ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା, ୪ ସପ୍ତାହରେ ଶୁଣାଣି ସାରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦେଶ

ବଲାଙ୍ଗୀର : ବହୁଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ଘଟଣା । ୪ ସପ୍ତାହ ମଧ୍ୟରେ ସମସ୍ତ ଶୁଣାଣି ସାରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ । ଚାରି ସପ୍ତାହ ମଧ୍ୟରେ ସମସ୍ତ ସାକ୍ଷ୍ୟ ଗ୍ରହଣ କରି ଶୁଣାଣି ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ସୂଚନାନୁସାରେ,୨୦୧୮ ଫେବ୍ରୁଆରୀ ମାସ ୨୦ ତାରିଖରେ ଘଟିଥିଲା ପାର୍ସଲ ବୋମା ବିସ୍ଫୋରଣ । ଏହି ଘଟଣା ସେତେବେଳେ ଦେଶରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା । ପାଟଣାଗଡ଼ ଜବାହରଲାଲ କଲେଜର ତତ୍କାଳୀନ ଅଧ୍ୟାପକ ରବୀନ୍ଦ୍ର […]

Samaya Live Picture
Published On

ବଲାଙ୍ଗୀର : ବହୁଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ଘଟଣା । ୪ ସପ୍ତାହ ମଧ୍ୟରେ ସମସ୍ତ ଶୁଣାଣି ସାରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ । ଚାରି ସପ୍ତାହ ମଧ୍ୟରେ ସମସ୍ତ ସାକ୍ଷ୍ୟ ଗ୍ରହଣ କରି ଶୁଣାଣି ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।

ସୂଚନାନୁସାରେ,୨୦୧୮ ଫେବ୍ରୁଆରୀ ମାସ ୨୦ ତାରିଖରେ ଘଟିଥିଲା ପାର୍ସଲ ବୋମା ବିସ୍ଫୋରଣ । ଏହି ଘଟଣା ସେତେବେଳେ ଦେଶରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା । ପାଟଣାଗଡ଼ ଜବାହରଲାଲ କଲେଜର ତତ୍କାଳୀନ ଅଧ୍ୟାପକ ରବୀନ୍ଦ୍ର ସାହୁ ଏବଂ ଭଇଁଷା କଲେଜର ତତ୍କାଳୀନ ଅଧ୍ୟକ୍ଷା ସଞ୍ଜୁକ୍ତା ସାହୁଙ୍କ ଏକମାତ୍ର ପୁଅ ସୌମ୍ୟଶେଖର ସାହୁଙ୍କ ବିବାହରେ ଉପହାର ଭାବେ ଆସିଥିବା ଏକ ପାର୍ସଲକୁ ଖୋଲିବା ବେଳେ ବିସ୍ଫୋରଣ ହୋଇଥିଲା । ଏଥିରେ ନବବିବାହିତ ସୌମ୍ୟଶେଖର ଓ ତାଙ୍କ ଜେଜେମା’ ଜେମାମଣି ସାହୁଙ୍କ ମୃତ୍ୟୁ ଘଟିଥିଲା । ସୌମ୍ୟଶେଖରଙ୍କ ସ୍ତ୍ରୀ ରିମାରାଣୀ ଗୁରୁତର ହୋଇଥିଲେ । ମାମଲାରେ କ୍ରାଇମବ୍ରାଞ୍ଚ ଭଇଁଷା କଲେଜର ଇଂଲିଶ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ମୁଖ୍ୟ ଏବଂ ଏକମାତ୍ର ଅଭିଯୁକ୍ତ ଭାବେ ଗିରଫ କରିଥିଲା । ଅଭିଯୁକ୍ତ ପୁଞ୍ଜିଲାଲ ଏବେ ବଲାଙ୍ଗିର ଜିଲା କାରାଗାରରେ ବିଚାରାଧୀନ କଏଦୀ ଭାବେ ରଖାଯାଇଥିଲା । ପାଟଣାଗଡ଼ ଅତିରିକ୍ତ ଜିଲ୍ଲା ଦୌରା ଜଜ କୋର୍ଟରେ ବିଚାରାଧିନ ରହିଛି । ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ପକ୍ଷରୁ ସୁପ୍ରିମ କୋର୍ଟରେ ଜାମିନ ଆବେଦନ କରାଯାଇଥିଲା । ପୁଞ୍ଜିଲାଲଙ୍କ ଆବେଦନକୁ ବିଚାର କରି ସୁପ୍ରିମକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି ।

ଏହା ପୂର୍ବରୁ ଗତ ସେପ୍ଟେମ୍ବରରେ କ୍ରାଇମବ୍ରାଞ୍ଚର ତତ୍କାଳୀନ ଆଇଜି ଆଇପିଏସ୍ ଅରୁଣ ବୋଥ୍ରା ପାଟଣାଗଡ଼ କୋର୍ଟରେ ହାଜର ହୋଇ ତଥ୍ୟ ଉପସ୍ଥାପନ କରିଥିଲେ । କୋର୍ଟଙ୍କୁ ପ୍ରଦାନ କରିଥିଲେ ପୁଞ୍ଜିଲାଲ କରିଥିବା ଡେମୋର ଭିଡିଓ ।

Tags: