ଟଳିଲେ ୨ ମାଓବାଦୀ

ଟଳିଲେ ୨ ମାଓବାଦୀ
Samaya Live News Picture
Published On

ମାଲକାନଗିରି  : ଏନକାଉଣ୍ଟରରେ ଦୁଇ ମାଓବାଦୀ ନିହତ । ମାଲକାନଗିରି ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲାର ଇନ୍ଦ୍ରାବତୀ ଜଙ୍ଗଲରେ ପୋଲିସ- ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇ ଦୁଇ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି ।

ବିଜାପୁର ଜିଲ୍ଲାର ଇନ୍ଦ୍ରାବତୀ ଜଙ୍ଗଲରେ କିଛି ମାଓବାଦୀ ଲୁଚି ରହିଥିବାର ଗୁଇନ୍ଦା ସୂଚନା ମିଳିଥିଲା । ଏହାପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା ସର୍ଚ୍ଚ ଅପରେସନ ।ଦୀର୍ଘ ସମୟ ଧରି ମାଓବାଦୀ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଚାଲିଥିଲା ଗୁଳିବିନିମୟ । ଶେଷରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଜଣ ହାର୍ଡକୋର ମାଓବାଦୀ ନିହତ ହୋଇଛନ୍ତି । ଏହାସହିତ ଘଟଣାସ୍ଥଳରୁ SLR ଓ INSAS ବନ୍ଧୁକ ସହ ବିପୁଳ ପରିମାଣର ବିସ୍ଫୋରକ ଜବତ କରିଛନ୍ତି ସୁରକ୍ଷାକର୍ମୀ ।

 

Tags: