ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ: ରାୟ ଶୁଣାଇଲେ ଜଗତସିଂହପୁର ଫାଷ୍ଟଟ୍ରାକ ସ୍ୱତନ୍ତ୍ର ପୋକସ କୋର୍ଟ
ଜଗତସିଂହପୁର:ଜଗତସିଂହପୁର ଜ଼ିଲ୍ଲା ଫାଷ୍ଟଟ୍ରାକ ସ୍ୱତନ୍ତ୍ର ପୋକସୋ କୋର୍ଟ ଜଣେ ନାବାଳିକା ଦୁଷ୍କର୍ମକାରୀକୁ ଦଣ୍ଡ ଦେଇଛନ୍ତି।ଜଗତସିଂହପୁର ଜିଲ୍ଲା ରଘୁନାଥପୁର ଥାନା ୨୦୨୧ ମସିହାରେ ନାବାଳିକାକୁ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତ ସାଗର ସାହୁକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୩୫ ହଜାର ଟଙ୍କା ଜୋରିମାନା ଓ ଜୋରିମାନା ଅନାଦେୟ ଆହୁରି ୧୨ ମାସ ଅତିରିକ୍ତ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ଫାଷ୍ଟଟ୍ରାକ ସ୍ୱତନ୍ତ୍ର ପୋକସ କୋର୍ଟ , ଏହା ସହିତ ଜିଲ୍ଲା ଆଇନସେବା ପ୍ରାଧିକରଣକୁ ନାବାଳିକାକୁ ୭ ଲକ୍ଷ […]
ଜଗତସିଂହପୁର:ଜଗତସିଂହପୁର ଜ଼ିଲ୍ଲା ଫାଷ୍ଟଟ୍ରାକ ସ୍ୱତନ୍ତ୍ର ପୋକସୋ କୋର୍ଟ ଜଣେ ନାବାଳିକା ଦୁଷ୍କର୍ମକାରୀକୁ ଦଣ୍ଡ ଦେଇଛନ୍ତି।ଜଗତସିଂହପୁର ଜିଲ୍ଲା ରଘୁନାଥପୁର ଥାନା ୨୦୨୧ ମସିହାରେ ନାବାଳିକାକୁ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତ ସାଗର ସାହୁକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୩୫ ହଜାର ଟଙ୍କା ଜୋରିମାନା ଓ ଜୋରିମାନା ଅନାଦେୟ ଆହୁରି ୧୨ ମାସ ଅତିରିକ୍ତ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ଫାଷ୍ଟଟ୍ରାକ ସ୍ୱତନ୍ତ୍ର ପୋକସ କୋର୍ଟ ,
ଏହା ସହିତ ଜିଲ୍ଲା ଆଇନସେବା ପ୍ରାଧିକରଣକୁ ନାବାଳିକାକୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ବାବଦ ପ୍ରଦାନ କରିବାକୁ ମାନ୍ୟବର କୋର୍ଟ ନିର୍ଦେଶ ଦେଇଛନ୍ତି।୨୦୨୧ ମସିହାରେ ଘଟିଥିବା ଏ ଘଟଣାକୁ ନେଇ ସେତେବେଳେ ହଇଚଇ ସୃଷ୍ଟି ହୋଇଥିଲା।




