ବୁଦାମୂଳରୁ ନାବାଳିକାଙ୍କ ମୃତଦେହ ଉଦ୍ଧାର
By: Samaya Live News
ଅନୁଗୁଳ : ଅନୁଗୋଳ ଜିଲ୍ଲା କଣିହାଁ ବ୍ଲକ ଏନଟିପିସି ଥାନା ଅଞ୍ଚଳରେ ଏକ ବୁଦା ମୂଳରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର ହୋଇଛି । ତାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ପୁଲିସ ସନ୍ଦେହ କରୁଛି । ୨ ଦିନ ତଳେ ନାବାଳିକା ଜଣଙ୍କ ନିଜ ବାଡି଼କୁ ଶାଗ ତୋଳିବାକୁ ଯାଇଥିବା ବେଳେ ନିଖୋଜ ହୋଇଯାଇଥିଲେ । ଏନେଇ ପରିବାର ପକ୍ଷରୁ ଥାନାରେ ଏତଲା ଦିଆଯାଇଥିଲା । ଆଜି ଗାଁ ପାଖ ଘାସ ବଣରୁ ନାବାଳିକାଙ୍କ ମୃତଦେହ ଉଦ୍ଧାର ହୋଇଛି । ତେବେ ଗାଁର ଆଶିଷ ନାଏକ ନାମକ ଯୁବକ ଦୁଷ୍କର୍ମ ପରେ ହତ୍ୟା କରିଥିବା ଅଭିଯୋଗ ଆଣିଛନ୍ତି ମୃତ ନାବାଳିକାର ବାପା । ଘଟଣାସ୍ଥଳରେ NTPC ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି । ପ୍ରାଥମିକ ତଦନ୍ତରୁ ଏହା ଏକ ହତ୍ୟାକାଣ୍ଡ ବୋଲି ସୂଚନା ମିଳିଛି । ଘଟଣାରେ ୩ ଜଣଙ୍କୁ ଅଟକ ରଖି ପଚରା ଉଚରା କରୁଛି । ଅନ୍ୟପକ୍ଷରେ ଆଶିଷ ନାଏକ ଫେରାର ରହିଛି ।
ସମ୍ବନ୍ଧିତ ଖବର ସରକାରୀ କଲେଜରେ ପଢାଉଛନ୍ତି ୧୭୫୩ ଅତିଥି ଅଧ୍ୟାପକ
ସମ୍ବନ୍ଧିତ ଖବର ସାବଧାନ ହର୍ଲିକ୍ସରେ ବ୍ୟାପକ ଅପମିଶ୍ରଣ !
Tags:



