ଶିକ୍ଷକ ଙ୍କୁ ଗଳା କାଟି ହତ୍ୟା
ସମ୍ବଲପୁର : ଆଜି ସକାଳେ ସମ୍ବଲପୁର ଜିଲ୍ଲା କୁଚିଣ୍ଡାର ଖର୍ଲା ବାଇପାସ୍ ବ୍ରିଜ୍ ନିକଟରେ ଜଣେ ଶିକ୍ଷକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ପୃଥ୍ୱୀରାଜ ମହାନନ୍ଦିଆ । ସେ ମନ୍ତ୍ରୀମୁଣ୍ଡା ପ୍ରାଥମିକ ବିଦ୍ୟାଳୟର ଶିକ୍ଷକତା ଭାବେ କାର୍ଯ୍ୟ କରୁଥିଲେ। ତାଙ୍କୁ କେହି ଦୁର୍ବୃତ୍ତ ଗଳାକାଟି ହତ୍ୟା କରିଥିବାର ସନ୍ଦେହ କରାଯାଉଛି। ସୂଚନା ଅନୁଯାୟୀ ଗତକାଲି ଅପରାହ୍ନ ୪ଟାରେ ଶିକ୍ଷକ ମହାନନ୍ଦିଆ ନିଜ ସ୍କୁଟି ନେଇ କୌଣସି କାମରେ ବାହାରକୁ ଯାଇଥିଲେ। ହେଲେ […]
ସମ୍ବଲପୁର : ଆଜି ସକାଳେ ସମ୍ବଲପୁର ଜିଲ୍ଲା କୁଚିଣ୍ଡାର ଖର୍ଲା ବାଇପାସ୍ ବ୍ରିଜ୍ ନିକଟରେ ଜଣେ ଶିକ୍ଷକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ପୃଥ୍ୱୀରାଜ ମହାନନ୍ଦିଆ । ସେ ମନ୍ତ୍ରୀମୁଣ୍ଡା ପ୍ରାଥମିକ ବିଦ୍ୟାଳୟର ଶିକ୍ଷକତା ଭାବେ କାର୍ଯ୍ୟ କରୁଥିଲେ। ତାଙ୍କୁ କେହି ଦୁର୍ବୃତ୍ତ ଗଳାକାଟି ହତ୍ୟା କରିଥିବାର ସନ୍ଦେହ କରାଯାଉଛି।
ସୂଚନା ଅନୁଯାୟୀ ଗତକାଲି ଅପରାହ୍ନ ୪ଟାରେ ଶିକ୍ଷକ ମହାନନ୍ଦିଆ ନିଜ ସ୍କୁଟି ନେଇ କୌଣସି କାମରେ ବାହାରକୁ ଯାଇଥିଲେ। ହେଲେ ରାତିରେ ଘରକୁ ଫେରି ନଥିଲେ। ଆଜି ସକାଳେ ଖର୍ଲା ପୋଲ ନିକଟରେ ଶିକ୍ଷକଙ୍କ ଗଳାକଟା ଅବସ୍ଥାରେ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ସ୍ଥାନୀୟ ଲୋକେ ଏହା ଦେଖି ପରିବାର ଓ ପୋଲିସକୁ ଖବର ଦେଇଥିଲେ। ତେବେ ସେ କୁଚିଣ୍ଡା ଏନଏସିର ୬ ନମ୍ବର ୱାର୍ଡରେ ରହୁଛନ୍ତି । ତାଙ୍କର ସ୍ତ୍ରୀ ଓ ଗୋଟିଏ ପୁଅ ଥିବା ଜଣାଯାଇଛି । ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି। ତେବେ ସମ୍ବଲପୁରରୁ ସାଇଣ୍ଟିଫିକ୍ ଟିମ୍ ଆସିବା ପରେ ଶବ ବ୍ୟବଚ୍ଛେଦ ଲାଗି ଡାକ୍ତରଖାନାକୁ ପଠାଯିବ ବୋଲି ସୂଚନା ମିଳିଛି।




