୩ ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି: ୩ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ । ଏମାନେ ସମସ୍ତେ ହେଉଛନ୍ତି ଛତିଶଗଡ ଦକ୍ଷିଣ ବସ୍ତର ମାଓ ସଂଗଠନର ମିଲିସିଆ ମେମ୍ବର । ମାଲକାନଗିରି ଏସପିଙ୍କ ନିକଟରେ ଆଜି ଏହି ତିନି ମାଓବାଦୀ ଆତ୍ମସମର୍ପଣ କରିଛନ୍ତି I ଆତ୍ମସମର୍ପଣ କରିଥିବା ତିନି ଜଣ ମିଲିସିଆ ମାଓବାଦୀ ହେଉଛନ୍ତି ଦେବା ମାଡଭି, ଆଡମା ମାଡକାମି ଓ ମୁକା ସୋଡି । ତିନି ଜଣଙ୍କ ଘର ଛତିଶଗଡ ସୁକୁମା ଜିଲ୍ଲାର ଚିନ୍ତାଗୁମ୍ଫା ଅଞ୍ଚଳରେ ବୋଲି ଜଣାପଡ଼ିଛି । ଆତ୍ମସମର୍ପଣ ପରେ […]
ମାଲକାନଗିରି: ୩ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ । ଏମାନେ ସମସ୍ତେ ହେଉଛନ୍ତି ଛତିଶଗଡ ଦକ୍ଷିଣ ବସ୍ତର ମାଓ ସଂଗଠନର ମିଲିସିଆ ମେମ୍ବର । ମାଲକାନଗିରି ଏସପିଙ୍କ ନିକଟରେ ଆଜି ଏହି ତିନି ମାଓବାଦୀ ଆତ୍ମସମର୍ପଣ କରିଛନ୍ତି I ଆତ୍ମସମର୍ପଣ କରିଥିବା ତିନି ଜଣ ମିଲିସିଆ ମାଓବାଦୀ ହେଉଛନ୍ତି ଦେବା ମାଡଭି, ଆଡମା ମାଡକାମି ଓ ମୁକା ସୋଡି । ତିନି ଜଣଙ୍କ ଘର ଛତିଶଗଡ ସୁକୁମା ଜିଲ୍ଲାର ଚିନ୍ତାଗୁମ୍ଫା ଅଞ୍ଚଳରେ ବୋଲି ଜଣାପଡ଼ିଛି । ଆତ୍ମସମର୍ପଣ ପରେ ଏମାନଙ୍କୁ ଓଡ଼ିଶା ସରକାରଙ୍କ ନିୟମ ଅନୁଯାୟୀ ଥଇଥାନ କରାଯିବା ବୋଲି ମାଲକାନଗିରି ଏସପି ସୂଚନା ଦେଇଛନ୍ତି।
ଛତିଶଗଡରେ ଏବେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଜୋରଦାର ଅପରେସନ କରାଯାଇଥିବା ବେଳେ ଭୟଭୀତ ହୋଇ ଏମାନେ ମାଲକାନଗିରି ପୁଲିସ ପାଖରେ ଆତ୍ମସମର୍ପଣ କରିଛନ୍ତି ।




