ଡିଜିପି ସମ୍ମିଳନୀ ଭଣ୍ଡୁର କରିବାକୁ ଆତଙ୍କୀ ଧମକ

ଭୁବନେଶ୍ଵର : ୨୯ ତାରିଖରୁ ରାଜଧାନୀ ଭୁବନେଶ୍ୱରରେ ଆରମ୍ଭ ହେବାକୁ ଯାଉଛି ୩ ଦିନିଆ ଡିଜି ସମ୍ମିଳନୀ । ଏହି ସମୟରେ ଏକ ଗୁରୁତ୍ତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି । ଡିଜିପି-ଆଇଜିପି ସମ୍ମିଳନୀକୁ ଭଣ୍ଡୁର କରିବାକୁ ଧମକ ଦେଇଛି ଖଲିସ୍ତାନୀ ଆତଙ୍କବାଦୀ ଗୁରପତଓ୍ବନ୍ତ ସିଂହ ପନ୍ନୁନ। ଏକ ଭିଡିଓ ବାର୍ତ୍ତା ଜାରି କରି ପନ୍ନୁନ ଏହି ଧମକ ଦେଇଛି। ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏବଂ ଜାତୀୟ ସୁରକ୍ଷା ଉପଦେଷ୍ଟା(ଏନଏସଏ) ଅଜିତ […]

Samaya Live Picture
Published On

ଭୁବନେଶ୍ଵର : ୨୯ ତାରିଖରୁ ରାଜଧାନୀ ଭୁବନେଶ୍ୱରରେ ଆରମ୍ଭ ହେବାକୁ ଯାଉଛି ୩ ଦିନିଆ ଡିଜି ସମ୍ମିଳନୀ । ଏହି ସମୟରେ ଏକ ଗୁରୁତ୍ତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି । ଡିଜିପି-ଆଇଜିପି ସମ୍ମିଳନୀକୁ ଭଣ୍ଡୁର କରିବାକୁ ଧମକ ଦେଇଛି ଖଲିସ୍ତାନୀ ଆତଙ୍କବାଦୀ ଗୁରପତଓ୍ବନ୍ତ ସିଂହ ପନ୍ନୁନ। ଏକ ଭିଡିଓ ବାର୍ତ୍ତା ଜାରି କରି ପନ୍ନୁନ ଏହି ଧମକ ଦେଇଛି। ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏବଂ ଜାତୀୟ ସୁରକ୍ଷା ଉପଦେଷ୍ଟା(ଏନଏସଏ) ଅଜିତ ଡୋଭାଲ ଯୋଗଦେବାର କାର୍ଯ୍ୟକ୍ରମ ରହିଥିବାବେଳେ ପନ୍ନୁନର ଏହି ଧମକପୂର୍ଣ୍ଣ ବାର୍ତ୍ତାକୁ ନେଇ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିବା ପୁଲିସ ପକ୍ଷରୁ କୁହାଯାଇଛି। ଧମକ ମିଳିବା ପରେ ହାଇ ଆର୍ଲଟରେ ରହିଛି ଓଡିଶା ପୋଲିସ । ଏନେଇ କମିଶନରେଟ ପୋଲିସର ପ୍ରତିକ୍ରିୟା ମିଳିପାରିନାହିଁ ।

ପନ୍ନୁନ ଗୁରୁବାର ଏହି ଭିଡିଓ ବାର୍ତ୍ତା ଜାରି କରିଛି। ଭିଡିଓରେ ସେ କହିଛି ଯେ, ହିନ୍ଦୁତ୍ଵ ଚିନ୍ତାଧାରା ଅଧୀନରେ ଏହି ଡିଜିପି ସମ୍ମିଳନୀ କରାଯାଉଛି। ଖଲିସ୍ତାନ ଶିଖଙ୍କ ସମର୍ଥନକାରୀ, କାଶ୍ମୀରୀ ଯୋଦ୍ଧା, ଆତଙ୍କବାଦୀ ଏବଂ ମାଓବାଦୀଙ୍କୁ ହତ୍ୟା କରିବାକୁ ଯୋଜନା କରାଯାଉଛି। ମୋଦୀ-ଶାହ-ଡୋଭାଲ ଭୁବନେଶ୍ଵରକୁ ବଡ଼ ବିପଦ ଆଣୁଛନ୍ତି ବୋଲି ସେ କହିଛି। ଛଦ୍ମବେଶରେ ଆସି ଭୁବନେଶ୍ଵରର ମନ୍ଦିର, ହୋଟେଲରେ ଲୁଚି ରହି ଏହି ସମ୍ମିଳନୀକୁ ଭଣ୍ଡୁର କରିବାକୁ ପନ୍ନୁନ ଖଲିସ୍ତାନୀମାନଙ୍କୁ ଆହ୍ବାନ କରିଛି।

ସେପଟେ ପୋଲିସ କମିଶନର ସୁରେଶ ଦେବଦତ୍ତ ପ୍ରେସମିଟ୍ କରି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । କମିଶନର କହିଛନ୍ତି ସିକ୍ୟୁରିଟି ବ୍ଳାଙ୍କେଟରେ ରହିବ ରାଜଧାନୀ ଭୁବନେଶ୍ଵର । ଭୁବେନଶ୍ଵରରେ ୭୦ ପ୍ଲାଟୁନରୁ ଅଧିକ ଫୋର୍ସ ମୁତୟନ ରହିବେ । ରାଜ୍ୟ ପୋଲିସ, ଶସସ୍ତ୍ର ବାହିନୀ ଓ କେନ୍ଦ୍ରୀୟ ଶସସ୍ତ୍ର ବଳ ମୁତୟନ ହେବେ । ସୁରକ୍ଷା ପାଇଁ ସଜାଗ ରହିବେ ଆଣ୍ଟି ଟେରର ଫୋର୍ସ । ରାଜ୍ୟ ଓ କେନ୍ଦ୍ର ଗୁଇନ୍ଦା ସଂସ୍ଥା ତୀକ୍ଷ୍ଣ ନଜର ରଖିବେ ବୋଲି କମିଶନର କହିଛନ୍ତି ।

Tags: