନ୍ଦ୍ରୀଭୂତ ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଛତିଶଗଡ଼ ଏବଂ ପୂର୍ବ ମଧ୍ୟପ୍ରଦେଶ ଦେଇ ପଶ୍ଚିମ ଦିଗକୁ ଗତି କରିବ। ଏହାର ପ୍ରଭାବରେ ଗୁରୁବାରଠାରୁ ରାଜ୍ୟରେ ସାମଗ୍ରିକ ବର୍ଷାର ପରିମାଣ ହ୍ରାସ ପାଇବାର ସମ୍ଭାବନା ରହିଛି ।

ଯଦିଓ ରାଜ୍ୟରେ ବର୍ଷାର ପ୍ରକୋପ କମିବ, ତଥାପି ବିଜୁଳି ଓ ଘଡ଼ଘଡ଼ିର ଆଶଙ୍କା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ରାଜ୍ୟର ୧୮ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି ଜିଲ୍ଲାଗୁଡ଼ିକ ହେଲା, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଏବଂ ଝାରସୁଗୁଡ଼ା। ଏହି ସବୁ ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଦମକା ପବନ ବହିବାର ଆଶଙ୍କା ରହିଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି ଯେ, “ଜୁଲାଇ ୩୦ରୁ ଅଗଷ୍ଟ ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷାର କୌଣସି ପୂର୍ବାନୁମାନ ନାହିଁ। ତେବେ ଏହି ସମୟ ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ବିଶେଷକରି ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ଼ ଆଦି ଅଞ୍ଚଳରେ ପବନ ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଅଧିକ ରହିଛି। ଅନ୍ୟ ଅଞ୍ଚଳଗୁଡ଼ିକରେ କେବଳ ସାଧାରଣ ବର୍ଷା ଦେଖିବାକୁ ମିଳିବ।”

ଲଗାଣ ବର୍ଷା ଯୋଗୁଁ ଆଜି ୪ ଜିଲ୍ଲାର ସ୍କୁଲ ବନ୍ଦ
ଭୁବନେଶ୍ୱର : ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଅସ୍ତବ୍ୟସ୍ତ ହେଲାଣି ଜନ ଜୀବନ । ଅନେକ ସ୍ଥାନରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇଛି । ବିଶେଷକରି ପଛକୁ ପଛ ଲାଗି ରହିଥିଵା ଲଘୁଚାପ ବର୍ଷାରେ ଉବୁଟୁବୁ ହେଉଛି ଉତ୍ତର ଓଡ଼ିଶା । ପ୍ରବଳ ବର୍ଷା ଯୋଗୁଁ ଆଜି ୪ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରେ ସମସ୍ତ ଅଙ୍ଗନବାଡି, ସରକାରୀ ଓ ଘରୋଇ ସ୍କୁଲ ଛୁଟି ରଖାଯାଇଛି । ଭଦ୍ରକର ବିଭିନ୍ନ ଗାଁ ଭିତରେ ପଶିଛି ବନ୍ୟା ପାଣି। ଘର ଭିତରେ ପାଣି ଜମିରହିବାରୁ ଅନେକଙ୍କ ଘରେ ରୋଷେଇ ବନ୍ଦ । ବାରୋ ପଞ୍ଚାୟତ ର ବଳିୟାରପୁର ଗାଁ ଜଳ ବନ୍ଦୀ ହୋଇ ପଡିଛି । ଲୋକଙ୍କୁ ଉଚ୍ଚା ସ୍ଥାନକୁ ସ୍ଥାନାନ୍ତର କରାଯାଉଛି । ହଦଗଡ଼ ଡ୍ୟାମରୁ ପାଣି ଛଡା ଯିବା ପରେ ସାଳନ୍ଦୀ ଓ ନାଳିଆ ନଦୀରେ ଆସିଛି ବନ୍ୟା । ଫଳରେ ତିହିଡି ବ୍ଲକର ବାରୋ, ବିଲଣା, କୁବେରା, କାଁ ପଡା, ତଳ ଗୋପବିନ୍ଧା ଆଦି ପଞ୍ଚାୟତର ଶହ ଶହ ହେକ୍ଟର ଚାଷ ଜମିରେ ପାଣି ପଶିଛି । ଆଡି ବନ୍ଧ ଦୁର୍ବଳ ଥିବାରୁ ବନ୍ଧ ଭାଙ୍ଗିବାର ଆଶଙ୍କା ଦେଖା ଯାଇଛି । ଫଳରେ ନଦୀ କୁଳିଆ ଲୋକ ମାନେ ଭୟଭୀତ ଅବସ୍ଥାରେ ଅଛନ୍ତି ।

ବାଲେଶ୍ବରରେ ମଧ୍ୟ ଜୀବନ ବେହାଲ । ରାତିସାରା ବର୍ଷା ଯୋଗୁଁ ସହରର ତଳିଆ ଅଞ୍ଚଳ ଜଳମଗ୍ନ ହୋଇଯାଇଛି । ବାଲେଶ୍ଵର ପୌରପାଳିକା ଅନ୍ତର୍ଗତ ଚିଡିଆ ପୋଲ, ଗୁଡ଼ି ପଦା, ଏକତା ନଗର, କଂଗ୍ରେସ୍ ଗଳି, ସିଟି କ୍ଲିନିକ୍ ଛକ ଆଦି ଜଳମଗ୍ନ ହୋଇଛି । ରାସ୍ତା ଉପରେ ଆଣ୍ଠୁଏ ଉଚ୍ଚର ପାଣି ଜମି ରହିଛି । ଫଳରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ଅନେକ ଲୋକଙ୍କ ଘରେ ମଧ୍ୟ ପାଣି ପଶିଯାଇଥିବା ବେଳେ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।

