ଭରତପୁର ଥାନା ବର୍ବରତା,ନ୍ୟାୟିକ ତଦନ୍ତ ଦାବି କଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ଭରତପୁର ଥାନାରେ ବର୍ବର କାଣ୍ଡ । ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଅକଥନୀୟ ନିର୍ଯ୍ୟାତନା ଘଟଣାରେ ନ୍ୟାୟିକ ତଦନ୍ତ ଦାବି କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସେ ଏହି ଘଟଣା ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି। ଥାନା ଭିତରେ ଯାହା ଘଟିଗଲା ତାହାକୁ ଅତ୍ୟନ୍ତ ନିନ୍ଦନୀୟ ଘଟଣା କହିବା ସହ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି । କ୍ରାଇମବ୍ରାଞ୍ଚ ତଦନ୍ତ ପରେ ମଧ୍ୟ ଦୋଷୀ ଗିରଫ ହୋଇ ନଥିବାରୁ […]

Samaya Live Picture
Published On

ଭୁବନେଶ୍ୱର : ଭରତପୁର ଥାନାରେ ବର୍ବର କାଣ୍ଡ । ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଅକଥନୀୟ ନିର୍ଯ୍ୟାତନା ଘଟଣାରେ ନ୍ୟାୟିକ ତଦନ୍ତ ଦାବି କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସେ ଏହି ଘଟଣା ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି। ଥାନା ଭିତରେ ଯାହା ଘଟିଗଲା ତାହାକୁ ଅତ୍ୟନ୍ତ ନିନ୍ଦନୀୟ ଘଟଣା କହିବା ସହ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି । କ୍ରାଇମବ୍ରାଞ୍ଚ ତଦନ୍ତ ପରେ ମଧ୍ୟ ଦୋଷୀ ଗିରଫ ହୋଇ ନଥିବାରୁ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି ନବୀନ । ରାଜ୍ୟରେ ଆଇନ ଶୃଙ୍ଖଳା ବ୍ୟବସ୍ଥା ଭୁଶୁଡି ପଡିଛି। ଆଇନଶୃଙ୍ଖଳା ନିୟନ୍ତ୍ରଣରେ ରାଜ୍ୟ ସରକାର ବିଫଳ ହୋଇଛନ୍ତି ବୋଲି କହିଛନ୍ତି ।

ସେହିପରି ଆଜି ଏକ ପ୍ରେସମିଟ ଜରିଆରେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ ସାମ୍ବାଦିକ ସମ୍ମିଳନୀ କରି ବର୍ଷିଛନ୍ତି। ସେ ଏହି ଘଟଣାକୁ ଦୃଢ ନିନ୍ଦା କରିବା ସହ ନିଲମ୍ବନ ନୁହେଁ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି। କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରିବା ପରେ ବି ଅଭିଯୁକ୍ତଙ୍କୁ ଗିରଫ କରାଯାଇନାହିଁ। ନାଇଟ୍‌‌ ପାଟ୍ରୋଲିଂ ପାଇଁ କର୍ମଚାରୀ ନଥିଲେ ସରକାର କଣ କରୁଛନ୍ତି ବୋଲି ବିଜୟ ପ୍ରଶ୍ନ କରିଛନ୍ତି । ସଂପୃକ୍ତ ଆଇଆଇସିଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଛି । ଆଉ କେତେ ତଥ୍ୟକୁ ଅପେକ୍ଷା କରାଯିବ ବୋଲି ପ୍ରଶ୍ନ କରିଛନ୍ତି ବିଜୟ ।

Tags: