ସାଲିଆ ସାହିରେ ଅବକାରୀ ବିଭାଗର ଚଢ଼ାଉ,ବିପୁଳ ପରିମାଣରେ ମଦ ପୋଚ ସହ ୧୫ ଗିରଫ
ଭୁବନେଶ୍ୱର : ପାର୍ବଣ ପୂର୍ବରୁ ଆକ୍ସନ ମୋଡରେ ଅବକାରୀ ବିଭାଗ । ଦଶହରା ପାଇଁ ପ୍ରସ୍ତୁତ ହେଉଥିଲା ସ୍ପେଶାଲ ମଦ ରନ୍ଧା I ଚଢାଉ କରି ଶହ ଶହ ଲିଟର ମଦ ନଷ୍ଟ କରିଛି ଅବକାରୀ ବିଭାଗ । ଏଥି ସହ ମଦ ପ୍ରସ୍ତୁତ ପାଇଁ ସମସ୍ତ ସାମଗ୍ରୀ ଜବତ କରିଛି । ଅବକାରୀ ଚଢ଼ାଉରେ ୧୦ ହଜାର ଲିଟର ପୋଚ ଓ ୧ ହଜାର ଲିଟର ଦେଶୀ ମଦ ଜବତ କଲା ଅବକାରୀ ଥାନା । […]
ଭୁବନେଶ୍ୱର : ପାର୍ବଣ ପୂର୍ବରୁ ଆକ୍ସନ ମୋଡରେ ଅବକାରୀ ବିଭାଗ । ଦଶହରା ପାଇଁ ପ୍ରସ୍ତୁତ ହେଉଥିଲା ସ୍ପେଶାଲ ମଦ ରନ୍ଧା I ଚଢାଉ କରି ଶହ ଶହ ଲିଟର ମଦ ନଷ୍ଟ କରିଛି ଅବକାରୀ ବିଭାଗ । ଏଥି ସହ ମଦ ପ୍ରସ୍ତୁତ ପାଇଁ ସମସ୍ତ ସାମଗ୍ରୀ ଜବତ କରିଛି । ଅବକାରୀ ଚଢ଼ାଉରେ ୧୦ ହଜାର ଲିଟର ପୋଚ ଓ ୧ ହଜାର ଲିଟର ଦେଶୀ ମଦ ଜବତ କଲା ଅବକାରୀ ଥାନା ।
ଭୁବନେଶ୍ୱର ଅବକାରୀ ଥାନା ପକ୍ଷରୁ IIC ବିକାଶ ନାୟକଙ୍କ ନିର୍ଦ୍ଦେଶରେ ଏହି ଚଢ଼ାଉ କରାଯାଇ ୧୫ ଜଣଙ୍କୁ ଗିରଫ କରାଯାଇଛି । ଆଜି ସେମାନଙ୍କୁ କୋର୍ଟ ଚାଲାଣ କରାଯିବ । ପୂଜା ପାଇଁ ବ୍ୟାପକ ପରିମାଣର ମଦ ତିଆରି ଚାଲିଥିବା ସେମାନେ ସ୍ୱୀକାର କରିଛନ୍ତି । ଆଗକୁ କୁମାର ପୂର୍ଣ୍ଣିମା ଥିବା ବେଳେ ଦେଶୀ ମଦର ଡିମାଣ୍ଡକୁ ଦୃଷ୍ଟିରେ ରଖି ତିଆରି ଚାଲିଥିବା ଗିରଫ ପରେ କହିଛନ୍ତି ଅଭିଯୁକ୍ତ । ସେପଟେ ଆଗକୁ ବସ୍ତି ଓ ଚୋରା ମଦ ଆଡ୍ଡା ଉପରେ ଚଢ଼ାଉ ଅଭିଯାନ ଜାରି ରହିବ ବୋଲି ସୂଚନା ଦେଇଛି ଅବକାରୀ ବିଭାଗ ।