ସେପଟେ, ମହାନଦୀର ଉପରମୁଣ୍ଡ ଛତିଶଗଡ଼ରେ ମଧ୍ୟ ପ୍ରବଳ ବର୍ଷା ଯୋଗୁଁ ମହାନଦୀ ସମେତ ଉତ୍ତର ଓଡ଼ିଶାର ବୈତରଣୀ, ବ୍ରାହ୍ମଣୀ, ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ସାଳନ୍ଦୀ ନଦୀଗୁଡ଼ିକର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ହୀରାକୁଦ ଜଳଭଣ୍ଡାରକୁ ବିପୁଳ ପରିମାଣର ଜଳ ପ୍ରବେଶ କରୁଛି। ମୁଣ୍ଡଳିଠାରେ ଜଳପ୍ରବାହ ବୃଦ୍ଧି ପାଉଥିବାରୁ ତଳିଆ ଅଞ୍ଚଳରେ ବନ୍ୟା ସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି ।  ସ୍ଥିତିର ମୁକାବିଲା ପାଇଁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଓ ସ୍ୱତନ୍ତ୍ର ରିଲିଫ କମିଶନର ସମସ୍ତ ଜିଲ୍ଲା ପ୍ରଶାସନକୁ ୨୪ ଘଣ୍ଟିଆ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସମସ୍ତ ବନ୍ୟା ପ୍ରବଣ ଜିଲ୍ଲାର ଜିଲ୍ଲାପାଳ, ଜଳସମ୍ପଦ ବିଭାଗ ଓ ପ୍ରଶାସନିକ ଅଧିକାରୀମାନଙ୍କୁ ସ୍ଥିତି ଉପରେ ନଜର ରଖିବା ସହ ପ୍ରସ୍ତୁତ ରହିବାକୁ କୁହାଯାଇଛି ।

ଆଗକୁ ୫ ଦିନ ଯାଏଁ ଜାରି ରହିବ ବର୍ଷା
ଭୁବନେଶ୍ୱର : ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ଗଭୀର ଅବପତ୍ର ରୂପ ନେଇଛି । ଏହି ଗଭୀର ଅବପାତ ବାଲେଶ୍ୱର ଏବଂ ପଶ୍ଚିମବଙ୍ଗ ମଧ୍ୟରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଗାମି ୫ଦିନ ଯାଏଁ ସାରା ରାଜ୍ୟରେ ବର୍ଷା ଲାଗି ରହିବ । ବିଶେଷକରି ପ୍ରବଳ ବର୍ଷା ଲାଗି ବାଲେଶ୍ୱର ଏବଂ ମୟୁରଭଞ୍ଜ ପାଇଁ ରେଡ ୱାର୍ଣ୍ଣିଂ ଜାରି ରହିଛି । ଗତ ୬ ଘଣ୍ଟା ମଧ୍ୟରେ କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଅତି ପ୍ରବଳ ବର୍ଷା ହୋଇଛି ।

ସୋମବାର ପ୍ରବଳରୁ ଅତି ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ ମୟୂରଭଞ୍ଜ ଜିଲାପାଳ ଜିଲାର ସମସ୍ତ ସରକାରୀ ଏବଂ ଘରୋଇ ବିଦ୍ୟାଳୟ (ପ୍ରାଥମିକରୁ ଉଚ୍ଚ ମାଧ୍ୟମିକ), ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି । ଜିଲାରେ ପ୍ରବଳରୁ ଅତି ପ୍ରବଳ ଓ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହେବାର ସମ୍ଭାବନା ଥିବାରୁ ଜିଲା ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ସମସ୍ତ ପ୍ରଧାନଶିକ୍ଷକ, ଅଧ୍ୟକ୍ଷ ଏବଂ ଶିକ୍ଷକ ଶିକ୍ଷୟିତ୍ରୀ ଶ୍ରେଣୀର ହ୍ବାଟ୍ସଆପ୍ ଗ୍ରୁପ୍, ଫୋନ୍ କଲ୍, ଏସ୍‌ଏମ୍‌ଏସ୍‌ ଆଦି ମାଧ୍ୟମରେ ବିଦ୍ୟାଳୟ ବନ୍ଦ ନେଇ ସମସ୍ତ ଛାତ୍ରଛାତ୍ରୀ ଏବଂ ଅଭିଭାବକଙ୍କୁ ଜଣାଇବେ ।

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଟି ଦୀପ ଡିପ୍ରେସନ ର ରୂପ ନେଇ ୩ କିଲୋମିଟର ବେଗରେ ଧୀରେ ଧୀରେ ଉତ୍ତର ଆଡ଼କୁ ଗତି କରି ଅଧିକ ଘନୀଭୂତ ହୋଇଛି । ସାଗର ଦ୍ୱୀପଠାରୁ ପ୍ରାୟ ୪୦ କିଲୋମିଟର ଦକ୍ଷିଣରେ କେନ୍ଦ୍ରୀଭୂତ ଥିଲା । ଉପକୂଳ ଆଡ଼କୁ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଗଭୀର ଅବପାତ ଆଜି ପୂର୍ବାହ୍ନରୁ ମଧ୍ୟାହ୍ନ ମଧ୍ୟରେ ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିପାରେ ।

ଏହାର ପ୍ରଭାବରେ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ବର୍ଷା ହେବା ସହ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଏବଂ ବିକ୍ଷିପ୍ତ ଭାବେ କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ୨୯ ତାରିଖ ଯାଏ ବିସ୍ତୃତ ଅଞ୍ଚଳରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି। ଗାଙ୍ଗେୟ ପଶ୍ଚିମବଙ୍ଗର କିଛି ସ୍ଥାନରେ ମଧ୍ୟ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।