ଆଠଗଡ଼ ବିଡିଓଙ୍କୁ ଗିରଫ କଲା ଭିଜିଲାନ୍ସ

କଟକ : ଭିଜିଲାନ୍ସ ଦ୍ୱାରା ଗିରଫ ହେଲେ ଆଠଗଡ଼ ବିଡିଓ ପ୍ରଦୀପ ସାହୁ। ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ପ୍ରଦୀପ ଭିଜିଲାନ୍ସ ହାତରେ ଗିରଫ ହୋଇଛନ୍ତି I ଗତକାଲି ଚଢ଼ାଉ ସମୟରେ ପ୍ରଦୀପଙ୍କ ଘରୁ ବିପୁଳ ସଂପତ୍ତି ଠାବ କରିଥିଲା ଭିଜିଲାନ୍ସ। ପ୍ରଦୀପ ସାହୁଙ୍କ ଆଠଗଡ଼ସ୍ଥିତ ସରକାରୀ କାର୍ଯ୍ୟାଳୟ ସମେତ ଭୁବନେଶ୍ୱର, ଖୋର୍ଦ୍ଧା, ନୟାଗଡ଼ର ୮ଟି ସ୍ଥାନରେ ବୁଧବାର ଚଢ଼ାଉ କରିଥିଲା ଭିଜିଲାନ୍ସ । ଚଢ଼ାଉବେଳେ ବିଡିଓ ପ୍ରଦୀପ ସାହୁ ଓ ତାଙ୍କ ପରିବାର ସଦସ୍ୟଙ୍କ […]

Samaya Live Picture
Published On

କଟକ : ଭିଜିଲାନ୍ସ ଦ୍ୱାରା ଗିରଫ ହେଲେ ଆଠଗଡ଼ ବିଡିଓ ପ୍ରଦୀପ ସାହୁ। ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ପ୍ରଦୀପ ଭିଜିଲାନ୍ସ ହାତରେ ଗିରଫ ହୋଇଛନ୍ତି I ଗତକାଲି ଚଢ଼ାଉ ସମୟରେ ପ୍ରଦୀପଙ୍କ ଘରୁ ବିପୁଳ ସଂପତ୍ତି ଠାବ କରିଥିଲା ଭିଜିଲାନ୍ସ। ପ୍ରଦୀପ ସାହୁଙ୍କ ଆଠଗଡ଼ସ୍ଥିତ ସରକାରୀ କାର୍ଯ୍ୟାଳୟ ସମେତ ଭୁବନେଶ୍ୱର, ଖୋର୍ଦ୍ଧା, ନୟାଗଡ଼ର ୮ଟି ସ୍ଥାନରେ ବୁଧବାର ଚଢ଼ାଉ କରିଥିଲା ଭିଜିଲାନ୍ସ ।

ଚଢ଼ାଉବେଳେ ବିଡିଓ ପ୍ରଦୀପ ସାହୁ ଓ ତାଙ୍କ ପରିବାର ସଦସ୍ୟଙ୍କ ନାମରେ ରହିଥିବା ୨ଟି କୋଠା, ୩ ପ୍ଲଟ୍‌, ଭୁବନେଶ୍ୱରରେ ଗୋଟିଏ ଫ୍ଲାଟ୍‌,୪୭ ଲକ୍ଷ ଟଙ୍କାର ଜମା, ନଗଦ ୬.୧୧ ଲକ୍ଷ ଟଙ୍କା, ଦାମୀ ଡାଏମଣ୍ଡ ନେକ୍‌ଲେସ୍‌, ପ୍ରାୟ ୩୦୦ ଗ୍ରାମ୍‌ର ସୁନା, ଦୁଇଟି ୪ ଚକିଆ ଗାଡ଼ି ଆଦି ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠାବ କରାଯାଇଛି।

ସୂଚନା ଅନୁସାରେ, ଖୋର୍ଦ୍ଧାର ଭାଲିବଡ଼ିରେ ଗୋଟିଏ କୋଠା, ନୟାଗଡ଼ର ରାଜସୁନାଖଳାରେ ପୈତୃକ ବାସଗୃହ ଗୋଟିଏ ତିନିମହଲା କୋଠା, ୩ଟି ପ୍ଲଟ୍‌, ଭୁବନେଶ୍ୱର ଗୌତମ ନଗରରେ ୨-ବିଏଚ୍‌କେ ଫ୍ଲାଟ୍‌ ରହିଛି। ସାହୁଙ୍କ ଏତେ ସମ୍ପତ୍ତିର ଉତ୍ସ ସମ୍ପର୍କରେ ଭିଜିଲାନ୍ସ ଖୋଳତାଡ଼ କରୁଛି। ସମ୍ପତ୍ତି ତାଲିକା ଆହୁରି ଅଧିକ ହେବାର ସମ୍ଭାବନା ରହିଛି। ପ୍ରଦୀପ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ନେଇ ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଫଳରେ ଭିଜିଲାନ୍ସ ବୁଧବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା। ଆଜି ଭିଜିଲାନ୍ସ ତାଙ୍କୁ ଗିରଫ କରିଥିବା ସୂଚନା ରହିଛି।

୨୦୨୩ ଫେବୃଆରୀ ୧ରେ ପ୍ରଦୀପ ଆଠଗଡ଼ ବିଡିଓ ଭାବେ ନିଯୁକ୍ତି ପାଇଥିଲେ। ଏହାପୂର୍ବରୁ ସେ ନରସିଂହପୁର ବ୍ଲକରେ କାର୍ଯ୍ୟରତ ଥିଲେ।

Tags: