ଖଲ୍ଲିକୋଟରେ ନିର୍ବାଚନୀ ହିଂସା,ନିନ୍ଦାକଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଖଲ୍ଲିକୋଟ ଥାନା ଅଞ୍ଚଳରେ ନିର୍ବାଚନୀ ହିଂସାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ I ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିନ୍ଦା କରିବା ସହିତ ସୋସିଆଲ ମିଡ଼ିଆ ଏକ୍ସରେ କହିଛନ୍ତି, ଖଲ୍ଲିକୋଟ ଅଞ୍ଚଳରେ ଘଟିଥିବା ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ତଥା ଦୁଃଖଦ। ମୁଁ ଏନେଇ ଗଭୀର ବିବ୍ରତ ଓ ଦୁଃଖିତ। ଏଭଳି ହିଂସା ଘଟଣାର ଆମ ଗଣତନ୍ତ୍ର ଏବଂ ନାଗରିକ ସମାଜରେ କୌଣସି ସ୍ଥାନ ନାହିଁ। ମୁଁ ଏହି ଘଟଣାକୁ ଦୃଢ଼ ନିନ୍ଦା […]
ଭୁବନେଶ୍ୱର : ଖଲ୍ଲିକୋଟ ଥାନା ଅଞ୍ଚଳରେ ନିର୍ବାଚନୀ ହିଂସାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ I ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିନ୍ଦା କରିବା ସହିତ ସୋସିଆଲ ମିଡ଼ିଆ ଏକ୍ସରେ କହିଛନ୍ତି, ଖଲ୍ଲିକୋଟ ଅଞ୍ଚଳରେ ଘଟିଥିବା ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ତଥା ଦୁଃଖଦ। ମୁଁ ଏନେଇ ଗଭୀର ବିବ୍ରତ ଓ ଦୁଃଖିତ। ଏଭଳି ହିଂସା ଘଟଣାର ଆମ ଗଣତନ୍ତ୍ର ଏବଂ ନାଗରିକ ସମାଜରେ କୌଣସି ସ୍ଥାନ ନାହିଁ। ମୁଁ ଏହି ଘଟଣାକୁ ଦୃଢ଼ ନିନ୍ଦା କରୁଛି। ନିଜ ପ୍ରିୟଜନଙ୍କୁ ହରାଇଥିବା ପୀଡ଼ିତ ପରିବାରଙ୍କୁ ମୋର ଗଭୀର ସମବେଦନା। I ମୁଁ ନିଶ୍ଚିତ ଯେ ଏହି ଜଘନ୍ୟ ଅପରାଧର ଅପରାଧୀଙ୍କ ବିରୋଧରେ ପୁଲିସ ଦୃଢ଼ ତଥା ଦୃଷ୍ଟାନ୍ତମୁଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ। ଏହା ସହିତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ I
Deeply disturbed and saddened at the very unfortunate and tragic incident of violence in Khallikote area. Such incidents of violence have no place in our democracy and civil society.
I strongly condemn this incident. My deepest condolence to the family who has lost their loved…
— Naveen Patnaik (@Naveen_Odisha) May 16, 2024




