ଏନକାଉଣ୍ଟରରେ ୩ ମାଓବାଦୀ ନିହତ
ମାଲକାନଗିରି : ଛତିଶଗଡ ଦାନ୍ତେୱାଡା ପୁଲିସକୁ ପୁଣି ଏକ ବଡ ସଫଳତା । ସୁରକ୍ଷା ବାହିନୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ । ଏଥିରେ ୩ ଜଣ ହାର୍ଡକୋର ମାଓବାଦୀ ନିହତ ହୋଇଛନ୍ତି । ସେମାନଙ୍କ ନିକଟରୁ ବନ୍ଧୁକ ସହ ବିପୁଳ ପରିମାଣରେ ମାଓ ସାମଗ୍ରୀ ଜବତ ହୋଇଛି । ଆଜି ସକାଳ ପ୍ରାୟ ୮ଟା ସମୟରେ ଦାନ୍ତେୱାଡା ଏବଂ ବିଜାପୁର ଜିଲ୍ଲାର ସୀମାନ୍ତ ଜଙ୍ଗଲରେ ସୁରକ୍ଷା କର୍ମୀଙ୍କ ଏକ ଦଳ ନକ୍ସଲ ବିରୋଧୀ ଅଭିଯାନରେ ବାହାରିଥିବା […]
ମାଲକାନଗିରି : ଛତିଶଗଡ ଦାନ୍ତେୱାଡା ପୁଲିସକୁ ପୁଣି ଏକ ବଡ ସଫଳତା । ସୁରକ୍ଷା ବାହିନୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ । ଏଥିରେ ୩ ଜଣ ହାର୍ଡକୋର ମାଓବାଦୀ ନିହତ ହୋଇଛନ୍ତି । ସେମାନଙ୍କ ନିକଟରୁ ବନ୍ଧୁକ ସହ ବିପୁଳ ପରିମାଣରେ ମାଓ ସାମଗ୍ରୀ ଜବତ ହୋଇଛି ।
ଆଜି ସକାଳ ପ୍ରାୟ ୮ଟା ସମୟରେ ଦାନ୍ତେୱାଡା ଏବଂ ବିଜାପୁର ଜିଲ୍ଲାର ସୀମାନ୍ତ ଜଙ୍ଗଲରେ ସୁରକ୍ଷା କର୍ମୀଙ୍କ ଏକ ଦଳ ନକ୍ସଲ ବିରୋଧୀ ଅଭିଯାନରେ ବାହାରିଥିବା ବେଳେ ଗୁଳିବିନିମୟ ହୋଇଥିଲା। ଘଟଣାସ୍ଥଳରୁ ୩ ମାଓବାଦୀଙ୍କ ଶବ ଉଦ୍ଧାର ହୋଇ ଥିବାବେଳେ ବର୍ତ୍ତମାନ ସୁଦ୍ଧା ସର୍ଚ୍ଚ ଅପରେସନ ଜାରି ରହିଛି ।




