ରାଜଧାନୀରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ହସ୍ପିଟାଲ ରେ ଭର୍ତ୍ତି

ରାଜଧାନୀରେ  ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ହସ୍ପିଟାଲ ରେ ଭର୍ତ୍ତି
Samaya Live News Picture
Published On

ଭୁବନେଶ୍ୱର :  ରାଜଧାନୀରେ ପୁଣି ଏକ ବୀଭତ୍ସ ଆକ୍ରମଣ ଘଟଣା ସାମ୍ନାକୁ ଆସିଛି ।  ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ । ଗତକାଲି ବିଳମ୍ବିତ ରାତିରେ ଲିଙ୍ଗରାଜ ଥାନା ଅନ୍ତର୍ଗତ ମୂଳାପଡ଼ିଆ ନିକଟରେ ଏହି ଘଟଣା ଘଟିଛି । ଆହତ ଯୁବକ ହେଲେ ସନ୍ଦୀପ ସମର୍ଥ । କିଛି ଦୁର୍ବୃତ୍ତ ସନ୍ଦୀପଙ୍କୁ ଅଟକାଇ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ ।

ଆକ୍ରମଣରେ ତାଙ୍କର ଦୁଇ ହାତ ଓ ଦୁଇ ଗୋଡ଼ରେ ଗୁରୁତର ଆଘାତ ଲାଗିଛି ।  ରକ୍ତାକ୍ତ ଅବସ୍ଥାରେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ସେଠାରେ ତାଙ୍କର ଚିକିତ୍ସା ଚାଲିଛି ।  ଲିଙ୍ଗରାଜ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ପୂର୍ବ ଶତ୍ରୁତାକୁ ନେଇ ଏହି ଆକ୍ରମଣ ହୋଇଥିବା ପ୍ରାଥମିକ ତଦନ୍ତରୁ ସନ୍ଦେହ କରାଯାଉଛି । ଆକ୍ରମଣରେ ସମ୍ପୃକ୍ତ ଦୁର୍ବୃତ୍ତଙ୍କୁ ଚିହ୍ନଟ କରି ଗିରଫ ପାଇଁ ପୋଲିସ ତଦନ୍ତ ଜୋରଦାର କରିଛି ।

 

Tags: