ପୋଲିସ ଇନଫର୍ମର ସନ୍ଦେହରେ ପୁଣି ୨ ମୁଣ୍ଡ ନେଲେ ମାଓବାଦୀ
ମାଲକାନଗିରି : କିଛି ଦିନ ନୀରବତା ପରେ ପୁଣି ଆତଙ୍କ ଖେଳାଇଲେ ମାଓବାଦୀ । ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣଙ୍କୁ ଗଳାକାଟି ହତ୍ୟା କରିଛନ୍ତି । ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ମାଓବାଦୀ ଘଟାଇଛନ୍ତି ଏହି ବର୍ବର ହିଂସା କାଣ୍ଡ । ଜଣେ ଶିକ୍ଷକଙ୍କ ସମେତ ୨ ଜଣଙ୍କୁ ହତ୍ୟା କରିଛନ୍ତି । ପଞ୍ଚାୟତ ନିର୍ବାଚନକୁ ବର୍ଜନ କରିବାକୁ ଆହ୍ବାନ ଦେଇଛନ୍ତି ମାଓବାଦୀ । ହତ୍ୟାକାଣ୍ଡ ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି । […]
ମାଲକାନଗିରି : କିଛି ଦିନ ନୀରବତା ପରେ ପୁଣି ଆତଙ୍କ ଖେଳାଇଲେ ମାଓବାଦୀ । ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣଙ୍କୁ ଗଳାକାଟି ହତ୍ୟା କରିଛନ୍ତି । ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ମାଓବାଦୀ ଘଟାଇଛନ୍ତି ଏହି ବର୍ବର ହିଂସା କାଣ୍ଡ । ଜଣେ ଶିକ୍ଷକଙ୍କ ସମେତ ୨ ଜଣଙ୍କୁ ହତ୍ୟା କରିଛନ୍ତି । ପଞ୍ଚାୟତ ନିର୍ବାଚନକୁ ବର୍ଜନ କରିବାକୁ ଆହ୍ବାନ ଦେଇଛନ୍ତି ମାଓବାଦୀ । ହତ୍ୟାକାଣ୍ଡ ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି । ସୁରକ୍ଷାକର୍ମୀଙ୍କ ପକ୍ଷରୁ ଜୋରଦାର ସର୍ଚ୍ଚ ଅପରେସନ କରାଯାଉଛି ।
ସୂଚନାନୁସାରେ,ଛତିଶଗଡରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଚାଲିଥିବାବେଳେ ଏହା ପୂର୍ବରୁ ଏପରି ହିଂସା କାଣ୍ଡ ଘଟାଇ ବିଜାପୁର ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛନ୍ତି ମାଓବାଦୀ । ବାରସୁର ଥାନା ଅନ୍ତର୍ଗତ ତୋଡମା ପ୍ରାଥମିକ ବିଦ୍ୟାଳୟର ଶିକ୍ଷାଦୂତ ବାମନ କାଶ୍ୟବ ଓ କୋଶଲନାର ଗ୍ରାମର ଜଣେ ସାଧାରଣ ଆଦିବାସୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି ଲାଲ୍ ବାହିନୀ । ହତ୍ୟାକାଣ୍ଡ ସୂଚନା ପାଇ ଘଟଣାସ୍ଥଳରେ ସୁରକ୍ଷାକର୍ମୀ ପହଞ୍ଚି ସର୍ଚ୍ଚ ଅପରେସନକୁ ଜୋରଦାର କରିଛନ୍ତି ।




