ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲା, ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ତଲବ
ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ନବକିଶୋର ଦାସ ହତ୍ୟା ମାମଲାର ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ତଲବ କରାଯାଇଛି। ଏହି ବହୁ ଚର୍ଚ୍ଚିତ ହତ୍ୟା ଘଟଣାର ତଦନ୍ତକାରୀ ଅଧିକାରୀଙ୍କୁ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟ ପକ୍ଷରୁ ରିପୋର୍ଟ ତଲବ କରାଯାଇଛି। ସମ୍ପ୍ରତି ଗଣମାଧ୍ୟମରେ ପ୍ରକାଶ ପାଉଥିବା ଖବର ନେଇ ତାଙ୍କୁ ରିପୋର୍ଟ ମଗାଯାଇଛି। କାହିଁକି ଏସବୁ ଚର୍ଚ୍ଚା ଚାଲିଛି ଓ ଏହାର ସତ୍ୟାସତ୍ୟ କ’ଣ ଜାଣିବା ପାଇଁ ରିପୋର୍ଟ ତଲବ କରାଯାଇଛି। ପୂର୍ବତନ ମନ୍ତ୍ରୀ ନବକିଶୋର ଦାସ ହତ୍ୟା ମାମଲାରେ ତଦନ୍ତ […]
ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ନବକିଶୋର ଦାସ ହତ୍ୟା ମାମଲାର ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ତଲବ କରାଯାଇଛି। ଏହି ବହୁ ଚର୍ଚ୍ଚିତ ହତ୍ୟା ଘଟଣାର ତଦନ୍ତକାରୀ ଅଧିକାରୀଙ୍କୁ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟ ପକ୍ଷରୁ ରିପୋର୍ଟ ତଲବ କରାଯାଇଛି। ସମ୍ପ୍ରତି ଗଣମାଧ୍ୟମରେ ପ୍ରକାଶ ପାଉଥିବା ଖବର ନେଇ ତାଙ୍କୁ ରିପୋର୍ଟ ମଗାଯାଇଛି। କାହିଁକି ଏସବୁ ଚର୍ଚ୍ଚା ଚାଲିଛି ଓ ଏହାର ସତ୍ୟାସତ୍ୟ କ’ଣ ଜାଣିବା ପାଇଁ ରିପୋର୍ଟ ତଲବ କରାଯାଇଛି। ପୂର୍ବତନ ମନ୍ତ୍ରୀ ନବକିଶୋର ଦାସ ହତ୍ୟା ମାମଲାରେ ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ମଗାଯାଇଥିବା ନେଇ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ଅନ୍ୟପଟେ,ନବ ଦାସଙ୍କ ହତ୍ୟା ମାମଲାରେ ବଡ ପ୍ରତିକ୍ରିୟା ଦେଇଛନ୍ତି ଝିଅ ଦୀପାଳି ଦାସ। ପୂର୍ବରୁ ଅନେକ ଥର ନବ ଦାସ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବି ହେଉଥିଲା ବେଳେ ବର୍ତ୍ତମାନ ଏହା ଜୋର ଧରିଛି । ସିବିଆଇ ତଦନ୍ତ ପାଇଁ ଲିଖିତ ଭାବେ ଦେବାକୁ କହିଛନ୍ତି ଦୀପାଳି। ସେ କହିଛନ୍ତି ସିବିଆଇ ତଦନ୍ତ ପାଇଁ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି। ଏବେ ପରିବାରରେ ଆଲୋଚନା ଚାଲିଛି, ଆଗକୁ ନିଶ୍ଚିତ ଲେଖିକି ଜଣାଇବୁ ।




