ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା, ତଦନ୍ତ ନିରପେକ୍ଷ ହେଉ: ନେପାଳ ଦୂତାବାସ
ଭୁବନେଶ୍ୱର : କିଟ ବିଶ୍ୱବିଦ୍ୟାଳୟରେ ପୁଣି ଜଣେ ବି.ଟେକ ପ୍ରଥମ ବର୍ଷ ନେପାଳୀ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ଛାତ୍ରୀ ଜଣଙ୍କ ହେଉଛନ୍ତି ନେପାଳ ବୀରଗୁଂଜର ପ୍ରୀଶା ଶାହ । ସେ କମ୍ପୁଟର ସାଇନ୍ସର ପ୍ରଥମ ବର୍ଷରେ ପଢୁଥିଲେ । ଗୁରୁବାର ଅପରାହ୍ନରେ ବିଶ୍ୱବିଦ୍ୟାଳୟର ୪ନମ୍ୱର କ୍ୟାମ୍ପସରେ ୧୧୧ନମ୍ୱର ରୁମ୍ ରୁ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ପୋଲିସ କମିଶନରଙ୍କ ପକ୍ଷରୁ ଏନେଇ ସୂଚନା ମିଳିଛି । ଏହି ଘଟଣାରେ ନିରପେକ୍ଷ ତଦନ୍ତ ହେଉ […]
ଭୁବନେଶ୍ୱର : କିଟ ବିଶ୍ୱବିଦ୍ୟାଳୟରେ ପୁଣି ଜଣେ ବି.ଟେକ ପ୍ରଥମ ବର୍ଷ ନେପାଳୀ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ଛାତ୍ରୀ ଜଣଙ୍କ ହେଉଛନ୍ତି ନେପାଳ ବୀରଗୁଂଜର ପ୍ରୀଶା ଶାହ । ସେ କମ୍ପୁଟର ସାଇନ୍ସର ପ୍ରଥମ ବର୍ଷରେ ପଢୁଥିଲେ । ଗୁରୁବାର ଅପରାହ୍ନରେ ବିଶ୍ୱବିଦ୍ୟାଳୟର ୪ନମ୍ୱର କ୍ୟାମ୍ପସରେ ୧୧୧ନମ୍ୱର ରୁମ୍ ରୁ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ପୋଲିସ କମିଶନରଙ୍କ ପକ୍ଷରୁ ଏନେଇ ସୂଚନା ମିଳିଛି । ଏହି ଘଟଣାରେ ନିରପେକ୍ଷ ତଦନ୍ତ ହେଉ ବୋଲି ଏକ ପ୍ରେସ ବିଜ୍ଞପ୍ତି ଜାରି କରି ସୂଚନା ଦେଇଛି ନେପାଳ ଦୂତାବାସ । ଘଟଣାର ନିରପେକ୍ଷ ତଦନ୍ତ ପାଇଁ ଦୂତାବାସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଛି। କେନ୍ଦ୍ର ସରକାର ଓ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ଯୋଗାଯୋଗରେ ଅଛୁ। କିଟ୍ ପ୍ରତିନିଧିଙ୍କୁ ଦୂତାବାସକୁ ଡାକି ଘଟଣା ସଂପର୍କରେ ପଚାରି ବୁଝିଛୁ ଦୂତାବାସ କର୍ତୃପକ୍ଷ ।
ସେପଟେ ଏହି ଘଟଣାରେ ଉଦବେଗ ପ୍ରକାଶ କରିଛନ୍ତି ନେପାଳ ବୈଦେଶିକ ମନ୍ତ୍ରୀ ଆରଜୁ ରାଣା ଦେଉବା। ସେ ଟୁଇଟ୍ ଯୋଗେ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହ ଘଟଣାର ଯାଞ୍ଚ ପାଇଁ କହିଛନ୍ତି। ନେପାଳ ବୈଦେଶିକ ମନ୍ତ୍ରୀ ନିଜ ଟୁଇଟ୍ରେ କହିଛନ୍ତି,ଓଡ଼ିଶାର କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (KIIT) ବିଶ୍ୱବିଦ୍ୟାଳୟରେ ଅଧ୍ୟୟନରତ ନେପାଳୀ ଛାତ୍ରୀଙ୍କ ମୃତଦେହ ମିଳିବା ଘଟଣା ଆମକୁ ଗଭୀର ଦୁଃଖ ଦେଇଛି। ପ୍ରିଶାଙ୍କ ଆତ୍ମାର ସଦ୍ଗତି କାମନା କରୁଛୁ। ଏହି ଦୁଃଖଦ ମୁହୂର୍ତ୍ତରେ ମୁଁ ତାଙ୍କ ପରିବାର ପ୍ରତି ମୋର ସମବେଦନା ଜଣାଉଛି। ଘଟଣା ପରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ତୁରନ୍ତ କୂଟନୈତିକ ପ୍ରୟାସ ଆରମ୍ଭ କରିଛି, ଭାରତ ସରକାର, ଓଡ଼ିଶା ସରକାରଙ୍କ ବରିଷ୍ଠ ଅଧିକାରୀ ଏବଂ ଦିଲ୍ଲୀରେ ଥିବା ନେପାଳୀ ଦୂତାବାସ ସହିତ ସମନ୍ବୟ ରଖି ଘଟଣାର ସତ୍ୟତା ଏବଂ ତଥ୍ୟ ତଦନ୍ତ କରିଛି । ସୂଚନାଯୋଗ୍ୟ, ଗୁରୁବାର କିଟ୍ ହଷ୍ଟେଲ ରୁମରୁ ନେପାଳ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ତେବେ କେଉଁ ପରିସ୍ଥିତିରେ ଛାତ୍ରୀଙ୍କ ମୃତ୍ୟୁ ହୋଇଛି ଏଯାଏ ସ୍ପଷ୍ଟ ହୋଇନାହିଁ।
ସେପଟେ,କିଟ୍ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ଏହି ଘଟଣାର ତଦନ୍ତ ଆରମ୍ଭ ହୋଇଛି । ବିଭାଗ ମଧ୍ୟ ପଦକ୍ଷେପ ନେବା ଆରମ୍ଭ କରିଛି । ପ୍ରାଥମିକ ତଦନ୍ତ ପରେ ହିଁ କାର୍ଯ୍ୟାନୁଷ୍ଠାନ ନିଆଯିବ। ଯିଏ ଦୋଷୀ ସିଏ ଦଣ୍ଡ ପାଇବ।




