କୋଇଲା ବ୍ୟବସାୟୀଙ୍କ ଘରେ ଆଇଟି ରେଡ
ସୁନ୍ଦରଗଡ଼ : ବିଶିଷ୍ଟ କୋଇଲା ବ୍ୟବସାୟୀ ଘନଶ୍ୟାମ ଡାଲମିୟାଙ୍କ ଘରେ ଆଇଟି ରେଡ I ରେଡର ଆଜି ଦ୍ଵିତୀୟ ଦିନରେ ତାଙ୍କର ବିଭିନ୍ନ ସ୍ଥାନରେ ଥିବା ଘର ସମେତ ଅଫିସରେ ରେଡ ଜାରି ରହିଛି । ୧୦୦ରୁ ଅଧିକ ଅଧିକାରୀ ଓ ସିଆରପିଏଫ୍ ଫୋର୍ସ ସାମିଲ ହୋଇଛନ୍ତି । ଘନଶ୍ୟାମଙ୍କ ଓଡ଼ିଶା, ଛତିଶଗଡ଼, ମୁମ୍ବାଇ, ମଧ୍ୟପ୍ରଦେଶର ବିଭିନ୍ନ ସ୍ଥାନରେ କୋଇଲା ବ୍ୟବସାୟ ଓ ହୋଟେଲ ରହିଛି । ସେହିପରି ଗୋପାଳପୁରରେ ଥିବା ଦୁଇମହଲା କୋଠା ଓ ଅଫିସ, […]
ସୁନ୍ଦରଗଡ଼ : ବିଶିଷ୍ଟ କୋଇଲା ବ୍ୟବସାୟୀ ଘନଶ୍ୟାମ ଡାଲମିୟାଙ୍କ ଘରେ ଆଇଟି ରେଡ I ରେଡର ଆଜି ଦ୍ଵିତୀୟ ଦିନରେ ତାଙ୍କର ବିଭିନ୍ନ ସ୍ଥାନରେ ଥିବା ଘର ସମେତ ଅଫିସରେ ରେଡ ଜାରି ରହିଛି । ୧୦୦ରୁ ଅଧିକ ଅଧିକାରୀ ଓ ସିଆରପିଏଫ୍ ଫୋର୍ସ ସାମିଲ ହୋଇଛନ୍ତି । ଘନଶ୍ୟାମଙ୍କ ଓଡ଼ିଶା, ଛତିଶଗଡ଼, ମୁମ୍ବାଇ, ମଧ୍ୟପ୍ରଦେଶର ବିଭିନ୍ନ ସ୍ଥାନରେ କୋଇଲା ବ୍ୟବସାୟ ଓ ହୋଟେଲ ରହିଛି । ସେହିପରି ଗୋପାଳପୁରରେ ଥିବା ଦୁଇମହଲା କୋଠା ଓ ଅଫିସ, ବିଲେଇମୁଣ୍ଡାର ଅଫିସ, ଘର, ସୋ’ରୁମ, ସ୍ପଞ୍ଜ ଆଇରନ୍ ଫ୍ୟାକ୍ଟ୍ରିରେ ମଧ୍ୟ ଚଢ଼ାଉ କରିଛି ଆୟକର ବିଭାଗ ।
ଘନଶ୍ୟାମଙ୍କ ଏମସିଏଲରେ ଥିବା କୋଇଲା ପରିବହନ ସାଇଟ୍, ଛତିଶଗଡରେ ଥିବା ଆଇରନ, ଷ୍ଟିଲ ଓ ପାୱାର ପ୍ଲାଣ୍ଟ ଫ୍ୟାକ୍ଟ୍ରୀ ଏବଂ ଘର, ରାୟପୁରରେ ଥିବା ଘର, ଅଫିସ ଏବଂ ବିଳାସପୁରରେ ଥିବା ହୋଟେଲରେ ଚଢାଉ କରିଛି ଆୟକର ବିଭାଗ । ଚଢାଉରେ ୧୦୦ରୁ ଅଧିକ ଅଧିକାରୀ ଓ ସିଆରପିଏଫ ଫୋର୍ସ ସାମିଲ ହୋଇଛନ୍ତି । ଚଢାଉରେ କଣ ସବୁ ଜବତ ହୋଇଛି ଏବଂ କେତେ ଟଙ୍କା ମିଳିଛି, ତାହା ଜଣାପଡିନାହିଁ ।




