ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କ ସରିଲା ରିମାଣ୍ଡ ଅବଧି
ନବରଙ୍ଗପୁର : ସରିଲା ନବରଙ୍ଗପୁର ପୂର୍ବତନ ଅତିରିକ୍ତ ଉପ ଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କ ୫ ଦିନିଆ ରିମାଣ୍ଡ ଅବଧି I ଏହାପରେ ତାଙ୍କୁ ଆଜି ସୁନ୍ଦରଗଡ଼ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇ,ସୁନ୍ଦରଗଡ଼ ଜେଲକୁ ପଠାଇ ଦିଆଯାଇଛି I କୋର୍ଟ ତାଙ୍କ ଜାମିନ ନାମଞ୍ଜୁର କରି ୧୪ ଦିନ ପାଇଁ ସୁନ୍ଦରଗଡ଼ ଜିଲ୍ଲା କାରାଗାରକୁ ପଠାଇ ଦେଇଥିଲେ। ଜୁଲାଇ ୭ ତାରିଖ ଯାଏଁ ସେ ହାଜତରେ ରହିବେ।ଦୀର୍ଘ ୫ ଦିନ ଧରି ଭିଜିଲାନ୍ସର କଟକ ଅଫିସରେ ଜେରା […]
ନବରଙ୍ଗପୁର : ସରିଲା ନବରଙ୍ଗପୁର ପୂର୍ବତନ ଅତିରିକ୍ତ ଉପ ଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କ ୫ ଦିନିଆ ରିମାଣ୍ଡ ଅବଧି I ଏହାପରେ ତାଙ୍କୁ ଆଜି ସୁନ୍ଦରଗଡ଼ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇ,ସୁନ୍ଦରଗଡ଼ ଜେଲକୁ ପଠାଇ ଦିଆଯାଇଛି I କୋର୍ଟ ତାଙ୍କ ଜାମିନ ନାମଞ୍ଜୁର କରି ୧୪ ଦିନ ପାଇଁ ସୁନ୍ଦରଗଡ଼ ଜିଲ୍ଲା କାରାଗାରକୁ ପଠାଇ ଦେଇଥିଲେ। ଜୁଲାଇ ୭ ତାରିଖ ଯାଏଁ ସେ ହାଜତରେ ରହିବେ।ଦୀର୍ଘ ୫ ଦିନ ଧରି ଭିଜିଲାନ୍ସର କଟକ ଅଫିସରେ ଜେରା ଚାଲିଥିଲା।
ସୂଚନାନୁସାରେ,ଆୟବହିର୍ଭୁତ ସମ୍ପତି ଠୁଳ ଅଭିଯୋଗ ରେ ଚଳିତ ଜୁନ୍ ୨୩ ତାରିଖରେ ପ୍ରଶାନ୍ତ ରାଉତଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା I ଭିଜିଲାନ୍ସ ପ୍ରଶାନ୍ତଙ୍କ ଘରେ ରେଡ୍ ବେଳେ ତାଙ୍କ ଘରୁ କେବଳ ୩ କୋଟି ୨ଲକ୍ଷ ୩୦ହଜାର ୮୦୦ଟଙ୍କା ନଗଦ ଜବତ କରିଥିଲା। ,ଯାହା ରାଜ୍ୟ ଭିଜିଲାନ୍ସ ଇତିହାସରେ ଜବତ ନଗଦ ଟଙ୍କା ମଧ୍ୟରେ ଦ୍ୱିତୀୟ ସର୍ବାଧିକ । ତେବେ ଏହି ସମ୍ପତ୍ତିର ସଠିକ ହିସାବ ଦେଇ ନ ପାରିବାରୁ ଭିଜିଲାନ୍ସ ପକ୍ଷରୁ ତାଙ୍କୁ ୨୪ ତାରିଖରେ ଗିରଫ କରାଯାଇଥିଲା I ଏହାପରେ କେନ୍ଦ୍ର ସରକାରଙ୍କ ଅନୁମୋଦନ କ୍ରମେ ତାଙ୍କୁ ବାଧ୍ୟତାମୂଳକ ଅବସର ଦେଇଥିଲେ ରାଜ୍ୟ ସରକାର।
