ଭିଜିଲାନ୍ସ ଜାଲରେ କାଡା ଡିଭିଜନ ଯନ୍ତ୍ରୀ
ଭଦ୍ରକ : ଭିଜିଲାନ୍ସ ଜାଲରେ କାଡା ଡିଭିଜନ ଯନ୍ତ୍ରୀ ଇ ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଯନ୍ତ୍ରୀ ବିଜୟ କୁମାର ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି । ଭଦ୍ରକ ଓ ବାଲେଶ୍ୱର ଭିଜିଲାନ୍ସ ଟିମ୍ ପକ୍ଷରୁ ଚଢାଉ ଚାଲିଛି । ତାଙ୍କ ଭଦ୍ରକ ଟାଉନ ସ୍ଥିତ ପୈତୃକ ଘର ସହ ଭଦ୍ରକ କାର୍ଯ୍ୟାଳୟ ଏବଂ ଭୁବନେଶ୍ୱର, କେନ୍ଦୁଝର, ବାଲେଶ୍ୱରରେ ଚାଲିଛି ଚଢାଉ । ବିଜୟଙ୍କ ବସ୍ତା ନରସିଙ୍ଗଡିହା ସ୍ଥିତ ଦୁଇ ମହଲା ଘର, ଭଦ୍ରକ ସ୍ଥିତ ଘର ଏବଂ ଭୁବନେଶ୍ଵର ମଳିପଡା ସ୍ଥିତ ସମ୍ପର୍କୀୟଙ୍କ ଘରେ ରେଡ୍ ଚାଲିଛି। ଏହି ଚଢାଉରେ ୪ ଜଣ ଡିଏସପି, ୪ ଜଣ ଇନ୍ସପେକ୍ଟର ଏବଂ ଅନ୍ୟ ଅଧିକାରୀ ସାମିଲ ଅଛନ୍ତି। ଭିଜିଲାନ୍ସ ପକ୍ଷରୁ ତାଙ୍କ ସମ୍ପତ୍ତି ଓ ଆର୍ଥିକ ନେଣଦେଣ ସମ୍ବନ୍ଧୀୟ ତଥ୍ୟ ସଂଗ୍ରହ କରାଯାଉଥିବାବେଳେ, ବର୍ତ୍ତମାନ ସୁଦ୍ଧା ସମ୍ପୂର୍ଣ୍ଣ ତଥ୍ୟ ମିଳି ପାରିନାହିଁ ।
Tags:



