ଭୁବନେଶ୍ୱର: ସେପ୍ଟେମ୍ବର ୪ : ଆଜି ରାଜ୍ୟରେ ନୂତନ ସ୍ୱାବ ଟେଷ୍ଟ ମଧ୍ୟରୁ ୬୮୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୧୮ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩୯୮ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୮୩ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୧୦ ହଜାର ୭୫୩ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୭୩୫ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭,୧୮୬ ରହିଛି ।
୨୪ ଘଣ୍ଟାରେ ରାଜ୍ୟରେ ୫ ଜଣ କରୋନା ସଂକ୍ରମିତଙ୍କ ମୃତୁ୍ୟ ହୋଇଛି ।
ଆଜି ଖୋର୍ଦ୍ଧାରେ ସର୍ବାଧିକ ୨୨୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ବଲାଙ୍ଗୀର, ଜଗପତି, କନ୍ଧମଳ ଓ ନୂଆପଡ଼ା ଜିଲ୍ଲାରୁ ଗତ ୨୪ ଘଣ୍ଟାରେ କୌଣସି ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି ।
ଆଜିର ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୧୮, ବାଲେଶ୍ୱରରୁ ୩୪, ବରଗଡ଼ରୁ୧୪, ଭଦ୍ରକରୁ ୯ ,ବୌଦ୍ଧରୁ ୩, କଟକରୁ ୧୦୧, ଦେଓଗଡ଼ରୁ ୯, ଢ଼େଙ୍କାନାଳରୁ ୧୯, ଗଞ୍ଜାମରୁ ୧୩, ଜଗତସିଂହପୁରରୁ ୧୯, ଯାଜପୁରରୁ ୩୩, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ୪, କେନ୍ଦ୍ରାପଡ଼ାରୁ ୯, କେନ୍ଦୁଝରରୁ ୧୦, କୋରାପୁଟରୁ ୩, ମାଲକାନଗିରିରୁ ୩, ମୟୁରଭଞ୍ଜରୁ୨୭, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୧୦, ପୁରୀରୁ ୨୬, ରାୟଗଡ଼ାରୁ ୫, ସମ୍ବଲପୁରରୁ ୧

Comments are closed.