ଆସନ୍ତା ୨୦ରେ ଲଘୁଚାପ, ବଜ୍ରପାତ ସହିତ ପ୍ରବଳ ବର୍ଷା

ଭୁବନେଶ୍ୱର: ଚଳିତ ମାସ ୧୮ରେ ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ, ଉତ୍ତର-ପଶ୍ଚିମ ଏବଂ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଆଡକୁ ଗତି କରିବ । ଆସନ୍ତା ୨୦ରେ ଏହା ଧୀରେ ଧୀରେ ଏକ ନିମ୍ନଚାପରେ ପରିଣତ ହୋଇ ଲଘୁଚାପ ସୃଷ୍ଟି କରିପାରେ ବୋଲି ଆଜି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଏହାର ପ୍ରଭାବରେ ରାଜ୍ୟରେ ଅଧିକାଂଶ ସ୍ଥାନରେ ବଜ୍ରପାତ ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହିତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବାକୁ ବାରଣ କରାଯାଇଛି ।

ସେହିପରି ଆଜି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ କରି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାକୁ ଆସନ୍ତାକାଲି ପର୍ଯ୍ୟନ୍ତ ସତର୍କ ସୂଚନା ଜାରି କରାଯାଇଛି ।

Govt

Comments are closed.