ବାରିପଦା: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ମୟୂରଭଞ୍ଜ ଗସ୍ତରେ ଆସି ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଉଦ୍ଘାଟନ କରିଛ;ି । ସେ ପ୍ରଥମେ ରାସଗୋବିନ୍ଦପୁର ବ୍ଲକ ଟିକପଡ଼ାଠାରେ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଓ ପରେ କରଞ୍ଜିଆ ବ୍ଲକ ହାତୀବାରୀଠାରେ ବହୁ ପ୍ରତୀକ୍ଷିତ ଦେଓ ଜଳସେଚନ ପ୍ରକଳ୍ପ ଉଦ୍ଘାଟନ କରିଥିଲେ । ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭାରତୀ ହାଁସଦା ସ୍ୱାଗତ ଭାଷଣ ଦେଇଥିବା ବେଳେ ମନ୍ତ୍ରୀ ଅଶ୍ୱିନୀ ପାତ୍ର, ବିଧାୟକ ସାଦାମ ମାର୍ଣ୍ଡି ଓ ରାଜକିଶୋର ଦାସ ପ୍ରମୁଖ ଭାଷଣ ଦେଇଥିଲେ । ୫-ଟି ସଚିବ ଭି.କେ ପାଣ୍ଡିଆନ୍ ମଧ୍ୟ ଏହି ଉତ୍ସବରେ ଉପସ୍ଥିତ ରହିଥିଲେ ।
ସୂଚନା ଥାଉଯେ, ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର ଫଳରେ ୧୭ ହଜାର ୧୨୧ ହେକ୍ଟର ଚାଷ ଜମିକୁ ଜଳସେଚନ କରିହେବ । ଏହାଦ୍ୱାରା ମୟୂରଭଞ୍ଜର ୧୧ ହଜାର ୬୮୮ ହେକଫର ଓ ବାଲେଶ୍ୱରର ୫,୪୩୩ ହେକ୍ଟର ଚାଷ ଜମି ଜଳସେଚିତ ହେବ । ଫଳରେ ମୟୂରଭଞ୍ଜର ୭ଟି ବ୍ଲକର ୬୪ଟି ଗାଁ ଓ ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବ୍ଲକର ୨୩ଟି ଗାଁର ଚାଷୀ ଉପକୃତ ହେବେ ।
ସେହିପରି ହାତୀବାରିରେ ଥିବା ଦେଓ ଜଳସେଚନ ପ୍ରକଳ୍ପ ପ୍ରାୟ ୫୮ କିଲୋମିଟର ଲମ୍ବା କେନାଲ । ଏହି ପ୍ରକଳ୍ପ ଦ୍ୱାରା ୩ଟି ବ୍ଲକର ୯ ହଜାର ୯୦୦ ହେକ୍ଟର ଚାଷଜମି ଜଳସେଚିତ ହେବ । ପଡ଼ୋଶୀ କେନ୍ଦୁଝର ସାହାରପଡ଼ା ବ୍ଲକର ୩, ୨୨୩ ହେକ୍ଟର ଚାଷଜମିକୁ ମଧ୍ୟ ପ୍ରକଳ୍ପ ପାଣି ଯୋଗାଇବ ।

Comments are closed.