ମହର୍ଷି କଲେଜରେ ଅଣ ଛାତ୍ରଙ୍କ ଗଣ୍ଡଗୋଳ
ଭୁବନେଶ୍ୱର : ରାଜଧାନୀ ସହିଦନଗର ସ୍ଥିତ ମହର୍ଷି କଲେଜରେ ଗଣ୍ଡଗୋଳ। ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି କିଛି ଅଣ ଛାତ୍ର । ଆକ୍ରମଣ କରିଥିବା ୧୦ ରୁ ଉର୍ଦ୍ଧ୍ୱ ଯୁବକ ଝାରପଡା ଅଞ୍ଚଳର ହୋଇଥିବା ସୂଚନା। ଆକ୍ରମଣରେ ଗୁରୁତର ହୋଇ ପଡିଥିବା ଛାତ୍ରଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୂଚନା ମୁତାବକ ଝାରପଡାର ଦୁଇ ଜଣ ଯୁବକ ଦୁଇ ଦିନ ତଳେ କଲେଜ କ୍ୟାମ୍ପସକୁ ଆସି ଛାତ୍ରୀଙ୍କୁ କମେଣ୍ଟ ମାରିଥିଲେ। […]
ଭୁବନେଶ୍ୱର : ରାଜଧାନୀ ସହିଦନଗର ସ୍ଥିତ ମହର୍ଷି କଲେଜରେ ଗଣ୍ଡଗୋଳ। ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି କିଛି ଅଣ ଛାତ୍ର । ଆକ୍ରମଣ କରିଥିବା ୧୦ ରୁ ଉର୍ଦ୍ଧ୍ୱ ଯୁବକ ଝାରପଡା ଅଞ୍ଚଳର ହୋଇଥିବା ସୂଚନା। ଆକ୍ରମଣରେ ଗୁରୁତର ହୋଇ ପଡିଥିବା ଛାତ୍ରଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୂଚନା ମୁତାବକ ଝାରପଡାର ଦୁଇ ଜଣ ଯୁବକ ଦୁଇ ଦିନ ତଳେ କଲେଜ କ୍ୟାମ୍ପସକୁ ଆସି ଛାତ୍ରୀଙ୍କୁ କମେଣ୍ଟ ମାରିଥିଲେ। ସେଠାରେ ଉପସ୍ଥିତ ଥିବା ପିଲାମାନେ ଏହାର ବିରୋଧ କରିଥିଲେ। ପ୍ରିନ୍ସିପାଲଙ୍କ ନିକଟରେ ଅଣ୍ଡରଟେକିଂ ଲେଖିବା ପରେ ସେମାନଙ୍କୁ ଛଡ଼ାଯାଇଥିଲା । ସେହି ରାଗ ସୁଝାଇବା ପାଇଁ ଆଜି ୧୦ରୁ ଉର୍ଦ୍ଧ୍ବ ଯୁବକ କଲେଜ କ୍ୟାମ୍ପସରେ ପହଞ୍ଚିଥିଲେ । କିଛି କହିବା ପୂର୍ବରୁ ବ୍ୟାଟ, ଲୁହାରଡ଼, ହକି ଷ୍ଟିକରେ ମାଡ଼ ମାରି ୫ ଜଣଙ୍କୁ ଲହୁଲୁହାଣ କରିଦେଇଥିଲେ।
ଜଣେ ଗୁରୁତର ଭାବେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସେପଟେ ପୋଲିସ ଘଟଣାସ୍ଥଳରେ ପହଁଚି ସିସିଟିଭି ଯାଞ୍ଚ କରିବା ସହ ଉତ୍ତ୍ୟକ୍ତ ଛାତ୍ରଙ୍କୁ ବୁଝାସୁଝା କରିଛି। ଘଟଣାରେ ସଂପୃକ୍ତ ଥିବା ସମସ୍ତ ଅଣଛାତ୍ରଙ୍କୁ ଖୁବଶୀଘ୍ର ଗିରଫ କରାଯିବ ବୋଲି ସୂଚନା ଦେଇଛି ପୋଲିସ।




