ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ, ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ, ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ

ମାର୍ଶାଘାଇ : ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦ୍ରାପଡ଼ା ଛତା ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି । ପ୍ରମୋଦଙ୍କ ଡେରାବିଶ ଛତାଛକ ସ୍ଥିତ ଜଳସମ୍ପଦ କାର୍ଯ୍ୟାଳୟ, ପୈତୃକ ଘର ସମେତ ସମେତ ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ । ଚଢାଉ ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ ଫାଇଲ ଓ ଅଫିସ କାଗଜପତ୍ର ଜବତ ହୋଇଛି l 

ସମ୍ବନ୍ଧିତ ଖବର ଦୋଳ ପୂର୍ଣ୍ଣିମା

ଭୁବନେଶ୍ୱରର ବାଲିଅନ୍ତାର ଜୋହାଲାରେ ଅବସ୍ଥିତ ଶ୍ରୀ ରାୟଙ୍କ ଚାରି ମହଲା କୋଠା, କଟକର ଚୌଦ୍ୱାରର ଜାଜାଭୈରବରେ ଶ୍ରୀ ରାୟଙ୍କ ଦୁଇ ମହଲା କୋଠା, କଟକ ଜିଲ୍ଲା ବାଙ୍କିର ରଗଡ଼ିରେ ଅବସ୍ଥିତ ତାଙ୍କ ପୈତୃକ ଘର, ଭଦ୍ରକର ବୁଡଙ୍ଗାରେ ତାଙ୍କ ସମ୍ପର୍କୀୟଙ୍କ ଘର, ଡେରାବିଶ ଜଳସେଚନ କାର୍ଯ୍ୟାଳୟ, କେନ୍ଦ୍ରାପଡାରେ ଅବସ୍ଥିତ ତାଙ୍କ କାର୍ଯ୍ୟାଳୟ ଚାମ୍ବର ଏବଂ ଅସ୍ଥାୟୀ ବାସସ୍ଥାନ , ଢେଙ୍କାନାଳ ଜିଲ୍ଲା, ସାନସାଥୀବାଟିଆରେ ତାଙ୍କ ସମ୍ପର୍କୀୟଙ୍କ ଘର ଏବଂ ଭୁବନେଶ୍ୱରର ପଟିଆରେ ତାଙ୍କ ସମ୍ପର୍କୀୟଙ୍କ ଘରେ ରେଡ୍ କରାଯାଉଛି । ପୂର୍ବରୁ ପ୍ରମୋଦ ରାୟ କେନ୍ଦ୍ରାପଡା ଇନ୍ଦୁପୁର ସ୍ଥିତ ଜଳସମ୍ପଦ କାର୍ଯ୍ୟାଳୟରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟ କରୁଥିଲେ ।  ଏବେ ଛତାଛକ ସ୍ଥିତ କାର୍ଯ୍ୟାଳୟ ରେ SDO ଭାବେ କାର୍ଯ୍ୟ କରୁଛନ୍ତି । ଚଢାଉରେ ୨ଜଣ ଅତିରିକ୍ତ SP, ୯ ଡିଏସ୍ ପି , ୯ ଇନ୍ସପେକ୍ଟର, ୪ ASI ଓ ଭିଜିଲାନ୍ସ କର୍ମଚାରୀ ସାମିଲ ଅଛନ୍ତି ।

ସମ୍ବନ୍ଧିତ ଖବର ଦିଲ୍ଲୀପ ରାୟ ଜଣେ ଅନୁଭବି ନେତା - ମନମୋହନ

Tags: