ଲଘୁଚାପ ପ୍ରଭାବରେ ୪ ରୁ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସୁଛି ପୁଣି ଏକ ଲଘୁଚାପ । ଦକ୍ଷିଣ ପୂର୍ବ ବାଂଲାଦେଶ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା ୪ ତାରିଖ ସୁଦ୍ଧା ଉତ୍ତର ଓଡ଼ିଶା ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । କିନ୍ତୁ ଲଘୁଚାପଟି ଅବପାତ ବା ବାତ୍ୟାରେ ପରିଣତ ହେବାର ସମ୍ଭାବନା ନାହିଁ । ଏନେଇ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ପୂର୍ବାନୁମାନ କରିଛନ୍ତି ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ଆକଳନ ଅନୁଯାୟୀ ୪ ତାରିଖ ପୂର୍ବାହ୍ନ ମଧ୍ୟରେ ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହୋଇପାରେ। ପରବର୍ତ୍ତୀ ୩ ଦିନ ଯାଏଁ ପାଗ ମୁଖ୍ୟତଃ ଶୁଖିଲା ରହିବ ଏବଂ କାଁ ଭାଁ ସ୍ଥାନରେ ହାଲୁକା ବର୍ଷା ହେବ। ୮ ତାରିଖ ବେଳକୁ ବର୍ଷା ପରିମାଣ ବଢ଼ିପାରେ।

ଅକ୍ଟୋବରରେ ବଢୁଥିବା ତାପମାତ୍ରା ସମ୍ପର୍କରେ ଶ୍ରୀ ମହାପାତ୍ର କହିଛନ୍ତି, ଯେ ଜଳବାୟୁ ପରିବର୍ତ୍ତନ ପ୍ରଭାବରେ ବିଭିନ୍ନ ଋତୁରେ ତାପମାତ୍ରା ବଢ଼ୁଛି । ଏବେ ପ୍ରଶାନ୍ତ ମହାସାଗରରେ ନିଉଟ୍ରାଲ ଏଲ ନିନୋ ସ୍ଥିତି ରହିଛି । ଅକ୍ଟୋବର ବା ନଭେମ୍ବର ସୁଦ୍ଧା ଲା-ନିନା ସ୍ଥିତି ରହିପାରେ । ଫଳରେ ଉତ୍ତର ଭାରତରେ ତାପମାତ୍ରା ସ୍ୱାଭାବିକଠାରୁ କମ୍‌ ରହିବ ।

Govt

Comments are closed.