ମାନସ ସ୍ୱାଇଁ ହତ୍ୟାକାଣ୍ଡର ଫିଟୁଛି ଗୁମର

ନୟାଗଡ: ମାର୍ଚ୍ଚ ୧୫: ନୟାଗଡ ଗୋଡିପୋଖରୀ ଗାଁର କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟାକାଣ୍ଡର ଫିଟୁଛି ଗୁମର। ଏହି ଘଟଣାରେ ପୋଲିସ ବର୍ତ୍ତମାନ ସୁଦ୍ଧା ୩ ଜଣଙ୍କୁ ଗିରଫ କରିଥିବାବେଳେ ଅନ୍ୟମାନଙ୍କୁ ଧରିବାକୁ ଛାନଭିନ୍ ଜାରି ରହିଛି। ମାନସ ଗତ ଫେବୃୟାରୀ ୭ରେ ଭଦ୍ରକ ଜିଲ୍ଲା ଚାନ୍ଦବାଲି ଯାଇଥିବାବେଳେ ନାଲଗୁଣ୍ଡାରୁ ତାଙ୍କୁ ଅପହରଣ କରାଯାଇଥିଲା। ଭୁବନେଶ୍ୱରର ଏକ ୱେବ ଚ୍ୟାନେଲର କିଛି ବ୍ୟକ୍ତି ତାଙ୍କୁ ଅପହରଣ କରିନେଇଥିବା ଅଭିଯୋଗ ହୋଇଥିଲା। ପ୍ରଥମେ ଜଣେ ଅଭିଯୁକ୍ତଙ୍କୁ ଧରିବା ପରେ ହତ୍ୟାର […]

Samaya Live Picture
Published On

ନୟାଗଡ: ମାର୍ଚ୍ଚ ୧୫: ନୟାଗଡ ଗୋଡିପୋଖରୀ ଗାଁର କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟାକାଣ୍ଡର ଫିଟୁଛି ଗୁମର। ଏହି ଘଟଣାରେ ପୋଲିସ ବର୍ତ୍ତମାନ ସୁଦ୍ଧା ୩ ଜଣଙ୍କୁ ଗିରଫ କରିଥିବାବେଳେ ଅନ୍ୟମାନଙ୍କୁ ଧରିବାକୁ ଛାନଭିନ୍ ଜାରି ରହିଛି। ମାନସ ଗତ ଫେବୃୟାରୀ ୭ରେ ଭଦ୍ରକ ଜିଲ୍ଲା ଚାନ୍ଦବାଲି ଯାଇଥିବାବେଳେ ନାଲଗୁଣ୍ଡାରୁ ତାଙ୍କୁ ଅପହରଣ କରାଯାଇଥିଲା। ଭୁବନେଶ୍ୱରର ଏକ ୱେବ ଚ୍ୟାନେଲର କିଛି ବ୍ୟକ୍ତି ତାଙ୍କୁ ଅପହରଣ କରିନେଇଥିବା ଅଭିଯୋଗ ହୋଇଥିଲା। ପ୍ରଥମେ ଜଣେ ଅଭିଯୁକ୍ତଙ୍କୁ ଧରିବା ପରେ ହତ୍ୟାର ଗୁମର ଫିଟିଥିଲା। ତେବେ ଏହି ଘଟଣାରେ ପୋଲିସ ବିବେକ ନାୟକ, କୃଷ୍ଣଚନ୍ଦ୍ର ନାୟକ, ଭାଗ୍ୟଧର ନାୟକ ନାମକ ୩ ଅଭିଯୁକ୍ତଙ୍କୁ ଗିରଫ କରିଥିବାବେଳେ ଅନ୍ୟ ସମ୍ପୃକ୍ତଙ୍କୁ ତୁରନ୍ତ ଗିରଫ କରାଯିବ ବୋଲି ଚାନ୍ଦବାଲି ଏସଡିପିଓ ସୂଚନା ଦେଇଛନ୍ତି।