ସ୍ତ୍ରୀ ସାମ୍ନାରେ ସ୍ୱାମୀକୁ ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ

ଢେଙ୍କାନାଳ : ଦୁର୍ବୃତ୍ତଙ୍କ ଆକ୍ରମଣରେ ଯୁବକ ମୃତ । ପ୍ରଥମେ ଗୁଳିମାଡ଼ ଓ ପରେ ପଥରରେ ଛେଚି ଯୁବକଙ୍କୁ ଅତି ଭୀବତ୍ସ ଭାବରେ ହତ୍ୟା କରାଯାଇଛି । ଗତ ବିଳମ୍ବିତ ରାତିରେ ଢେଙ୍କାନାଳ ଟାଉନ ଥାନା ଅନ୍ତର୍ଗତ କାରିଗର ସାହିରେ ଏହି ଘଟିଛି ଘଟଣା। ମୃତକ ହେଲେ ସ୍ଥାନୀୟ ଯୁବକ ମହେଶ୍ୱର ବେହେରା ଓରଫ ଟିଟନ। ହତ୍ୟାକାଣ୍ଡ ଘଟାଇ ଦୁବୃର୍ତ୍ତମାନେ ଘଟଣାସ୍ଥଳରୁ ଚମ୍ପଟ ମାରିଛନ୍ତି। ସୂଚନା ଅନୁଯାୟୀ, କାରିଗର ସାହି ବାସିନ୍ଦା ଟିଟନ ରାତି ପ୍ରାୟ ୧୧ଟା […]

ସ୍ତ୍ରୀ ସାମ୍ନାରେ ସ୍ୱାମୀକୁ ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ
Samaya Live Picture
Published On

ଢେଙ୍କାନାଳ : ଦୁର୍ବୃତ୍ତଙ୍କ ଆକ୍ରମଣରେ ଯୁବକ ମୃତ । ପ୍ରଥମେ ଗୁଳିମାଡ଼ ଓ ପରେ ପଥରରେ ଛେଚି ଯୁବକଙ୍କୁ ଅତି ଭୀବତ୍ସ ଭାବରେ ହତ୍ୟା କରାଯାଇଛି । ଗତ ବିଳମ୍ବିତ ରାତିରେ ଢେଙ୍କାନାଳ ଟାଉନ ଥାନା ଅନ୍ତର୍ଗତ କାରିଗର ସାହିରେ ଏହି ଘଟିଛି ଘଟଣା। ମୃତକ ହେଲେ ସ୍ଥାନୀୟ ଯୁବକ ମହେଶ୍ୱର ବେହେରା ଓରଫ ଟିଟନ। ହତ୍ୟାକାଣ୍ଡ ଘଟାଇ ଦୁବୃର୍ତ୍ତମାନେ ଘଟଣାସ୍ଥଳରୁ ଚମ୍ପଟ ମାରିଛନ୍ତି।

ସୂଚନା ଅନୁଯାୟୀ, କାରିଗର ସାହି ବାସିନ୍ଦା ଟିଟନ ରାତି ପ୍ରାୟ ୧୧ଟା ବେଳକୁ ଘରକୁ ଫେରୁଥିବା ସମୟରେ କିଛି ଦୁବୃର୍ତ୍ତ ତାଙ୍କ ଉପରକୁ ଗୁଳି ଚଳାଇଥିଲେ। ଟିଟନଙ୍କ ଗୋଡରେ ୨ ରାଉଣ୍ଡ ଗୁଳି ବାଜିବାରୁ ସେ ଘଟଣାସ୍ଥଳରେ ଖସି ପଡ଼ିଥିଲେ। ଘଟଣାଟି ତାଙ୍କ ଘରଠାରୁ ଅଳ୍ପ ଦୂରରେ ଘଟିଥିବାରୁ ଗୁଳି ଶବ୍ଦ ଶୁଣି ତାଙ୍କ ସ୍ତ୍ରୀ ବାହାରକୁ ଦୌଡି ଆସିଥିଲେ । ଟିଟନ ଜୀବନ ବିକଳରେ ସେଠାରୁ ଖସି ପଳାଇବାକୁ ଚେଷ୍ଟା କରୁଥିବା ବେଳେ ଦୁର୍ବୃତ୍ତମାନେ ତାଙ୍କୁ ସେଠାରୁ ଘୋଷାଡି ନେଇ ଅନ୍ୟ ଏକ ସ୍ଥାନରେ ପଥର ଛେଚି ହତ୍ୟା କରି ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ।

ସ୍ତ୍ରୀଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଟାଉନ ଥାନା ପୋଲିସ୍ ଘଟଣାର ତଦନ୍ତ କରୁଥିବା ବେଳେ ପୂର୍ବ ଶତୃତାକୁ କେନ୍ଦ୍ର କରି ଏହି ଘଟଣା ଘଟିଥିବା ଅନୁମାନ କରାଯାଉଛି। ଗୋଟିଏ ମାସ ପୂର୍ବରୁ ଟିଟନଙ୍କୁ ଆକ୍ରମଣ କରି ଦୁବୃର୍ତ୍ତ ମାନେ ତାଙ୍କ ହାତ ଭାଙ୍ଗିଥିବା ତାଙ୍କ ସ୍ତ୍ରୀ ଅଭିଯୋଗ କରିଛନ୍ତି ।

Tags: