ଟ୍ୱିନ ସିଟିରେ ଭୀଷଣ ଘଡ଼ଘଡ଼ି ସହ ବର୍ଷା
ଭୁବନେଶ୍ୱର : ରାଜଧାନୀ ଭୀଷଣ ଘଡଘଡି ସହ କାଚିଲା ବର୍ଷା । ଆଜି ଦିନ ୨ଟା ପରେ ହଠାତ ଆକାଶ ମେଘାଚ୍ଛନ ହେବା ସହିତ ବର୍ଷା ଆରମ୍ଭ ହୋଇଯାଇଥିଲା । ପ୍ରବଳ ଘଡଘଡିରେ ଥରିଥିଲା ରାଜଧାନୀ I ଏହାପୂର୍ବରୁ ପାଣିପାଗ ବିଭାଗ ପକ୍ଷରୁ ଦୁଇ ଘଣ୍ଟା ପାଇଁ ଭୁବନେଶ୍ୱର ଓ କଟକ ସହରକୁ ସତର୍କ ସୂଚନା ଦିଆଯାଇଛି । ଏଥିପାଇଁ ଲୋକଙ୍କୁ ଘରୁ ନବାହାରିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି । ଅନ୍ୟପଟେ ବର୍ଷା କାରଣରୁ […]
ଭୁବନେଶ୍ୱର : ରାଜଧାନୀ ଭୀଷଣ ଘଡଘଡି ସହ କାଚିଲା ବର୍ଷା । ଆଜି ଦିନ ୨ଟା ପରେ ହଠାତ ଆକାଶ ମେଘାଚ୍ଛନ ହେବା ସହିତ ବର୍ଷା ଆରମ୍ଭ ହୋଇଯାଇଥିଲା । ପ୍ରବଳ ଘଡଘଡିରେ ଥରିଥିଲା ରାଜଧାନୀ I ଏହାପୂର୍ବରୁ ପାଣିପାଗ ବିଭାଗ ପକ୍ଷରୁ ଦୁଇ ଘଣ୍ଟା ପାଇଁ ଭୁବନେଶ୍ୱର ଓ କଟକ ସହରକୁ ସତର୍କ ସୂଚନା ଦିଆଯାଇଛି । ଏଥିପାଇଁ ଲୋକଙ୍କୁ ଘରୁ ନବାହାରିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି । ଅନ୍ୟପଟେ ବର୍ଷା କାରଣରୁ ଭୀଷଣ ଗୁଳୁଗୁଳିରୁ ସାମାନ୍ୟ ଅସ୍ବସ୍ତି ମିଳିଛି I
ସୂଚନାନୁସାରେ, ଉତ୍ତର ବଙ୍ଗୋପସାଗରରେ ହେବାକୁ ଥିବା ଘୁର୍ଣ୍ଣବଳୟ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଲଘୁଚାପର ପ୍ରଭାବରେ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଅନେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଏହାର ପ୍ରଭାବରେ ଗତକାଲି ଠାରୁ ରାଜ୍ୟରେ ବିଭିନ୍ନ ଜିଲ୍ଲା ଗୁଡିକରେ ଘଡ ଘଡି ସହ ବର୍ଷା ଆରମ୍ଭ ହୋଇ ଯାଇଛି I ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି। ଏନେଇ ୨୨ ଜିଲ୍ଲାରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।
ରାଜ୍ୟରେ ଆସନ୍ତାକାଲି ଠାରୁ ବର୍ଷାର ପରିମାଣ ବଢିବ। ଲଘୁଚାପ କାରଣରୁ ଆଗକୁ ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି । ୩ସେପ୍ଟେମ୍ବର ବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହାର ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।
ସେପଟେ, ଆସନ୍ତାକାଲି ମଧ୍ୟ ୧୮ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ୪ ତାରିଖ ବେଳକୁ ପ୍ରବଳ ବର୍ଷା ନେଇ ୨୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟରେ ୫ ତାରିଖ ପରେ ବର୍ଷାର ପ୍ରଭାବ କମିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଗତକାଲି ସଂନ୍ଧ୍ୟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଘଡ଼ଘଡ଼ି ଓ ବିଜୁଳି ସହ ଭୁବନେଶ୍ୱରରେ ବି ବର୍ଷା ହୋଇଛି। ରାଜ୍ୟରେ ଅଗଷ୍ଟ ୩୧ ସୁଧା ୧୪ ପ୍ରତିଶତ ନିଆଷ୍ଟିଆ ବର୍ଷା ହୋଇଛି । ଯଦିଓ ଗାଣେତିକ ଭାବେ ଏହାର ପରିମାଣ ସ୍ବାଭାବିକ ଶ୍ରେଣୀରେ ଆସୁଛି । ମାତ୍ର ଫସଲର ଅବସ୍ଥା ଏହି ପାଣିପାଗର ଅଙ୍କଠାରୁ ସମ୍ପୁର୍ଣ୍ଣ ଅଲଗା ରହିଛି ।
ବର୍ତ୍ତମାନ ୧୯ଟି ଜିଲ୍ଲାରେ ଫସଲ ଅବସ୍ଥା ସଙ୍କଟାପନ୍ନ ଭିତରେ ରହିଥିବା ବେଳେ ସମ୍ଭବତଃ ୨୦୦୨ ମରୁଡି ବର୍ଷ ପରି ଚଳିତ ବର୍ଷ କେତେକ ସ୍ଥାନରେ ମରୁଡି ଦେଖାଦେଇଛି ବୋଲି କୃଷି ପାଣିପାଗ ବିଶେଷଜ୍ଞ ପ୍ରଫେସର୍ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି । ମରୁଡିର ପ୍ରାଥମିକ ଆକଳନ ବ୍ଲକ୍ ବା ପଞ୍ଚାୟତ ସ୍ତରରେ କରାଯାଇଥାଏ। ଏଭଳି ପରିସ୍ଥିତିକୁ ଦେଖିଲେ ବର୍ତ୍ତମାନ ସୁଧା ଫସଲରେ କ୍ଷତି ହୋଇଥିବା ସେ କହିଛନ୍ତି। ଯାହା ଦ୍ବାରା ସେପ୍ଟେମ୍ବର ମାସରେ ବର୍ଷା ହେଲେ ମଧ୍ୟ ଏହା ଫସଲର ଆବଶ୍ୟକତା ଭରଣ କରିପାରିବ ନାହିଁ ବୋଲି ସେ କହିଛନ୍ତି । ରାଜ୍ୟରେ ଏଭଳି ନିଅଣ୍ଟିଆ ବର୍ଷାକୁ ନେଇ ଚାଷୀ ମଧ୍ୟ ହତାଶ ହୋଇଛି।