ଜୁନ ୨୩ ତାରିଖ ଦିନ ଭିଜିଲାନ୍ସ ପ୍ରଶାନ୍ତ ରାଉତଙ୍କ ଏକକାଳୀନ ୯ ଟି ଠିକଣା ଉପରେ ଚଢ଼ାଉ କରିଥିଲା I ସବୁଠାରୁ ଆଶ୍ଚର୍ଯ୍ୟର କଥା ହେଉଛି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ସମୟରେ ଭୁବନେଶ୍ୱର ସ୍ଥିତ କାନନ ବିହାର ଏଚ୍ଆଇଜି-୧୧୫ରେ ଥିବା ଘରୁ ୨କୋଟି ୩ଲକ୍ଷ ୫୦୦ ଟଙ୍କା ଜବତ କରାଯାଇଥିଲା। ଚଢ଼ଉ ବେଳେ ପ୍ରଶାନ୍ତ ୬ଟି ସିଲ୍ ପେଟି ଓ ଗୋଟିଏ ଆଟାଚି ଭର୍ତ୍ତି ଟଙ୍କା ପଡ଼ୋଶୀଙ୍କ ଛାତ ଉପରକୁ ଫିଙ୍ଗି ଦେଇଥିଲେ। ପଡ଼ୋଶୀ ମଧ୍ୟ ଏହି ଟଙ୍କା ପେଟି ଘରକୁ ନେଇ ଯାଇଥିଲେ। ଭିଜିଲାନ୍ସ ଅଧିକାରୀମାନେ ପଡ଼ୋଶୀଙ୍କ ଘର ଭିତରେ ପଶି ଟଙ୍କା ଜବତ କରିଥିଲେ। , ନବରଙ୍ଗପୁର ସରକାରୀ କ୍ବାର୍ଟର୍ସରୁ ଦୁଇଟି ପର୍ଯ୍ୟାୟରେ ୮୮ ଲକ୍ଷ ୯୩ ହଜାର ୩୦୦ ଟଙ୍କା ଜବତ କରାଯାଇଥିଲା। ସେହିପରି ଚଢ଼ଉ ଜାରି ରହିଥିବା ବେଳେ ସନ୍ଧ୍ୟାରେ ଆଉ ୧୦ ଲକ୍ଷ ୩୭ ହଜାର ଟଙ୍କା ଭୁବନେଶ୍ବର କାନନବିହାର ଘରୁ ଜବତ କରାଯାଇଛି। ଏହି ଟଙ୍କାକୁ ସେ ବହି ରୢାକ୍ ପଛପଟ କାନ୍ଥରେ ଲୁଚାଇ ରଖିଥିଲେ। ଏବେ ସୁଦ୍ଧା ୩କୋଟି ୨ ଲକ୍ଷ ୩୦ ହଜାର ୮୦୦ ଟଙ୍କା ଜବତ କରାଯାଇଥିଲା। ସେହିଭଳି ତାଙ୍କର ବ୍ୟାଙ୍କ ଓ ବୀମା ଜମା ବାବଦକୁ ୯୨ ଲକ୍ଷ ୩୪ ହଜାର ଟଙ୍କା ରହିଛି। ସେଥିରୁ ୩୮ ଲକ୍ଷ ୬୪ ହଜାର ଟଙ୍କା ୨ଟି ବେନାମୀ ଏକାଉଣ୍ଟରେ ରହିଛି। ପୂର୍ବରୁ ମଧ୍ୟ ତାଙ୍କ ନାଁ ରେ ବହୁ ଦୁର୍ନୀତି ମୂଳକ ଅଭିଯୋଗ ରହି ଆସିଥିଲା I ଏହାପରେ ତାଙ୍କୁ ୨୦୧୮ ନଭେମ୍ବର ୬ରେ ଚାକିରିରୁ ନିଲମ୍ବିତ କରାଯାଇ ପୁଣି ୨୦୨୦ ଜାନୁୟାରୀ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ଭାବେ ପୁନଃ ଅବସ୍ଥାପିତ କରାଯାଇଥିଲା ।




