ବିଜେଡିରୁ ବହିଷ୍କୃତ ହେଲେ ସସ୍ମିତା ମାଝୀ
ଭୁବନେଶ୍ୱର : ବିଜେଡିରୁ ବହିଷ୍କୃତ ହେଲେ ସସ୍ମିତା ମାଝୀ । ଚାକିରି ଦେବା ନାଁରେ ଟଙ୍କା ଠକେଇ ଅଭିଯୋଗ ପରେ ମାଲକାନଗିରି ମାଥିଲି-୩ ଜିଲା ପରିଷଦ ସଭ୍ୟା ସସ୍ମିତା ମାଝୀଙ୍କୁ ବହିଷ୍କୃତ କରିଛି ବିଜେଡି । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ ବହିଷ୍କାର କରାଯାଇଛି । ଏନେଇ ଦଳ ପକ୍ଷରୁ ମଙ୍ଗଳବାର ଏକ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦିଆଯାଇଛି। ସୂଚନା ଯୋଗ୍ୟ, ମାଲକାନଗିରି ଜିଲା ବିଜେଡିର କେତେକ ଜନ ପ୍ରତିନିଧି ଯୁବତୀ ଯୁବକମାନଙ୍କୁ […]
ଭୁବନେଶ୍ୱର : ବିଜେଡିରୁ ବହିଷ୍କୃତ ହେଲେ ସସ୍ମିତା ମାଝୀ । ଚାକିରି ଦେବା ନାଁରେ ଟଙ୍କା ଠକେଇ ଅଭିଯୋଗ ପରେ ମାଲକାନଗିରି ମାଥିଲି-୩ ଜିଲା ପରିଷଦ ସଭ୍ୟା ସସ୍ମିତା ମାଝୀଙ୍କୁ ବହିଷ୍କୃତ କରିଛି ବିଜେଡି । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ ବହିଷ୍କାର କରାଯାଇଛି । ଏନେଇ ଦଳ ପକ୍ଷରୁ ମଙ୍ଗଳବାର ଏକ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦିଆଯାଇଛି।
ସୂଚନା ଯୋଗ୍ୟ, ମାଲକାନଗିରି ଜିଲା ବିଜେଡିର କେତେକ ଜନ ପ୍ରତିନିଧି ଯୁବତୀ ଯୁବକମାନଙ୍କୁ ଚାକିରି କରାଇଦେବା ନାଁରେ ବହୁ ଲକ୍ଷ ଟଙ୍କା ହଡପ କରି ନେଇଥିବା ମାଥିଲି ଥାନାରେ ଅଭିଯୋଗ ହୋଇଛି। ମାଥିଲି ଥାନା ଅନ୍ତର୍ଗତ ମିଲୁଗୁଡା ଗ୍ରାମର ରବିନାରାୟଣ ପୁହାଣ ମାଥିଲି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି, ଯେ, ତାଙ୍କ ପୁଅଙ୍କୁ ଯୋଗାଣ ବିଭାଗରେ ଇନ୍ସପେକ୍ଟର ଚାକିରି କରାଇଦେବା ନାଁରେ ମାଥିଲି ଜିଲା ପରିଷଦ ଜୋନ-୩ ସଭ୍ୟା ସସ୍ମିତା ମାଝୀ ୨୦୨୩, ଏପ୍ରିଲ ୨୫ରେ ୧ ଲକ୍ଷ ଟଙ୍କା, ଏପ୍ରିଲ ୨୮ ରେ ୩୦ ହଜାର ଟଙ୍କା ନଗଦ ନେଇଥିଲେ।
ପରେ ଭୁବନେଶ୍ୱରରେ ସୁଜାତା ପାଣ୍ଡିଆନଙ୍କ ଭାଇ କହୁଥିବା ରମେଶ ଚନ୍ଦ୍ର ରାଉତଙ୍କ ଆକାଉଣ୍ଟକୁ ଦୁଇଟି କିସ୍ତିରେ ୬ ଲକ୍ଷ ଟଙ୍କା ପଠାଇବାକୁ କହିଥିଲେ। ପରବର୍ତ୍ତୀ ସମୟରେ ତାଙ୍କ କାର୍ଯ୍ୟ ନ ହେବାରୁ ରବିନାରାୟଣ ଏ ସମ୍ପର୍କରେ ସସ୍ମିତାଙ୍କୁ ପଚାରିବାରୁ କିଛି ନ ଶୁଣିବା ସହ ଥାନାରେ କହିଲେ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ ।
ଏହି ମାମଲାରେ ସସ୍ମିତା ମାଝୀଙ୍କ ସମେତ ୩ ଜଣ ଅଭିଯୁକ୍ତ ରହିଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଗିରଫ ହୋଇଛନ୍ତି। ତାଙ୍କ ନାଁ ରମେଶ ରାଉତ। ତାଙ୍କ ଘର କେନ୍ଦ୍ରାପଡ଼ାରେ। ତାଙ୍କୁ ଭୁବନେଶ୍ୱରରୁ ଗିରଫ କରାଯାଇଛି। ରମେଶ ନିଜକୁ ଭିକେ ପାଣ୍ଡିଆନଙ୍କ ଶଳା କହି ଚାକିରି କରାଇ ଦେବା ନାଁରେ ଅନେକ ଲୋକଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କ ହଡ଼ପ କରିଛି। ଏଥିରେ ତାଙ୍କ ସହିତ ସସ୍ମିତା ମାଝୀ ଓ ଅନ୍ୟ ଜଣେ ସହଯୋଗୀ ସାମିଲ ଥିବା ଅଭିଯୋଗ ହୋଇଛି। ରମେଶଙ୍କୁ ଗିରଫ କରାଯାଇଥିବା ଅନ୍ୟ ଦୁଇ ଜଣ ଫେରାର ଥିବା ଜଣାପଡ଼ିଛି।




