ନିର୍ବାଚନୀ ହିଂସା,କଂଗ୍ରେସ ନେତାଙ୍କୁ ଗୁଳିକରି ହତ୍ୟା

ଛତିଶଗଡ଼: ଛତିଶଗଡ଼ରେ ଦେଖିବାକୁ ମିଳିଛି ନିର୍ବାଚନୀ ହିଂସା I ଅଜଣା ବ୍ୟକ୍ତିଙ୍କ ଗୁଳିରେ ଗଡ଼ିଲା କଂଗ୍ରେସ ନେତାଙ୍କ ମୁଣ୍ଡ I ନାରାୟଣପୁରରେ କଂଗ୍ରେସ ନେତା ବିକ୍ରମ ବେସଙ୍କୁ ଗୁଳି କରି ହତ୍ୟା କରାଯାଇଛି। ସୋମବାର ରାତି ପ୍ରାୟ ୯ଟାରେ ରାସ୍ତାରେ ବିକ୍ରମଙ୍କୁ ଗୁଳି କରି ହତ୍ୟା କରାଯାଇଛି। କିଛି ଦୁର୍ବୃତ୍ତ ବାଇକରେ ଆସି ବିକ୍ରମଙ୍କ ଉପରକୁ ଗୁଳି କରିଥିଲେ। ଘଟଣାସ୍ଥଳରେ ହିଁ ବିକ୍ରମଙ୍କ ମୃତ୍ୟୁ ଘଟିଛି। ବିକ୍ରମଙ୍କ ମୁଣ୍ଡ ଓ ଛାତିରେ ଗୁଳି ବାଜିଛି। ପୁଲିସ ଘଟଣାସ୍ଥଳରେ […]

Samaya Live Picture
Published On

ଛତିଶଗଡ଼: ଛତିଶଗଡ଼ରେ ଦେଖିବାକୁ ମିଳିଛି ନିର୍ବାଚନୀ ହିଂସା I ଅଜଣା ବ୍ୟକ୍ତିଙ୍କ ଗୁଳିରେ ଗଡ଼ିଲା କଂଗ୍ରେସ ନେତାଙ୍କ ମୁଣ୍ଡ I ନାରାୟଣପୁରରେ କଂଗ୍ରେସ ନେତା ବିକ୍ରମ ବେସଙ୍କୁ ଗୁଳି କରି ହତ୍ୟା କରାଯାଇଛି। ସୋମବାର ରାତି ପ୍ରାୟ ୯ଟାରେ ରାସ୍ତାରେ ବିକ୍ରମଙ୍କୁ ଗୁଳି କରି ହତ୍ୟା କରାଯାଇଛି। କିଛି ଦୁର୍ବୃତ୍ତ ବାଇକରେ ଆସି ବିକ୍ରମଙ୍କ ଉପରକୁ ଗୁଳି କରିଥିଲେ। ଘଟଣାସ୍ଥଳରେ ହିଁ ବିକ୍ରମଙ୍କ ମୃତ୍ୟୁ ଘଟିଛି। ବିକ୍ରମଙ୍କ ମୁଣ୍ଡ ଓ ଛାତିରେ ଗୁଳି ବାଜିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ଘଟଣା ସମ୍ପର୍କରେ ନାରାୟଣପୁର ଏସ୍‌ପି ସୂଚନା ଦେଇଛନ୍ତି। ଅଭିଯୁକ୍ତଙ୍କୁ ଧରିବାକୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରୁଛି ପୁଲିସ ଟିମ୍।

Tags: