ଆରବିଆଇ ର ନବ ନିଯୁକ୍ତ ଡେପୁଟି ଗଭର୍ଣ୍ଣର ଶିରୀଶ ଚନ୍ଦ୍ର ମୁର୍ମୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଡେପୁଟି ଗଭର୍ଣ୍ଣର ଭାବେ ନିଯୁକ୍ତି ପାଇଥିବା ଶିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ। ନିଜ ସୋସିଆଲ ମିଡ଼ିଆରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇ କହିଛନ୍ତି, ‘ଜଣେ ସୁଯୋଗ୍ୟ ଓଡ଼ିଆ ଦେଶର ସର୍ବୋଚ୍ଚ ବ୍ୟାଙ୍କରେ ଏପରି ଏକ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅବସ୍ଥାପିତ ହେବା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ। ଆରବିଆଇର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବରେ ତାଙ୍କର ଦୀର୍ଘ ଦିନର ଅଭିଜ୍ଞତା ଓ କାର୍ଯ୍ୟଦକ୍ଷତା ଦେଶର ଆର୍ଥିକ ବ୍ୟବସ୍ଥା ଓ ଅର୍ଥନୀତିକୁ ଆହୁରି ସୁଦୃଢ଼ କରିବାରେ ସହାୟକ ହେବ ବୋଲି ମୋର ଦୃଢ଼ ବିଶ୍ୱାସ’।
ଶିରୀଶ ଚନ୍ଦ୍ର ମୁର୍ମୁ ହେଉଛନ୍ତି ଜମ୍ମୁ-କଶ୍ମୀରର ପ୍ରଥମ ଲେଫ୍ଟନାଣ୍ଟ ଗଭର୍ଣ୍ଣର ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ସାନ ଭାଇ। ତାଙ୍କ ଆଗାମୀ କାର୍ଯ୍ୟକାଳ ଓ ନୂଆ ଦାୟିତ୍ୱ ପାଇଁ ସଫଳତା କାମନା କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।
Launching Ceremony of “AYUSHMAN BHARAT

Comments are closed.