ବଙ୍ଗୋପସାଗରରେ ସୃଷ୍ଟି ହେଲା ଗଭୀର ଅବପାତ,ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଗଭୀର ଅବପାତରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଏହି ଅବପାତ ୨୦କି.ମି ବେଗରେ ଉତ୍ତର ଦିଗକୁ ଗତିକରି ଆହୁରି ଘନୀଭୂତ ହୋଇଛି । ବାଲେଶ୍ୱରଠୁ ୧୬୦ କିମି ପୂର୍ବରେ ଏବଂ ଦୀଘା ଠାରୁ ୧୧୦ କିମି ପୂର୍ବ ଦକ୍ଷିଣପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି ଅବପାତ । ଏହା କ୍ରମଶଃ ଉତ୍ତର ଦିଗରେ ଗତି କରି ଅପରାହ୍ନରେ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି । ଏହି ଅବପାତ ସାଗର ଦୀପ ଓ ଖେପୁପାରା ମଧ୍ୟରେ ଅତିକ୍ରମ କରିବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସହ ଝିପି ଝିପି ବର୍ଷା ଜାରି ରହିଛି । ଆଗାମୀ ୩ ଦିନ ଯାଏଁ ରାଜ୍ୟରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଆଜି ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାବେଳେ ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଆସନ୍ତାକାଲି ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବାବେଳେ କେନ୍ଦୁଝର, ଯାଜପୁର, ଜଗତସିଂହପୁର, କଟକ, ଅନୁଗୁଳ, ଢେଙ୍କାନାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Govt

Comments are closed.